ସମ୍ପାଦକଙ୍କୁ ବହିଷ୍କାର ଦାବି ଘଟଣା, ବିପୁଳିଙ୍ଗି ସେବା ସମବାୟ ସମିତିରେ ତଦନ୍ତ

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ) : ଛତ୍ରପୁର ବ୍ଲକ ବିପୁଳିଙ୍ଗି ସେବା ସମବାୟ ସମିତିରେ ଚଳିତବର୍ଷ ଧାନକିଣାରେ ବ୍ୟାପକ ଦୁର୍ନୀତି ହୋଇଛି । ସମବାୟ ସମିତି ସମ୍ପାଦକ ନିଜ ପରିବାର ନାମରେ ଟୋକନ ଆଣି ନିଜ ଧାନ ବିକ୍ରି କରିବା ସହିତ ଚାଷୀଙ୍କ ଧାନ କିଣି ନ ଥିବା ନେଇ ଅଭିଯୋଗ ହୋଇ ଆସୁଥିଲା । ଏପରିକି ଏହାକୁ ନେଇ ଚାଷୀମାନେ ସୋସାଇଟିରେ ତାଲା ପକାଇଥିଲେ। ପରେ ଘଟଣା ନେଇ ତଦନ୍ତ ପାଇଁ ଦାବି ଜୋର ଧରିଥିଲା । ପୂର୍ବରୁ ୨ ଥର ଏହାର ତଦନ୍ତ ହୋଇଥିବା ବେଳେ ବୁଧବାର ପୁଣି ଅତିରିକ୍ତ ଜିଲା ଯୋଗାଣ ଅଧିକାରୀ ନୃସିଂହ ଚରଣ ପଣ୍ଡା, ଏଆର୍‌ସିଏସ୍‌ ଯୋଗମାୟା ସାବତ ବିପୁଳିଙ୍ଗିିରେ ପହଞ୍ଚି ତଦନ୍ତ କରିଛନ୍ତି। ସୋସାଇଟିରେ କେତେଜଣ ଚାଷୀଙ୍କ ଟୋକନ ଆସିଥିଲା, କେତେଜଣଙ୍କ ଧାନକ୍ରୟ କରାଯାଇଛି, କେତେ ଚାଷୀ ବାହାରେ ଧାନ ବିକ୍ରି କରିଛନ୍ତି ତାହାର ତଦନ୍ତ ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ବିପୁଳିଙ୍ଗି ସୋସାଇଟିରେ ପୋଲିସ ମୁତୟନ କରାଯାଇଛି l ସୋସାଇଟିରେ ଗଠନ କରାଯାଇଥିବା କମିଟି ବିଷୟରେ ଚାଷୀ ଅବଗତ ନଥିବାରୁ ଉକ୍ତ କମିଟି ଭାଙ୍ଗିବା ପାଇଁ ଚାଷୀମାନେ ଦାବି କରିଛନ୍ତି । ତଦନ୍ତ ରିପୋର୍ଟ ଛତ୍ରପୁର ଉପଜିଲାପାଳଙ୍କୁ ପ୍ରଦାନ କରାଯିବ। ଯଦି ଏଥିରେ କେହି ସମ୍ପୃକ୍ତ ଥାନ୍ତି ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଏଆରସିଏସ ସାବତ କହିଛନ୍ତି। ଅନ୍ୟପଟେ ତଦନ୍ତରେ ଅଞ୍ଚଳର ଚାଷୀ ମାନେ ସନ୍ତୁଷ୍ଟ ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି

ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍‌ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ...

ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍‌

ପାଟଣାଗଡ଼,୨୨।୧୨: ବଲାଙ୍ଗୀର ଜିଲା ବେଲପଡ଼ା ଥାନା ପାର୍ଲିମାଲ ଗାଁରେ ଥିବା ଏକ ରାଷ୍ଟ୍ରାୟତ୍ତ ବ୍ୟାଙ୍କରୁ ଏକ ବଡ଼ ଧରଣର ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଦୁର୍ୱୃତ୍ତମାନେ...

ବିନା ଅଧ୍ୟାପକରେ ଚାଲିଛି ଶିକ୍ଷାଦାନ: ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ଅବହେଳିତ

ଭବାନୀପାଟଣା, ୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସର୍ବପୁରାତନ ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ମୁଖ୍ୟାଳୟ ଭବାନୀପାଟଣା ସହରରେ ଥାଇ ମଧ୍ୟ ଅବହେଳିତ ହୋଇପଡିଛି। ୪୫ବର୍ଷ...

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri