ସମୁଦୁଣୀଙ୍କୁ ତୀର ମାଡ଼ କଲେ ସମୁଦି, ପେଟରେ ବାଜି…

ବଣାଇଁ,୧।୬(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅଧୀନ ଗମଲେଇ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ତୀରମାଡରେ ମହିଳା ଜଣକ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ହସ୍ପିଟାଳରେ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷେ ତୀର ମାରିଥିବା ବ୍ୟକ୍ତିଙ୍କୁ ପୋଲିସ ଥାନାରେ ଅଟକ ରଖି ଅଧିକ ପଚରାଉଚରା କରୁଛି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।

ଗମଲେଇ ଗ୍ରାମର ବିଧବା ମହିଳା ଲକ୍ଷ୍ମୀ କିଷାନ। ତାଙ୍କ ସମ୍ପର୍କୀୟ ଲୁକୁ କିଷାନଙ୍କ ସହ ଭଲ ସମ୍ପର୍କ ରହିଥିଲା। ଉଭୟେ ସମୁଦି ଏବଂ ସମୁଦୁଣୀ ବୋଲି ଡକାଡକି ହେଉଥିଲେ l ହେଲେ ହଠାତ୍‌ ଭୋରରେ ଲୁକୁ ଲକ୍ଷ୍ମୀ ଘରକୁ ଯାଇ ଜଣେ ବାହାର ଲୋକ ଥିବା ଦେଖି ଉତ୍ତ୍ୟକ୍ତ ହୋଇପଡିଥିଲା । ପରେ ସେ ଘରୁ ଧନୁ ତୀର ଆଣି ସମ୍ପୃକ୍ତ ଲୋକଙ୍କୁ ତୀରମାଡ଼ କରିଥିଲେ।

ହେଲେ ଦୁର୍ଭାଗ୍ୟ ବଶତଃ ତୀର ଲକ୍ଷ୍ମୀଙ୍କ ପେଟରେ ବାଜି ଗଳି ଯାଇଥିଲା। ଗୁରୁତର ଅବସ୍ଥାରେ ଲକ୍ଷ୍ମୀଙ୍କୁ ପ୍ରଥମେ ଉପଖଣ୍ଡ ଚିକିତ୍ସାଳୟ ବଣାଇଁ ଓ ପରେ ରାଉରକେଲା ସ୍ଥାନାନ୍ତର କରାଯାଇଛି l ଘଟଣାସ୍ଥଳରେ ଲହୁଣିପଡ଼ା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ

ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri