କଳାହାଣ୍ଡିରେ ଲଜ୍ଜା: ନାବାଳିକା ୬ ମାସର ଗର୍ଭବତୀ

କଲମପୁର,୩୧ା୫(ଗଣେଶରାମ ବାଗ): କଳାହାଣ୍ଡିରେ ଲଜ୍ଜା। କଲମପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଶନିବାର ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଯୁବକ ହେଲେ କୁବେର ବାଗ (୩୯)। ଅଭିଯୋଗ ଅନୁସାରେ ବଡ଼କୁଟରୁ ଫାଣ୍ଡି ଅଞ୍ଚଳର ଜଣେ ୧୪ ବର୍ଷର ନାବାଳିକାଙ୍କୁ ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ କୁବେର ବଳାତ୍କାର କରିଆସୁଥିଲେ।

ନାବାଳିକା ୬ ମାସର ଅନ୍ତସତ୍ତ୍ୱା ଥିବା ଜାଣିବା ପରେ ଝିଅର ମା’ କଲମପୁର ଥାନାରେ ଶୁକ୍ରବାର ଅଭିଯୋଗ କରିଥିଲେ। ଅଭିଯୋଗ ଅନୁସାରେ ପୋଲିସ ଏକ ମାମଲା (ନଂ.୫୭/୨୫) ରୁଜୁକରି ପୋକ୍‌ସୋ ଆକ୍ଟରେ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ବୟାନ ରେକର୍ଡ ଓ ମେଡିକାଲ ଟେଷ୍ଟ ପରେ ଅଭିଯୁକ୍ତଙ୍କୁ ଶନିବାର ଜେଲ ହାଜତକୁ ପଠାଯାଇଥିବା ପୋଲିସ ସୂତ୍ରରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଦେଶ ପାଇଁ ବାଜପେୟୀଙ୍କ ଅବଦାନ ଅବିସ୍ମରଣୀୟ’

ଛତ୍ରପୁର,୨୫ା୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ ସୁଶାସନ ଦିବସ ପାଳିତ ହୋଇଯାଇଛି।...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତ ମହୋତ୍ସବରେ ଯୋଗଦେବେ ବିଧାନସଭାର ପୂର୍ବତନ ଉପବାଚସ୍ପତି, ସହମତି ପ୍ରକାଶ କରି…

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ବିଧାନସଭାର ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନ ଯୋଗଦେବାକୁ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର

ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ...

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri