Posted inଖେଳ

ଚାଲିଥିଲା ମ୍ୟାଚ୍‌: ପଡ଼ିଆରେ ହାତାହାତି ହେଲେ ଖେଳାଳି

ଢାକା,୨୯ା୫: ବାଂଲାଦେଶ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ଏମର୍ଜିଂ ଦଳର ୪ ଦିନିଆ ମ୍ୟାଚ୍‌ରେ ଏକ ଅପ୍ରିତିକର ଘଟଣା ଘଟିଛି। ମ୍ୟାଚ୍‌ ଚାଲିଥିବା ବେଳେ ଖେଳାଳିଙ୍କ ମଧ୍ୟରେ ହାତାହାତି ଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା।

ଏପରିକି ଖେଳାଳିମାନେ ପରସ୍ପରକୁ ଧକ୍କା ମାରିବାକୁ ପଛାଇ ନ ଥିଲେ। ୨୨ ବର୍ଷୀୟ ବାଂଲାଦେଶ ବ୍ୟାଟର ରିପନ ମଣ୍ଡଳ ଓ ୨୯ ବର୍ଷୀୟ ଦକ୍ଷିଣ ଆଫ୍ରିକୀୟ ପେସର ଶେପୋ ଏନ୍‌ଟୁଲିଙ୍କ ମଧ୍ୟରେ ଯୁକ୍ତିତର୍କରୁ ବିବାଦ ଆରମ୍ଭ ହୋଇଥିଲା। ପରେ ଅନ୍ୟ ଖେଳାଳିମାନେ ବିବାଦରେ ଯୋଗ ଦେଇଥିଲେ। ଖେଳାଳିଙ୍କ ବିରୋଧରେ ଏପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନାହିଁ। କିନ୍ତୁ ଦଣ୍ଡାଦେଶ ଧାର୍ଯ୍ୟ କରାଯିବା ପରେ ଫିଲ୍ଡ ଅମ୍ପାୟର ଘଟଣାର ରିପୋର୍ଟ ପ୍ରଦାନ କରିବେ।

ମିଳିଥିବା ସୂଚନା ମୁତାବକ, ଏନଟୁଲିଙ୍କ ବୋଲିଂରେ ରିପନ ଏକ ଛକା ମାରିଥିଲେ। ଏହାକୁ ନେଇ ବ୍ୟାଟର ଓ ବୋଲରଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଏହାପରେ ରିପନ ସାଥି ବ୍ୟାଟରଙ୍କ ନିକଟକୁ ଯାଇଥିଲେ। ଏନଟୁଲି ରିପନଙ୍କ ନିକଟକୁ ଯାଇ ତାଙ୍କୁ ଧକ୍କା ଦେଇଥିଲେ। ଏହାପରେ ଦୁହିଁିଙ୍କ ମଧ୍ୟରେ ହାତାହାତି ଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା। ଅମ୍ପାୟର କାମ୍ରୁଜମାନଙ୍କ ହସ୍ତକ୍ଷେପ ସତ୍ତ୍ୱେ ଏନଟୁଲି ଅନେକ ଥର ରିପନଙ୍କ ହେଲମେଟ ଟାଣିଥିଲେ। ଏହି ଘଟଣାର ୩ ବଲ ପରେ ଏନଟୁଲି ଓଭର ଶେଷ କରିବା ପରେ ରିପନଙ୍କ ଉପରକୁ ବଲ ଫୋପାଡିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ଜାନୁଆରୀ ୧ ନୁହେଁ ଗାଡ଼ିର ବୈଧ କାଗଜପତ୍ର ଅବଧି…

ଭୁବନେଶ୍ୱର,୨୩।୧୨:  ଗାଡ଼ି ଚାଳକଙ୍କୁ ବଡ଼ ଆଶ୍ବସ୍ତି ଦେଲେ ପରିବହନ ମନ୍ତ୍ରୀ ବିଭୂତି ଜେନା । ମାସେ ସମୟ ଦେଲେ ସରକାର । ଏଣିକି ଗାଡ଼ିର ବୈଧ...

ବରଗଡ଼ ଧନୁଯାତ୍ରା: ସାଂସ୍କୃତିକ ଶୋଭାଯାତ୍ରାରେ ଦୁଲୁକିଲା ବରଗଡ଼

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଯାଜପୁର ରୋଡ଼ ନୂତନ ଏସ୍‌ଡିପି ଶରତ ଚନ୍ଦ୍ର ପାତ୍ର

ଧର୍ମଶାଳା,୨୪।୧୨: ଯାଜପୁର ରୋଡ଼ ନୂତନ ଏସ୍‌ଡିପିଓ ଭାବେ ଶରତ ଚନ୍ଦ୍ର ପାତ୍ର ଯୋଗଦେବେ। ଏ ନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଯାଜପୁର ରୋଡ...

‘ଆମେ ଗୋଟିଏରେ ସନ୍ତୁଷ୍ଟ କାହିଁକି?’ଆମେ ବି ୩-୪ ସନ୍ତାନ ପ୍ରସବ କରିବା ଦରକାର, କାହିଁକି ଏମିତି କହିଲେ ନବନୀତ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ଜନତା ପାର୍ଟିର ନେତା ନବନୀତ ରାଣା କହିଛନ୍ତି ଯେ ହିନ୍ଦୁମାନଙ୍କର ଅତି କମରେ ତିନିରୁ ଚାରିଟି ସନ୍ତାନ ହେବା ଉଚିତ। ସେ କହିଛନ୍ତି...

‘ଗେରୁଆ ପତାକା ଦେଖି ଲାଠି ଚଳାଇଥିଲା ଟିଏମସି’, ମମତାଙ୍କୁ କଡ଼ା ଟାର୍ଗେଟ କଲା ଭାଜପା

କୋଲକାତା,୨୪।୧୨: ୨୪ ଡିସେମ୍ବର, ୨୦୨୫ରେ ଭାଜପା ମୁଖପାତ୍ର ପ୍ରଦୀପ ଭଣ୍ଡାରୀ ନୂଆଦିଲ୍ଲୀରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ସେ ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ...

JDUରୁ ନିଶାନ୍ତ ହେବେ ପରବର୍ତ୍ତି ମୁଖ୍ୟମନ୍ତ୍ରୀ? ଏହି ଚର୍ଚ୍ଚା ଭିତରେ RJD କଲା ଚମକାଇବା ଭଳି ଦାବି

ପାଟନା,୨୪।୧୨: ନିକଟରେ, ୨୦୨୫ ବିହାର ବିଧାନସଭା ନିର୍ବାଚନ ପରେ, ନୀତୀଶ କୁମାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ଏହି ବୈଠକକୁ...

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri