ଦିଗପହଣ୍ଡି ପଥ ବିକ୍ରେତା ସଂଘ ପକ୍ଷରୁ ବିକ୍ଷୋଭ, କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ସ୍ମାରକପତ୍ର ପ୍ରଦାନ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଆନ୍ତର୍ଜାତିକ ହକ୍କର ଦିବସ ଅବସରରେ ସୋମବାର ଦିଗପହଣ୍ଡି ପଥ ବିକ୍ରେତା ସଙ୍ଘ ମିଳିତ ହକ୍କର କାର୍ଯ୍ୟ ପ୍ରକ୍ରିୟା କମିଟି ପକ୍ଷରୁ ବିଭିନ୍ନ ଦାବି ନେଇ ସ୍ଥାନୀୟ ଏନ୍‌ଏସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଶ୍ରମିକ ସଙ୍ଗଠନ ଏଆଇଟିୟୁସି ଗଞ୍ଜାମ ଜିଲା ସମ୍ପାଦକ ଅଳକ ନାଥ ମିଶ୍ରଙ୍କ ନେତୃତ୍ୱରେ ଏହି ବିକ୍ଷୋଭ କରାଯିବା ପରେ କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼. ଅଶୋକ କୁମାର କର୍ଣ୍ଣଙ୍କୁ ଦସ୍ତଖତ ସମ୍ବଳିତ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା। ଏନ୍‌ଏସି ପକ୍ଷରୁ ଟାଉନ ଭେଣ୍ଡିଂ କମିଟି ଗଠନ କରାଯାଇ ଡିଜିଟାଲ ସର୍ଭେ ଅନୁସାରେ ସହରର ସମସ୍ତ ପଥ ବିକ୍ରେତାମାନଙ୍କୁ ପ୍ରଶାସନ ପକ୍ଷରୁ ପରିଚୟପତ୍ର ପ୍ରଦାନ କରାଯିବା, ସେମାନଙ୍କୁ ବ୍ୟବସାୟ ନିମନ୍ତେ ପ୍ରଧାନମନ୍ତ୍ରୀ ମୁଦ୍ରା ଋଣ ଭଳି ଅନ୍ୟାନ୍ୟ ଋଣ ମଞ୍ଜୁର ପାଇଁ ଏନ୍‌ଏସି ଗ୍ୟାରେଣ୍ଟର ରହିବା, କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଣୀତ ୨୦୧୪ ପଥ ବିକ୍ରେତା ସୁରକ୍ଷା ଓ ଥଇଥାନ ଆଇନ କାର୍ଯ୍ୟକାରୀ କରାଯିବା ପ୍ରଭୃତି ଦାବି ଉକ୍ତ ସ୍ମାରକପତ୍ରରେ ଉଲ୍ଲେଖ ରହିଛି। ଏହି କାର୍ଯ୍ୟକ୍ରମରେ ଜି.କୃଷ୍ଣ, ଜି.ରାଜେଶ, ଜି.ଦଣ୍ଡପାଣି, ଏନ.ସନ୍ତୋଷ, ଆର୍‌.ସବିତା,କେ.ବାଲାଜୀ, ଆର. ପୂର୍ଣ୍ଣ ପ୍ରମୁଖ ବହୁ ସଂଖ୍ୟକ ପଥବିକ୍ରେତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...

ବୃଦ୍ଧାବସ୍ଥାରେ ଜୀବନଟା କଷ୍ଟଦାୟକ: ନଞ୍ଜାଙ୍କୁ ମିଳୁଛି କମ ଭତ୍ତା, ଦୁଇଓଳା ଦୁଇମୁଠା ଖାଇବା…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ବୟସ ଥିବା ସମୟରେ ଜୀବନଟା ସେତେଟା କଷ୍ଟ ଲାଗେନି କିନ୍ତୁ ବୃଦ୍ଧାବସ୍ଥା ଶରୀରକୁ ରୋଗକ୍ରାନ୍ତ କରିପକାଏ। ଏଭଳି କିଛି ଦୃଶ୍ୟ...

ବସ୍‌ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…

ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri