Posted inରାଜ୍ୟ

ସରକାରୀ ଜମି ଜବରଦଖଲମୁକ୍ତ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୫ା୬(ସୁନିତ୍‌ ମିଶ୍ର): ଶାସନ-ପ୍ରଶାସନ ବ୍ୟବସ୍ଥାରେ ତହସିଲଦାରମାନେ ହେଉଛନ୍ତି ରାଜସ୍ବ ପ୍ରଶାସନର ମେରୁଦଣ୍ଡ। ତହସିଲଦାରମାନେ ଲୋକଙ୍କ ଅଭିଯୋଗ ଶୁଣିବା ସହ ତାହାର ତ୍ୱରିତ ସମାଧାନ ପାଇଁ ଚେଷ୍ଟାକରନ୍ତୁ। ତହସିଲ ଅଫିସ୍‌ ଲୋକଙ୍କ ପାଇଁ ଭୟର ନୁହେଁ, ବିଶ୍ୱାସର ସ୍ଥାନ ହେଉ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ରାଜସ୍ବ ଅଧିକାରୀମାନଙ୍କ ସମ୍ମିଳନୀରେ କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାଜପା ସରକାର ଭୂମି ପ୍ରଶାସନକୁ ଆଧୁନିକ ଏବଂ ଲୋକାଭିମୁଖୀ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ। ଓଡ଼ିଶାରେ କେହି ବି ଭୂମିହୀନ ରହିବେ ନାହିଁ। ଯେଉଁମାନଙ୍କର ୪ ଡେସିମିଲରୁ କମ୍‌ ଜମି ଅଛି, ସେମାନେ ମଧ୍ୟ ଭୂମିହୀନ ଭାବେ ଗଣାହେବେ। ସରକାର ସେମାନଙ୍କୁ ଜମି ଯୋଗାଇଦେବେ। ଏହି ଯୋଜନାକୁ ପ୍ରଭାବୀ ଭାବେ ଲାଗୁକରିବା ପାଇଁ ତହସିଲଦାରମାନଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସମାଜର ଶେଷଧାଡ଼ିରେ ଥିବା ଲୋକ ପର୍ଯ୍ୟନ୍ତ ସେବା ପହଞ୍ଚାନ୍ତୁ। ଯେଉଁମାନେ ଦୀର୍ଘଦିନ ଧରି ବଞ୍ଚିତ ଓ ଅବହେଳିତ- ସେମାନେ ହେଉଛନ୍ତି ସରକାରଙ୍କ ପ୍ରାଥମିକତା। ବହୁ ମୂଲ୍ୟବାନ୍‌ ସରକାରୀ ଜମି ଜବରଦଖଲରେ ଅଛି। ସେହି ସରକାରୀ ଜମିକୁ ଜବରଦଖଲମୁକ୍ତ କରି ତାହାର ସୁରକ୍ଷା କରନ୍ତୁ। ଆଗାମୀ ଦିନରେ ସରକାର ରାଜସ୍ବ କ୍ଷେତ୍ରରେ ଅନେକ ସଂସ୍କାର ଆଣିବାକୁ ଯାଉଛନ୍ତି। ସମୟସୀମା ମଧ୍ୟରେ ଦାଖଲ ଖାରଜ ମାମଲା ଓ ଅନ୍ୟାନ୍ୟ ଜମିଜମା ମାମଲାର ତ୍ୱରିତ ଫଇସଲା କରନ୍ତୁ। ଜମିଜମା ସଂକ୍ରାନ୍ତୀୟ ମାମଲା ବିଚାର କଲାବେଳେ ସମ୍ପୂର୍ଣ୍ଣ ସ୍ବଚ୍ଛତାର ସହ କରିବା ଦରକାର ବୋଲି ସେ କହିଛନ୍ତି।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଜନଜାତି ଏବଂ ଅନୁସୂଚିତ ଜାତିଙ୍କ ଜମି କିଣାବିକାରେ ଅନେକ ସମୟରେ ଅନିୟମିତତା ଦେଖାଯାଇଥାଏ। ଏହି କିଣାବିକା ତହସିଲଦାରଙ୍କ ଅଗୋଚରରେ ହେବା ପ୍ରାୟତଃ ଅସମ୍ଭବ। ତେଣୁ ଏହି ସମ୍ବନ୍ଧୀୟ ସବୁ ବିବାଦ, କିଣାବିକାରେ ସାମାନ୍ୟତମ ବ୍ୟତିକ୍ରମ ହେବା ଉଚିତ ନୁହେଁ। ଯଦି ଜ୍ଞାତସରରେ କିଛି ତ୍ରୁଟି ହୁଏ, ଏହାର ପରିଣାମ ସେହି ଅଧିକାରୀ ଭୋଗିବେ। ଏଥିରେ ସରକାରଙ୍କ ‘ଶୂନ୍ୟ ସହନଶୀଳତା’ ନୀତି ରହିଛି। ରାଜସ୍ବ ବିଭାଗ ହେଉଛି ସ୍ବଚ୍ଛ ଏବଂ ଉତ୍ତମ ସରକାରର ଦର୍ପଣ। ଯଦି ସରକାର ଆପଣଙ୍କ ଅଞ୍ଚଳରେ ଶିଳ୍ପ ପ୍ରତିଷ୍ଠା କରିବାକୁ ଯାଉଛନ୍ତି, ଆପଣମାନେ ଆବଶ୍ୟକ ଜମି ଯୋଗାଡ଼ କରିବେ। ଯଦି ସରକାରଙ୍କ ପାଖରେ ଜମି ନାହିଁ, ଲୋକଙ୍କ ଠାରୁ ଅଧିଗ୍ରହଣ କରିବାକୁ ପଡ଼ିବ ଏବଂ ଏହି କାର୍ଯ୍ୟ ସବୁବେଳେ ବିଶ୍ବାସର ସହ କରିବାକୁ ହେବ ବୋଲି ସେ କହିଛନ୍ତି।
ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ଚିରାଚରିତ କାର୍ଯ୍ୟପଦ୍ଧତିରେ ପରିବର୍ତ୍ତନ ଆଣିବାକୁ ପଡ଼ିବ। ତେଣୁ ସମସ୍ତେ ନିଜର ମାନସିକତା ବଦଳାନ୍ତୁ। ସରକାରୀ କାର୍ଯ୍ୟାଳୟକୁ ଆସୁଥିବା ଲୋକଙ୍କୁ ଉତ୍ତମ ବ୍ୟବହାର ପ୍ରଦର୍ଶନ କରନ୍ତୁ। ସମୟ ଅନୁଯାୟୀ ରାଜସ୍ବ ସେବା ଯୋଗାଇଦେବା ପାଇଁ ଯତ୍ନବାନ୍‌ ହୁଅନ୍ତୁ ବୋଲି ପୂଜାରୀ ପରାମର୍ଶ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂହ, କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ବି. ପରମେଶ୍ୱରନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ଉନ୍ନୟନ କମିଶନର ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ। ଏହି ୨ ଦିନିଆ କର୍ମଶାଳାର ପ୍ରଥମ ଅଧିବେଶନରେ ସମସ୍ତ ଜିଲାର ଉପଜିଲାପାଳ, ଅତିରିକ୍ତ ଜିଲାପାଳ ଓ ତହସିଲଦାରମାନେ ଅଂଶଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri