ଭାଜପା ଉତ୍ସବ ପାଳନ ନ କରି ସେହି ଅର୍ଥରେ ଆମ୍ବୁଲାନ୍ସ କିଣୁ: ବିଜେଡି

ଭୁବନେଶ୍ୱର,୬ା୬(ସୁନିତ୍‌ ମିଶ୍ର): ରାଜ୍ୟରେ ସ୍ବାସ୍ଥ୍ୟସେବା ଉଦ୍‌ବେଗଜନକ ସ୍ଥିତିରେ ଥିବାବେଳେ ଆମ୍ବୁଲାନ୍ସ ସେବାର ବିପର୍ଯ୍ୟସ୍ତ ଅବସ୍ଥାକୁ ନେଇ ବିଜେଡି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି। ଶଙ୍ଖ ଭବନଠାରେ ଗୁରୁବାର ଖବରଦାତା ସମ୍ମିଳନୀ କରି ଦଳୀୟ ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି, ପରିତାପର ବିଷୟ, ଆମ୍ବୁଲାନ୍ସ ଭଳି ଜରୁରିକାଳୀନ ସେବା ଏକ ପ୍ରକାର ଠପ୍‌ ହୋଇଯାଇଥିବା ବେଳେ ସରକାର ବର୍ଷ ପୂର୍ତ୍ତି ଉତ୍ସବ ପାଳନ କରୁଛନ୍ତି। ରାଜ୍ୟବାସୀଙ୍କ କଷ୍ଟୋପାର୍ଜିତ ଧନରୁ ଟିକସ ମାଧ୍ୟମରେ ରାଜକୋଷକୁ ଆସିଥିବା ଅର୍ଥକୁ ଭାଜପା ଉତ୍ସବ ପାଳନରେ ଖର୍ଚ୍ଚ ନ କରି ସେହି ଅର୍ଥରେ ଆମ୍ବୁଲାନ୍ସ କିଣନ୍ତୁ। ଗତ ବୁଧବାର କୋରାପୁଟର ଶହୀଦ ଲକ୍ଷଣ ନାୟକ ମେଡିକାଲ କଲେଜରେ ଭୁଲ୍‌ ଇଞ୍ଜେକସନ୍‌ ଦିଆଯିବା ଦ୍ୱାରା ୬ ଜଣଙ୍କ ମୃତ୍ୟୁ ହୋଇଥିବା ଭଳି ଦୁଃଖଦ ଖବର ସାମ୍ନାକୁ ଆସିଥିଲା। ବର୍ତ୍ତମାନ ରାଜ୍ୟରେ ଆମ୍ବୁଲାନ୍ସ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଥିବାର କରୁଣ ଚିତ୍ର ସାମ୍ନାକୁ ଆସିଛି। ଜଗତ୍‌ସିଂହପୁର ଜିଲାରେ ଏକ ୧୦୮ ଆମ୍ବୁଲାନ୍ସରେ ରୋଗୀ ଓ ତାଙ୍କ ପରିବାର ସଦସ୍ୟଙ୍କ ସହ ହସ୍ପିଟାଲକୁ ଆସୁଥିବା ବେଳେ ରାସ୍ତାରେ ଆମ୍ବୁଲାନ୍ସର ଟାୟାର ପଙ୍କ୍‌ଚର ହୋଇଯାଇଥିଲା। ଆମ୍ବୁଲାନ୍ସରେ ମୁମୂର୍ଷୁ ଅବସ୍ଥାରେ ଥିବା ରୋଗୀଙ୍କ ଅବସ୍ଥା ଆହୁରି ଖରାପ ହୋଇଥିଲା। ଡବଲ ଇଞ୍ଜିନ ଡବଲ ବିକାଶ ନାରା ଦେଇ ରାଜ୍ୟରେ କ୍ଷମତାକୁ ଆସିଥିବା ଭାଜପା ସରକାରଙ୍କ ଇଞ୍ଜିନ ଅଚଳ ହୋଇପଡ଼ିଛି ବୋଲି ଲେଖାଶ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri