ଦୁର୍ଘଟଣାରେ ଚାଲିଗଲେ ସତ, ହେଲେ ଚକ୍ଷୁ ଦାନ କରି ଅମର ହୋଇଗଲେ ରାଜେନ୍ଦ୍ର

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବେଲଗୁଣ୍ଠା ମୁଖ୍ୟ ରାସ୍ତାର ନୂଆଗାଁ ସେତୁ ଉପରେ ସୋମବାର ରାତିରେ ୩ଟି ପୃଥକ ବାଇକ୍‌ ଦୁର୍ଘଟଣା ହୋଇଥିଲା। ଏଥିରେ ୬ ଜଣ ଆହତ ହୋଇଥିଲେ। ସେଥିମଧ୍ୟରୁ ଜଣେ ଯୁବକଙ୍କର ବ୍ରହ୍ମପୁର ବଡ ମେଡ଼ିକାଲରେ ମୃତ୍ୟୁ ଘଟିଥିଲା। ମୃତ ଯୁବକ ଜଣକ ହେଲେ ଭଞ୍ଜନଗର ଥାନା ଅନ୍ତର୍ଗତ ଡୁମାକୁମ୍ପାର ରାଜେନ୍ଦ୍ର ପାତ୍ର (୧୯)। ତେବେ ରାଜେନ୍ଦ୍ରଙ୍କ ମୃତ୍ୟୁ ପରେ ପରିବାର ଲୋକଙ୍କ ସ୍ବୀକୃତି କ୍ରମେ ତାଙ୍କ ଚକ୍ଷୁକୁ ମେଡ଼ିକାଲକୁ ଦାନ କରାଯାଇଥିଲା। ଏହାପରେ ଉକ୍ତ ଚକ୍ଷୁକୁ ଅନ୍ୟଜଣଙ୍କଠାରେ ପ୍ରତିରୋପଣ କରିବା ବ୍ୟବସ୍ଥା କରାଯାଇଛି। ଏମିତିରେ ସେ ପରିବାର ଲୋକଙ୍କୁ ଛାଡ଼ି ଚାଲିଗଲେ ସତ କିନ୍ତୁ ଚକ୍ଷୁ ଦାନ କରି ଅମର ହୋଇଗଲେ ବୋଲି ଚର୍ଚ୍ଚା ହେଉଛି।

ଘଟଣାରୁ ପ୍ରକାଶ ଯେ, ଡୁମାକୁମ୍ପାର ପ୍ରସନ୍ନ ପାତ୍ରଙ୍କ ପୁତ୍ର ରାଜେନ୍ଦ୍ର ଏବଂ ତାର ଜଣେ ସାଙ୍ଗ ଦୀପକଙ୍କ ସହ ମିଶି ଗତକାଲି ରାତିରେ ବେଲଗୁଣ୍ଠା ଠାକୁରାଣୀ ଯାତ୍ରା ଦେଖିବାକୁ ଯାଉଥିଲେ। ଏହି ସମୟରେ ନୂଆଗାଁ ସେତୁ ନିକଟରେ ସେମାନଙ୍କ ବାଇକ ଦୁର୍ଘଟଣା ହୋଇଥିଲା। ଫଳରେ ବାଇକ ପଛରେ ବସିଥିବା ରାଜେନ୍ଦ୍ର ଗାଡିରୁ ଛିଟିକି ପଡ଼ି ଗୁରୁତର ଭାବେ ଆହତ ହୋଇଥିଲେ। ଏହାପରେ ତାଙ୍କୁ ଭଞ୍ଜନଗର ମେଡ଼ିକାଲରେ ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ଏଠାରେ ରାଜେନ୍ଦ୍ରଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଯାଇଥିଲା। ସେଠାରେ ରାଜେନ୍ଦ୍ର ମୃତ୍ୟୁବରଣ କରିଥିଲେ। ସନ୍ଧ୍ୟାରେ ରାଜେନ୍ଦ୍ରଙ୍କ ମୃତଦେହ ତାଙ୍କ ଗ୍ରାମରେ ପହଞ୍ଚିବା ପରେ ଗ୍ରାମରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri