ହୋମଗାର୍ଡ ପରୀକ୍ଷାରେ ପୁଣି ଆଉ ଜଣଙ୍କ ଜୀବନ ଗଲା

ପାରଳାଖେମୁଣ୍ଡି,୨୯।୫(ଗିରିଧାରୀ ପରିଛା), ଗଜପତିରେ ହୋମଗାର୍ଡ ପରୀକ୍ଷା ବେଳେ ଗୁରୁବାର ଏକ ଅଘଟଣ ଘଟିଛି। ପୁଣି ଜଣେ ହୋମଗାର୍ଡ ଚାକିରି ଆଶାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତକ ଦୀପକ ପାଡ଼ାଲ ବୋଲି ଜଣାପଡିଥିବା ବେଳେ ତାଙ୍କ ଘର ରାୟଗଡ଼ ବ୍ଲକ ନାରାୟଣପୁର ଅଞ୍ଚଳରେ ବୋଲି ସୂଚନା ମିଳିଛି।

ଶାରୀରିକ ପରୀକ୍ଷା ଦୌଡ଼ିବା ବେଳେ ସେ ଅସୁସ୍ଥ ହୋଇ ପଡିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ MKCGରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ମେଡିକାଲ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଯୋଗ୍ୟ, ଗୁରୁବାର ସକାଳେ ପାରଳାଖେମୁଣ୍ଡି ଜିଲା ମୁଖ୍ୟ ଚିକିତ୍ସାଳୟରେ ସୁଲନ୍ତ ମିଶାଲଙ୍କ ମୃତ୍ୟୁ ହୋଇଥିବା ବେଳେ ସାରେ ବ୍ରହ୍ମପୁର ବଡ଼ ମେଡ଼ିକାଲରେ ଦୀପକ ପାଡାଲ ଆଖି ବୁଜିଛନ୍ତି। ଉଭୟ ପରିବାର ଲୋକେ ଭେଣ୍ଡିଆ ପୁଅକୁ ହରାଇ ଦୁଃଖରେ ଭାଙ୍ଗି ପଡିଛନ୍ତି। ତେଣୁ ସେମାନଙ୍କୁ ସହାୟତା ଯୋଗାଇ ଦେବାକୁ ଦାବି ହୋଇଛି। ଏହା ଏକ ଦୁର୍ଭାଗ୍ୟଜନକ ଘଟଣା ବୋଲି କହିବା ସହ ଦୁଃଖ ପ୍ରକାଶ କରି କହିଛନ୍ତି ଗଜପତି ଏସ୍‌ପି ଜିତେନ୍ଦ୍ର କୁମାର ପଣ୍ଡା। ତାଙ୍କ ପରିବାରର ଜଣକୁ ହୋମଗାର୍ଡ ପଦବୀରେ ନିଯୁକ୍ତ କରାଯିବ ବୋଲି ସେ କହିଛନ୍ତି।

ଗଜପତି ଜିଲାରେ ଗୃହରକ୍ଷୀ ନିଯୁକ୍ତି ପରୀକ୍ଷା ଜାରି ରହିଛି। ୧୪୪ଟି ପଦବୀ ପାଇଁ ଜାରି ରହିଥିବା ଇଣ୍ଟରଭ୍ୟୁରେ ପ୍ରାୟ ୧୨ଶହ ଆଶାୟୀ ରହିଛନ୍ତି। ଗୁରୁବାର ସକାଳୁ ସେମାନଙ୍କ ଶାରିରୀକ ପରୀକ୍ଷା ଆରମ୍ଭ ହୋଇଥିଲା । ରାଣିପେଣ୍ଠଠାରୁ ପଦ୍ମପୁର ଦୁଇ କିମି ରାସ୍ତାରେ ସକାଳୁ ଦୌଡ ପରୀକ୍ଷା ଚାଲିଥିବା ବେଳେ ଅନେକ ପରୀକ୍ଷାର୍ଥୀ ଟଳି ପଡିଥିଲେ । ସେମାନଙ୍କ ମଧ୍ୟରୁ ୮ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ପାରଳାଖେମୁଣ୍ଡି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ସୁଲନ୍ତ ମିଶାଲଙ୍କୁ ମୃତ ଘୋଷଣା କରିଥିଲେ। ସମାନ ପରିସ୍ଥିତିରେ ଅନ୍ୟ ୭ଜଣ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିଲେ। ହେଲେ ଅବସ୍ଥା ସଙ୍କଟାପନ୍ନ ହେବାରୁ ଦୀପକଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିଲା। ସାରେ ତାଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

ଶସ୍ତାରେ ମିଳିବ ଘର? ବଜେଟରେ ହେବ ବଡ଼ ଘୋଷଣା!

ନୂଆଦିଲ୍ଲୀ,୨୧।୧: ମଧ୍ୟବିତ୍ତ ବର୍ଗର ଲୋକଙ୍କ ପାଇଁ, ଘର ପାଇବା ଏବେ ବି ସ୍ୱପ୍ନ ସାକାର ହେବା ପରି ମନେହୁଏ। ଘରର ମୂଲ୍ୟ ଆକାଶଛୁଆଁ ହେଉଛି, ଏବଂ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri