୧୦ ଜିଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୩୦।୫: ବଙ୍ଗୋପସାଗରରେ ସକ୍ରିୟ ଅବପାତ ଗୁରୁବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର ଦିଗକୁ ଗତି କରି ଆହୁରି ଘନୀଭୂତ ହୋଇଥିବାବେଳେ ପଶ୍ଚିମବଙ୍ଗ ଓ ବାଂଲାଦେଶ ମଧ୍ୟରେ ସ୍ଥଳଭାଗକୁ ଅତିକ୍ରମ କରିଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଲାଗି ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଶୁକ୍ରବାର ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି।

ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଳାହାଣ୍ଡି, କନ୍ଧମାଳ ଓ ବଲାଙ୍ଗୀର ଆଦି ୧୦ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହିସବୁ ଜିଲାରେ ବଜ୍ରପାତ ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଥିବାରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପଟେ ମାଲକାନଗିରି, ନବରଙ୍ଗପୁର, ବାଲେଶ୍ୱର, ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ, ସମ୍ବଲପୁର, ସୋନପୁର, ଜବରଗଡ଼, ବୌଦ୍ଧ, ମୟୂରଭଞ୍ଜ ଏବଂ ଯାଜପୁରରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ସେହିପରି କେନ୍ଦୁଝର, ଢେଙ୍କାନାଳ, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୋଳ, ଦେବଗଡ଼, ବଲାଙ୍ଗୀର ଏବଂ ନୂଆପଡ଼ା ଆଦି ଜିଲାରେ ବଜ୍ରପାତ ସହ ଝଟ୍‌କା ପବନ ନେଇ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

 


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ICC ଦିନିକିଆ ମାନ୍ୟତା: ଶୀର୍ଷରେ ରୋହିତ, ଦ୍ୱିତୀୟ ସ୍ଥାନକୁ ଉଠିଲେ କୋହଲି

ମୁମ୍ବାଇ,୧୦।୧୨: ଆଇସିସି ଦ୍ୱାରା ବୁଧବାର ପ୍ରକାଶିତ ସଦ୍ୟତମ ଦିନିକିଆ ମାନ୍ୟତାରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଶୀର୍ଷ ସ୍ଥାନ ବଜାୟ ରଖିଥିବାବେଳେ ବିରାଟ କୋହଲି ଦୁଇଟି...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ସରପଞ୍ଚ ପ୍ରାର୍ଥୀ ଓଡ଼ିଆ ପଢ଼ିବା, ଲେଖିବା ବାଧ୍ୟତାମୂଳକ: ଓଡିଶା ହାଇକୋର୍ଟ

କଟକ,୧୦।୧୨: ଓଡ଼ିଶା ଗ୍ରାମ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କୁ ଓଡ଼ିଆ ଭାଷାରେ ପଢ଼ିବା ଏବଂ ଲେଖିବା ଜାଣିବା ଅତ୍ୟନ୍ତ ଆବଶ୍ୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri