ପୁଣି ବଦଳିଲା ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର: ଜାଣନ୍ତୁ କେମିତି କରିପାରିବେ ବଦଳି ଆବେଦନ

ଭୁବନେଶ୍ୱର,୪ା୬(ସୁଚିସ୍ମିତା ସାହୁ):୨୦୨୫-୨୬ ଶିକ୍ଷାବର୍ଷ ଲାଗି ସରକାରୀ ପ୍ରାଥମିକ ଏବଂ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ଶିକ୍ଷକମାନଙ୍କ ବଦଳି ଆବେଦନ ଆରମ୍ଭ ହୋଇଯାଇଛି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ମଙ୍ଗଳବାର ପୁଣି ଥରେ ସଂଶୋଧିତ କ୍ୟାଲେଣ୍ଡର ପ୍ରକାଶ ପାଇଛି। ଜୁଲାଇ ୧୯ ସୁଦ୍ଧା ବଦଳି ପ୍ରକ୍ରିୟା ଶେଷ କରିବାକୁ ଓସେପା, ଜିଲା ଶିକ୍ଷା ଅଧିକାରୀ ଏବଂ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଣିକି ଶିକ୍ଷକମାନେ ଜିଲା ଭିତରେ ଓ ବାହାରକୁ ବଦଳି ହେବାକୁ ଚାହିଁଲେ ଆବେଦନ କରିପାରିବେ।
ଉକ୍ତ କ୍ୟାଲେଣ୍ଡର ଅନୁଯାୟୀ, ମେ ୧୫ରୁ ଜୁନ ୬ ପର୍ଯ୍ୟନ୍ତ ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକ ଓ ପ୍ରଧାନ ଶିକ୍ଷକମାନେ ବଦଳି ପାଇଁ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ଜୁନ ୯ରୁ ୧୬ ସୁଦ୍ଧା ବ୍ଲକ ଶିକ୍ଷା ଅଧିକାରୀ ଏବଂ ଜିଲା ଶିକ୍ଷା ଅଧିକାରୀମାନେ ଆବେଦନ ଫର୍ମଗୁଡିକର ଯାଞ୍ଚ କରିବା ସହିତ ଅପ୍‌ଲୋଡ୍‌ କରିବେ। ଜୁନ୍‌ ୨୦ରୁ ୨୧ ତାରିଖ ସୁଦ୍ଧା ମେଡିକାଲ ମାମଲାଗୁଡ଼ିକୁ ମେଡିକାଲ ବୋର୍ଡକୁ ପଠାଯିବ। ୩୦ରେ ମେଡିକାଲ ରିପୋର୍ଟ ମିଳିବା ପରେ ଜୁଲାଇ ୪ରୁ ୫ ଭିତରେ ରିପୋର୍ଟଗୁଡିକୁ ଅପ୍‌ଲୋଡ୍‌ କରାଯିବ। ୭ରୁ ୯ ତାରିଖ ମଧ୍ୟରେ ନିଜ ପସନ୍ଦ ଅନୁସାରେ ବଦଳି ଆବେଦନ କରିଥିବା ଚିଠିର ଅନୁଧ୍ୟାନ କରାଯିବ। ଏହାପରେ ଜୁଲାଇ ୧୦ରୁ ୧୬ ତାରିଖ ମଧ୍ୟରେ ଏକ ବୈଠକ ଜରିଆରେ ଯୋଗ୍ୟ ପ୍ରାର୍ଥୀଙ୍କ ଡ୍ରାଫ୍ଟ ଲିଷ୍ଟ ପ୍ରସ୍ତୁତ କରାଯିବ। ପରେ ଫାଇନାଲ ମେରିଟ ଲିଷ୍ଟ ଜୁଲାଇ ୧୮ରେ ଓସେପା ଓ୍ବେବ୍‌ସାଇଟରେ ପ୍ରକାଶ ପାଇବ। ଜୁଲାଇ ୧୮ରୁ ୧୯ରେ ବଦଳି ପାଇଁ ଶିକ୍ଷକଙ୍କୁ ଚିଠି କରାଯିବ। ଜୁଲାଇ ୨୫ରେ ବଦଳି ସ୍ଥାନରେ ଯୋଗଦେବାକୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ନିର୍ଦ୍ଦେଶ ରହିଛି। ଅନେକ ଶିକ୍ଷକ ବଦଳି ପାଇଁ ସ୍ଥାନୀୟ ବିଧାୟକଙ୍କ ସୁପାରିସ ଚାହଁୁଥିଲେ ଓ ତାହା ମିଳିବାରେ ବିଳମ୍ବ ହେଉଥିଲା, ତେଣୁ ବଦଳି ସମୟସୀମାକୁ ବୃଦ୍ଧି କରାଯାଇଛି। ଯଦ୍ଦ୍ବାରା ବଦଳି ଆବେଦନରୁ ବଞ୍ଚତ୍ତ ହୋଇଥିବା ଶିକ୍ଷକମାନେ ପୁଣି ଆବେଦନ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri