‘ପ୍ଲାଷ୍ଟିକ ବ୍ୟବହାର ମାନବ ସମାଜ ପାଇଁ ବିପଦ’

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଏବଂ ଦକ୍ଷିଣ ଘୁମୁସର ବନଖଣ୍ଡର ବିଭିନ୍ନ ସେକସନରେ ଗୁରୁବାର ବିଶ୍ବ ପରିବେଶ ଦିବସ ପାଳନ ସହ ପ୍ଲାଷ୍ଟିକ ବର୍ଜନ ଉପରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଏନେଇ ଆୟୋଜିତ ସଚେତନତା କାର୍ଯ୍ୟକ୍ରମରେ ପ୍ଲାଷ୍ଟିକ ବର୍ଜନ ଉପରେ ଲୋକଙ୍କୁ ସଚେତନ କରାଯାଇଥିଲା। ଏହି ଅବସରରେ ବନ ବିଭାଗ ପକ୍ଷରୁ ସ୍ଥାନୀୟ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟଠାରୁ ଏକ ବାଇକ୍‌ ରାଲି ବାହାରି ବନବିହାର ପର୍ଯ୍ୟନ୍ତ ଆସିଥିଲା। ପରେ ବନବିହାର ପରିସରରେ ସଫେଇ କାର୍ଯ୍ୟକ୍ରମ କରାଯାଇଥିଲା ।

ଆୟୋଜିତ ସଭାରେ ବକ୍ତାମାନେ ପ୍ଲାଷ୍ଟିକ ମାନବ ସମାଜ ପାଇଁ ବିପଦ ବୋଲି କହିଥିଲେ। ତେଣୁ ପ୍ଲାଷ୍ଟିକ ବ୍ୟବହାରଠାରୁ ଦୂରେଇ ମତବ୍ୟକ୍ତ କରିଥିଲେ। ଆୟୋଜିତ କାର୍ଯ୍ୟକ୍ରମରେ ଦକ୍ଷିଣ ଘୁମୁସର ବନଖଣ୍ଡ ଅଧିକାରୀ ବିନୋଦ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ ମାଧ୍ୟମରେ ପ୍ଲାଷ୍ଟିକ ବ୍ୟବହାର କମାଇବା ଉପରେ କହିଥିଲେ।

ଉତ୍ତର ଘୁମୁସର ବନଖଣ୍ଡ ଅଧିକାରୀ ହିମାଂଶୁ ଶେଖର ମହାନ୍ତି ସଭାରେ ଅଧ୍ୟକ୍ଷତା କରି ଇକୋ ଟୁରିଜିମ ପ୍ରକଳ୍ପ ଗୁଡ଼ିକରେ ପ୍ଲାଷ୍ଟିକ ବ୍ୟବହାର
ସମ୍ପୂର୍ଣ୍ଣ ବନ୍ଦ କରାଯାଇଥିବା କହିଥିଲେ। ଏହି ଅବସରରେ ଏସିଏଫ ବିବେକ ଦାସ, ରେଞ୍ଜର ବିମ୍ବାଧର ସାହୁ, ସେଣ୍ଟ୍ରାଲ ରେଞ୍ଜର ପୃଥିବୀ ରାଜ ପ୍ରଧାନ, ଅବସରପ୍ରାପ୍ତ ରେଞ୍ଜର ପ୍ରଶାନ୍ତ ସାହୁ, ପରିବେଶବିତ ସୁରେଶ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ।

ଅତିଥିମାନେ ବନବିହାର ପରିସରରେ ଚାରା ରୋପଣ କରିବା ସହ ବିଭିନ୍ନ ବନ ସୁରକ୍ଷା ସମିତିକୁ ଚାରା ବଣ୍ଟନ କରିଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ବନପାଳ ଶରତ ମହାନ୍ତି, ବବୁଲ ସେଠୀ, ଶୁଭସ୍ମିତା ପାତ୍ର ପ୍ରମୁଖ ସହଯୋଗ କରିଥିଲେ।

ସେହିପରି ଭଞ୍ଜନଗର ଓମ୍‌ ଶାନ୍ତି କାର୍ଯ୍ୟାଳୟରେ ଅନୁଷ୍ଠିତ ସଚେତନତା କାର୍ଯ୍ୟକ୍ରମରେ ବ୍ରହ୍ମାକୁମାରୀ ସନ୍ତୋସିନି, ଏସିଏଫ ପ୍ରଦୀପ କୁମାର ବେହେରା, ବିବେକ ଦାସ, ଅଧ୍ୟାପକ ଡ. ରବିନ୍ଦ୍ର କୁମାର ମିଶ୍ର, ପରିବେଶବିତ୍‌ ଶୂଳପାଣି ଶତପଥୀ ପ୍ରମୁଖ ଅତିଥି ଭାବେ ଯୋଗଦେଇ ନିଜ ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ଚାରା ରୋପଣ ସହ ଲୋକଙ୍କୁ ଚାରା ବଣ୍ଟନ କରାଯାଇଥିଲା । ଏହିପରି ଭଞ୍ଜନଗର ଅବକାରୀ କାର୍ଯ୍ୟାଳୟ ପରିସରରେ ମଧ୍ୟ ଆଜି ଚାରା ରୋପଣ କରାଯାଇଥିଲା।

ଅତିରିକ୍ତ ତହସିଲଦାର ଅବିନାଶ ମହାର ମୁଖ୍ୟଅତିଥି ଭାବେ ଯୋଗଦେଇ ଚାରା ରୋପଣ କରିଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ଅବକାରୀ ବିଭାଗର କର୍ମଚାରୀ ସହଯୋଗ କରିଥିଲେ। ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟକୁ ପ୍ରକୃତି ମିତ୍ର ପୁରସ୍କାର ପ୍ରଦାନ କରାଯାଇଛି। ଭୁବନେଶ୍ୱରଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri