ଦାରିଙ୍ଗବାଡିରେ ବିଧାନସଭା ଷ୍ଟାଣ୍ଡିଂ କମିଟି: କଫି ବଗିଚାର ବିକାଶ ସହ ଡାକ୍ତର ପଦବୀକୁ ଗୁରୁତ୍ୱ

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ)-କନ୍ଧମାଳ ଜିଲାକୁ ଓଡିଶା ବିଧାନସଭାର ଷ୍ଟାଣ୍ଡିଂ କମିଟି ପ୍ରତିନିଧି ଦଳ ଗସ୍ତ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ୮ ଜଣିଆ ପ୍ରତିନିଧି ଦଳ ଦାରିଙ୍ଗବାଡି ଗସ୍ତ କରିଛନ୍ତି। ସେମାନେ ଶୁକ୍ରବାର ସକାଳ ସମୟରେ କଫି ବଗିଚା ପରିଦର୍ଶନରେ ଯାଇଥିଲେ। ସେଠାରେ ବିଡ଼ିଓ ପ୍ରୀତିରଞ୍ଜନ ରଥ, ତହସିଲଦାର ଶରତ ଶବର, ଆଇଟିଡିଏର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା, ମୃତ୍ତିକା ସଂରକ୍ଷଣ ବିଭାଗର ପ୍ରକଳ୍ପ ନିର୍ଦ୍ଦେଶକ ଅରୁଣ ଆଚାର୍ଯ୍ୟ ପ୍ରମୁଖ ପ୍ରତିନିଧି ଦଳଙ୍କୁ ପୁଷ୍ପଗୁଛ ପ୍ରଦାନ କରି ସ୍ବାଗତ କରିଥିଲେ।

ଓଡିଶା ବିଧାନସଭା ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ବିଭୁତି ଭୂଷଣ ପ୍ରଧାନଙ୍କ ନେତୃତ୍ୱରେ ବିଧାୟିକା ସୀମାରାଣୀ ନାୟକ, ବିଧାୟକ ପ୍ରଶାନ୍ତ ବେହେରା,ଉମାଚାରଣ ମଲିକ,ପ୍ରକାଶ ଚନ୍ଦ୍ର ସେଠି,ହିମାଂଶୁ ଶେଖର ସାହୁ,ଗୌତମ ବୁଦ୍ଧଦାସ,ରୁପେଶ କୁମାର ପାଣିଗ୍ରାହୀ,ସତ୍ୟଜିତ ଗମାଙ୍ଗ,ପ୍ରମୁଖ ଗସ୍ତ କରି ପ୍ରଥମେ କଫି ବଗିଚା ଯାଇଥିଲେ। ସେଠାରେ ମୃତ୍ତିକା ସଂରକ୍ଷଣ ବିଭାଗର ପ୍ରକଳ୍ପ ନିର୍ଦ୍ଦେଶକ ଏବଂ ଆଇଟିଡିଏ ର ପ୍ରକଳ୍ପ ପ୍ରଶାସକ କଫି ବଗିଚା ସମ୍ପର୍କିତ ତଥ୍ୟ କମିଟିକୁ ଜଣାଇଥିଲେ। ଏହାର ବିକାଶ ଓ ରୂପାନ୍ତର ସମ୍ପର୍କରେ କମିଟି ଗୃହରେ ଜଣାଇବ ବୋଲି କହିଥିଲେ।

ପରେ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଗସ୍ତ କରି ବ୍ରହ୍ମପୁର ଅଭିମୁଖେ ଫେରିଥିଲେ। କମିଟିର ଏହି ଗସ୍ତ ସମୟରେ ସରକାରୀ କର୍ମଚାରୀ, ଅଧିକାରୀଙ୍କ ସମେତ ଭାଜପାର ବରିଷ୍ଠ ନେତା ମାନ ଗୋବିନ୍ଦ ପ୍ରଧାନ,ଦାରିଙ୍ଗବାଡି ମଣ୍ଡଳ ସଭାପତି ମିଟୁ ସାହୁ, ରାଜ୍ୟ କାର୍ଯ୍ୟକାରିଣୀ ପରିଷଦର ସଦସ୍ୟ ସୁକାନ୍ତ କୁମାର ସାହୁ, ଏମପି ଙ୍କ ଦାରିଙ୍ଗବାଡି ପ୍ରତିନିଧି ବିଷ୍ଣୁ ଚରଣ ପ୍ରଧାନ, ପ୍ରଭାକର ସାହୁ, ଅରୁଣ ପ୍ରଧାନ, ହରେନ ସାହୁ, ମୀନକେତନ ସାହୁ, ଭାଲୁ ସାହୁ, ରଞ୍ଜନ ସାହୁଙ୍କ ସମେତ ଶତାଧିକ କର୍ମକର୍ତ୍ତା ଉପସ୍ଥିତ ଥିଲେ। କମିଟିକୁ ମିଶନ ଶକ୍ତି ମହିଳାମାନଙ୍କ ଦ୍ୱାରା ମାଣ୍ଡିଆରେ ପ୍ରସ୍ତୁତ କରାଯାଇଥିବା ବିଭିନ୍ନ ବ୍ୟଞ୍ଜନ ଖାଇବାକୁ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri