କେନ୍ଦୁପତ୍ର ତୋଳାଳିଙ୍କ ମୁହଁରେ ହସ ଫୁଟାଇଲେ ମୁଖ୍ୟମନ୍ତ୍ରୀ: ଏଣିକି ମିଳିବ ଏସବୁ ସହାୟତା

ଭୁବନେଶ୍ୱର/ ଦେବଗଡ଼,୩।୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଦେବଗଡ଼ ଜିଲା ଗସ୍ତରେ ଯାଇ ପ୍ରାୟ ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍‌ଘାଟନ ଏବଂ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିସହିତ ଦେବଗଡ଼ ଜିଲା ପାଇଁ ୩୦୦ ଶଯ୍ୟା ବିଶିଷ୍ଟ ନବନିର୍ମିତ ଡାକ୍ତରଖାନାକୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଛନ୍ତି।

ପ୍ରକଳ୍ପଗୁଡିକ ମଧ୍ୟରେ ୧୧ଟି ସ୍ବାସ୍ଥ୍ୟସେବା ପ୍ରକଳ୍ପ ଏବଂ ୪ଟି ଶିକ୍ଷା ଭିତ୍ତିଭୂମି ଉନ୍ନତିକରଣ ପ୍ରକଳ୍ପ ରହିଛି। ଏହି ଅବସରରେ ରାଜ୍ୟର ସମସ୍ତ କେନ୍ଦୁପତ୍ର ତୋଳାଳି ଓ ବନ୍ଧାଳିଙ୍କ ପାଇଁ ୪୧ କୋଟି ୧୭ ଲକ୍ଷ ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ଏଥିରେ କେନ୍ଦୁପତ୍ର ତୋଳାଳିଙ୍କ ଚପଲ ପାଇଁ ୧୬୦ ଟଙ୍କା, କେରି ସଂଗ୍ରହ କପଡ଼ା ପାଇଁ ୨୦୦ ଟଙ୍କା, ତୋଳାଳି ଓ ସିଜନାଲ ଷ୍ଟାଫଙ୍କ ଟୋପି ପାଇଁ ୧୦୦ ଟଙ୍କା, ବନ୍ଧାଳିଙ୍କ ମଶାରୀ ଓ କମ୍ବଳ ପାଇଁ ଜଣଙ୍କ ପିଛା ୭୦୦ ଟଙ୍କା ପ୍ରଦାନ କରାଯିବ । ଏହାଦ୍ୱାରା ରାଜ୍ୟର ପ୍ରାୟ ୯ ଲକ୍ଷ କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ସିଜନାଲ ଷ୍ଟାଫ ଉପକୃତ ହେବେ।

ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେ, ଦେବଗଡ଼ ଜିଲାର ବିକାଶ ପାଇଁ ସମସ୍ତ ସାମର୍ଥ୍ୟ ଅଛି। ଆମେ ତାହାର ଠିକ ଉପଯୋଗ କରି ଜିଲାକୁ ରାଜ୍ୟ ବିକାଶ ଧାରାର ମୁଖ୍ୟସ୍ରୋତରେ ଯୋଡିବୁ। ଭାଜପା ସରକାର ଆସିବା ପରେ ଓଡ଼ିଶାର ୩୦ଟି ଜିଲାର ସମାନୁପାତିକ ବିକାଶକୁ ଗୁରୁତ୍ୱ ଦିଆଯାଉଛି। ସମାଜର ଶେଷ ଧାଡ଼ିରେ ଥିବା ଲୋକଟିଏ ଯେପରି ମୌଳିକ ସୁବିଧା ପାଇପାରିବ ସେଥିପ୍ରତି ସରକାର ଗୁରୁତ୍ୱ ଦେଉଥିବା କହିଛନ୍ତି।

ଶିକ୍ଷା, ସ୍ବାସ୍ଥ୍ୟ, ଭିତ୍ତିଭୂମି, କୃଷି, ଶିଳ୍ପ, ପୁଞ୍ଜିନିବେଶ ଓ ରୋଜଗାର ଉପରେ ଗୁରୁତ୍ୱ ଦେଲେ ହିଁ ସମୃଦ୍ଧ ଓଡ଼ିଶା ଗଠନର ସପ୍ନ ସମ୍ଭବ ହୋଇପାରିବ। ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଏବଂ ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନର ଲକ୍ଷ୍ୟ ପୂରଣ କରିବା ପାଇଁ ଉଦ୍ୟମ ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏପରି କି ଦେବଗଡ଼ ଜିଲାକୁ ରାଜ୍ୟର ଏକ ଅଗ୍ରଣୀ ଓ ବିକଶିତ ଜିଲା ଭାବେ ଗଢି ତୋଳିବା ପ୍ରାଥମିକ ଲକ୍ଷ୍ୟ । ଏହି ଲକ୍ଷ୍ୟକୁ ପୂରଣ କରିବା ପାଇଁ ଜିଲାର ସମସ୍ତ ଜନସାଧାରଣଙ୍କୁ ଶିକ୍ଷା, ସ୍ବାସ୍ଥ୍ୟ, ପାନୀୟଜଳ, ବିଦ୍ୟୁତ୍‌ ଓ ଗମନାଗମନ ଭଳି ମୌଳିକ ସୁବିଧା ଯୋଗାଇ ଦେବାକୁ ସରକାର ତ୍ୱରିତ ପଦକ୍ଷେପ ଗ୍ରହଣ କରୁଥିବା ମୁଖ୍ୟମନ୍ତ୍ରୀ କହିଥିଲେ। କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଦେବଗଡ଼ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ICC ଦିନିକିଆ ମାନ୍ୟତା: ଶୀର୍ଷରେ ରୋହିତ, ଦ୍ୱିତୀୟ ସ୍ଥାନକୁ ଉଠିଲେ କୋହଲି

ମୁମ୍ବାଇ,୧୦।୧୨: ଆଇସିସି ଦ୍ୱାରା ବୁଧବାର ପ୍ରକାଶିତ ସଦ୍ୟତମ ଦିନିକିଆ ମାନ୍ୟତାରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଶୀର୍ଷ ସ୍ଥାନ ବଜାୟ ରଖିଥିବାବେଳେ ବିରାଟ କୋହଲି ଦୁଇଟି...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ସରପଞ୍ଚ ପ୍ରାର୍ଥୀ ଓଡ଼ିଆ ପଢ଼ିବା, ଲେଖିବା ବାଧ୍ୟତାମୂଳକ: ଓଡିଶା ହାଇକୋର୍ଟ

କଟକ,୧୦।୧୨: ଓଡ଼ିଶା ଗ୍ରାମ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କୁ ଓଡ଼ିଆ ଭାଷାରେ ପଢ଼ିବା ଏବଂ ଲେଖିବା ଜାଣିବା ଅତ୍ୟନ୍ତ ଆବଶ୍ୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri