ଚିକିତ୍ସା ଅବହେଳାରୁ ଗର୍ଭବତୀଙ୍କ ମୃତ୍ୟୁ ଘଟଣା: ପରିବାର କଲ୍ୟାଣ ବିଭାଗର କଡ଼ା କାର୍ଯ୍ୟାନୁଷ୍ଠାନ

ଦାରିଙ୍ଗବାଡି, ୫।୬ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ମଙ୍ଗଳବାର ଚିକିତ୍ସା ଅବହେଳାରେ ଜଣେ ଗର୍ଭବତୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଥିଲା। ତେବେ ଘଟଣାକୁ ରାଜ୍ୟ ସରକାର ଗୁରୁତର ଭାବେ ନେଇଛନ୍ତି।

ତେବେ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଫୁଲବାଣୀ ମେଡିକାଲ କଲେଜ ଓ ହସ୍ପିଟାଲର ବିଶେଷଜ୍ଞ ଦଳକୁ ଏହାର ତଦନ୍ତ କରି ଏକ ସପ୍ତାହ ମଧ୍ୟରେ ରାଜ୍ୟକୁ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପରେ ମେଡିକାଲ କଲେଜର ମେଡ଼ିସିନ ବିଭାଗର ପ୍ରଫେସର ପ୍ରଦୀପ କୁମାର ପାଢ଼ୀଙ୍କ ନେତୃତ୍ୱରେ ଶିଶୁ ଓ ମହିଳା ବିଭାଗର ବିଶେଷଜ୍ଞ ଅନ୍ୟମାନେ ବୁଧବାର ସଂଧ୍ୟାାରେ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ତନ ତନ ତଦନ୍ତ କରିଛନ୍ତି। ସେହିଦିନ ଚିକିତ୍ସା ଦାୟିତ୍ୱରେ ରହିଥିବା ଡାକ୍ତର ମୋହିତ ବାଥୱାଲ, ନର୍ସିଂ ଅଫିସର ତୃପ୍ତିଲତା ପ୍ରଧାନ, ଆଟେଣ୍ଡାଣ୍ଟ ଓ ଅନ୍ୟ କର୍ମଚାରୀଙ୍କୁ ଘନ ଘନ ଜେରା କରିଛନ୍ତି । ଏକାଧିକ ପ୍ରଶ୍ନ ପଚାରିବା ସହ ଚିକିତ୍ସା କରାଯାଇଥିବା ସମସ୍ତ ରିପୋର୍ଟ, ଦିଆଯାଇଥିବା ମେଡିସିନ, ଇଞ୍ଜେକ୍ସନ ଆଦିର ତଦନ୍ତ କରିଛନ୍ତି ସୱାସ୍ଥ୍ୟକେନ୍ଦ୍ରର ଇନଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟଙ୍କୁ ମଧ୍ୟ ତଦନ୍ତକାରୀ ଦଳ ପଚରାଉଚରା କରିଛନ୍ତି।

ପ୍ରକାଶ ଯେ ମଙ୍ଗଳବାର ଭୋରରେ ସିଆଙ୍ଗବାଲି ପଞ୍ଚାୟତ ଅଞ୍ଚଳର ଗର୍ଭବତୀ ସୁନିମା ପ୍ରଧାନଙ୍କୁ ପେଟ, ଆଖି ଆଦି ବ୍ୟଥା ହେବାରୁ ତାଙ୍କ ସ୍ବାମୀ ସୁରେନ୍ଦ୍ର ପ୍ରଧାନ ଦାରିଙ୍ଗବାଡି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସୁନିମାଙ୍କ ମୃତ୍ୟୁ ହୋଇଥିଲା ଘଟଣାକୁ ନେଇ ଉତ୍ତେଜନା ଦେଖାଯିବା ସହ ସୁନିମାଙ୍କ ମୃତ ଦେହ ନେବାକୁ ମଧ୍ୟ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ କୌଣସି ବ୍ୟବସ୍ଥା ନ କରିବା ଯୋଗୁ ବ୍ୟବଚ୍ଛେଦ ପାଇଁ ବିଳମ୍ବ କରିବା ଅଭିଯୋଗରେ ମୃତ ଦେହକୁ ସମ୍ପର୍କୀୟମାନେ କାନ୍ଧରେ ବୋହି ପ୍ରାୟ ୮ କିମି ଦୂର ଚାଲି ଚାଲି ଘରେ ପହଞ୍ଚିଥିଲେ। ପୋଲିସ ପହଞ୍ଚି ବୁଝାସୁଝା କରିଥିଲେ ମଧ୍ୟ ଉତ୍ୟକ୍ତ ଲୋକ କୌଣସି କଥା ଶୁଣିନଥିଲେ। ତେବେ ଘଟଣାଟି ପ୍ରଘଟ ହେବା ପରେ ରାଜ୍ୟ ସରକାର ଏହାର ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ପଦକ୍ଷେପ ନେଇଥିବା ଜଣାପଡିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri