ପୂର୍ବତନ ବିଧାୟକଙ୍କ ପରଲୋକରେ ଶୋକ ପ୍ରକାଶ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବରଗଡ଼,୬।୬ (ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମେଲଛାମୁଣ୍ଡା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ମହମ୍ମଦ ରଫିକଙ୍କ ଶୁକ୍ରବାର ୭୧ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି । ତାଙ୍କ ପରଲୋକରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ନବୀନ ତାଙ୍କ ସୋସିଆଲ ମିଡ଼ିଆ ଆକାଉଣ୍ଟରେ ଶୋକ ପ୍ରକାଶ କରି କହିଛନ୍ତି, ପୂର୍ବତନ ବିଧାୟକ ମହମ୍ମଦ ରଫିକ ବରଗଡ଼ ଅଞ୍ଚଳର ଲୋକଙ୍କ ବିକାଶ ପାଇଁ ସେ କରିଥିବା କାର୍ଯ୍ୟ ପାଇଁ ଚିରସ୍ମରଣୀୟ। ଏହା ସହିତ ରଫିକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ନବୀନ ସମବେଦନା ଜଣାଇଛନ୍ତି। ସେହିପରି ବିରୋଧୀ ଦଳ ଉପନେତା ତଥା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ମଧ୍ୟ ରଫିକଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି ରଫିକ୍ ଜଣେ ନିଷ୍ଠାପର ରାଜନୈତିକ କର୍ମୀ ତଥା ସମାଜସେବୀ ଥିଲେ। ବିଧାୟକ ଥିବାବେଳେ ପ୍ରାକ୍ତନ ମେଲଛାମୁଣ୍ଡା ନିର୍ବାଚନ ମଣ୍ଡଳୀର ବିକାଶ ପାଇଁ ତାଙ୍କର ଉଦ୍ୟମ ଚିର ସ୍ମରଣୀୟ ହୋଇ ରହିବ। ପ୍ରକାଶ ଥାଉକି, ସ୍ବର୍ଗତ ରଫିକ୍ ୨୦୦୪ ମସିହାରୁ ୨୦୦୯ ମସିହା ପର୍ଯ୍ୟନ୍ତ ସେ ତତ୍କାଳୀନ ମେଳଛାମୁଣ୍ଡା ବିଧାନସଭା କ୍ଷେତ୍ରର ବିଧାୟକ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri