Posted inଜାତୀୟ

ଉତ୍ତରପୂର୍ବାଞ୍ଚଳ ସ୍ଥିତି ସଙ୍ଗିନ

ଗୁଆହାଟୀ,୨ା୬: ଉତ୍ତରପୂର୍ବାଞ୍ଚଳ ରାଜ୍ୟଗୁଡ଼ିକରେ ଲଗାଣ ବର୍ଷା ବିପର୍ଯ୍ୟୟ ସୃଷ୍ଟି କରିଛି। ପ୍ରବଳ ବର୍ଷାଜନିତ ଅଚାନକ ବନ୍ୟା ଓ ଭୂସ୍ଖଳନରେ ମୃତ୍ୟୁସଂଖ୍ୟା ୩୧ରେ ପହଞ୍ଚତ୍ଥିବାବେଳେ ସ୍ଥିତି ସଙ୍ଗିନ ରହିଛି। ଗତ ୪୮ ଘଣ୍ଟା ମଧ୍ୟରେ ଆସାମ ଓ ଅରୁଣାଚଳପ୍ରଦେଶରେ ୯ ଜଣ ଲେଖାଏ ପ୍ରାଣ ହରାଇଥିବାବେଳେ ମେଘାଳୟରେ ୬, ମିଜୋରାମରେ ୫, ନାଗାଲାଣ୍ଡ ଓ ତ୍ରିପୁରାରେ ଜଣେ ଲେଖାଏ ପ୍ରାଣ ହରାଇଛନ୍ତି। ଅରୁଣାଚଳପ୍ରଦେଶର ଇଷ୍ଟ କାମେଙ୍ଗ ଜିଲାରେ ଭୂସ୍ଖଳନ ଯୋଗୁ ଏକ ଗାଡ଼ି ଖାତକୁ ଖସିପଡ଼ିବାରୁ ୭ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଲୋୟର ସୁବନସିରି ଜିଲାରେ ଭୂସ୍ଖଳନରେ ୨ ଶ୍ରମିକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୨ ଜଣଙ୍କୁ ଉଦ୍ଧାର କରାଯାଇଛି।
ଆସାମରେ ଲଗାଣ ବର୍ଷା ଜାରି ରହିଥିବାରୁ ସଡ଼କ ପରିବହନ ଓ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଛି। ୧୫ ଜିଲାର ୭୮,୦୦୦ରୁ ଊର୍ଦ୍ଧ୍ୱ ଲୋକ ପ୍ରଭାବିତ ହୋଇଛନ୍ତି। ବ୍ରହ୍ମପୁତ୍ର ଓ ବାରାକ ସମେତ ୧୦ଟି ବଡ଼ ନଦୀ ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିବାରୁ ଗମ୍ଭୀର ବନ୍ୟା ସ୍ଥିତି ସୃଷ୍ଟି ହେବା ନେଇ ସତର୍କ କରାଇଛି। ଭୂସ୍ଖଳନଜନିତ ରାସ୍ତା ଅବରୋଧ ଯୋଗୁ ଉତ୍ତର ସିକିମ୍‌ରେ ପ୍ରାୟ ୧,୫୦୦ ପର୍ଯ୍ୟଟକ ବିଭିନ୍ନ ସ୍ଥାନରେ ଅଟକି ରହିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ରବିବାର ଆସାମ, ଅରୁଣାଚଳପ୍ରଦେଶ ଓ ସିକିମ୍‌ ମୁଖ୍ୟମନ୍ତ୍ରୀଙ୍କ ସମେତ ମଣିପୁର ରାଜ୍ୟପାଳଙ୍କ ସହ କଥା ହୋଇ ବର୍ଷାବିତ୍ପାତ ସ୍ଥିତିର ମୁକାବିଲା ପାଇଁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri