ବ୍ରେକ୍‌ଫେଲ୍‌ ହେବା ପରେ ଓଲଟି ପଡ଼ିଲା ଟ୍ରକ୍‌; ଚାପି ହୋଇ ଚାଲିଗଲା ଡ୍ରାଇଭରଙ୍କ ଜୀବନ, ୩ ଆହତ…

ମୋହନା,୨୭।୫( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡି ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମିନି ଟ୍ରକ ଦୁର୍ଘଟଣା ଗ୍ରସ୍ତ ହେବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି । ମୃତ ବ୍ୟକ୍ତି ଜଣକ ହେଲେ ଗାଡ଼ି ଚାଳକ ତଥା ପୁଡାମାରୀ ଗ୍ରାମର ଗଣେଶ ପାତ୍ର। ଆହତ ହୋଇଥିବା ୩ ବ୍ୟକ୍ତି ହେଲେ ପୁଡ଼ାମରୀ ଗ୍ରାମର ବାଦଲ ନାୟକ, ରାଜନାପଲ୍ଲୀ ଗ୍ରାମର ପବିତ୍ର ମଲ୍ଲିକ ଓ ଶ୍ରୀବତ୍ସ ମଲିକ।

ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ଅପରାହ୍ନ ସମୟରେ ବ୍ରହ୍ମପୁରରୁ ମୋହନା ଅଭିମୁଖେ କିରାଣୀ ସାମାନ ନେଇ ଆସୁଥିବା ବେଳେ ଲୁହାଗୁଡି ନିକଟରେ ଗାଡ଼ିର ବ୍ରେକ ଫେଲ ହୋଇଯାଇଥିଲା । ଫଳରେ ଭାରସାମ୍ୟ ହରାଇ ଗାଡ଼ିଟି ଜାତୀୟ ରାଜପଥ ଉପରେ ଓଲଟି ପଡିଥିଲା। ଘଟଣା ସ୍ଥଳରେ ଡ୍ରାଇଭର ଚାପି ହୋଇଯିବାରୁ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଦୁର୍ଘଟଣାରେ ୩ ଜଣ ବ୍ୟକ୍ତି ଆହତ ହୋଇଥିଲେ। ଦୁର୍ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ୩ ଆହତଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ମୋହନା ମେଡିକାଲରେ ଭର୍ତ୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ୩ ଆହତ ସୁସ୍ଥଥିବା ଡାକ୍ତର କହିଛନ୍ତି। ଖବର ପାଇ ମୋହନା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଡ୍ରାଇଭରଙ୍କୁ ହାଇଡ୍ରଲି ସହାୟତାରେ ଉଦ୍ଧାର କରିବା ପରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ମୋହନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଟାଟା ପାୱାରର ଶୋଷଣ ବିରୋଧରେ ତାତିଲା କଂଗ୍ରେସ

ଧର୍ମଶାଳା,୨୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଯାଜପୁର ଧର୍ମଶାଳା ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡାଙ୍କ ନେତୃତ୍ୱରେ ଟାଟା ପାୱାର ଶୋଷଣ ବିରୋଧରେ...

ତପ୍ତପାଣି ଘାଟିରେ ଦୁର୍ଘଟଣା: କାର ଉପରେ ଓଲଟି ପଡ଼ିଲା କାଜୁ ବୋଝେଇ ଟ୍ରକ୍, ତାପରେ…

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିର ଖେମୁଣ୍ଡିଖୋଲ ଗାଁ ନିକଟ ମୁଖ୍ୟରାସ୍ତାରେ ସଡ଼କ ଦୁର୍ଘଟଣା ହୋଇଛି । ସୋମବାର ମଧ୍ୟାହ୍ନ ପ୍ରାୟ ୧...

ବରୁଣେଶ୍ୱର ମକର ମେଳା: ୫ରୁ ମିଳିବ ବ୍ୟବସାୟୀଙ୍କୁ ଷ୍ଟଲ ରସିଦ

ବିଞ୍ଝାରପୁର,୨୮ା୧୨(ରାମକୃଷ୍ଣ ଦାସ): ଆସନ୍ତା ଜାନୁଆରୀ ୧୪ ମକର ସଂକ୍ରାନ୍ତିଠାରୁ ବିଞ୍ଝାରପୁର ବ୍ଲକ୍‌ ଅଧୀନ ଅରେଇ ପଞ୍ଚାୟତର ବରୁଣେଶ୍ୱର ମକର ମେଳା ପଡ଼ିଆରେ ରାଜ୍ୟସ୍ତରୀୟ ମେଳା ଅନୁଷ୍ଠିତ...

ନକଲି ବିଦେଶୀ ମଦ କାରାଖାନା ଠାବ, ନାମୀଦାମୀ କମ୍ପାନୀର ନକଲି ମଦ ଜବତ

କୋଟପାଡ଼ (ରାଜଶେଖର ),୨୯ା୧୨: କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳରୁ ବିପୁଳ ପରିମାଣରେ ନକଲି ମଦ ଜବତ ହୋଇଛି । ରବିବାର ରାତିରେ ଅବକାରୀ ବିଭାଗ କର୍ମଚାରୀ...

ସରକାରୀ ଜମିକୁ ଜବରଦଖଲ କଲା ଘରୋଇ ଶିକ୍ଷାନୁଷ୍ଠାନ: ତାତିଲେ ଗାଁ ଲୋକେ, ଦେଲେ ଏଭଳି ଚେତାବନୀ

ପାଟଣା,୨୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ମୂଷା ଖୋରି ଆରଆଇ ସର୍କଲ ଅନ୍ତର୍ଗତ ଭାଲୁଘର ମୌଜାର ହୁଡ଼ି ଓ ସରକାରୀ ଜମିକୁ ବିବେକାନନ୍ଦ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri