‘ନନ୍ଦିନୀ ଦେବୀ ଥିଲେ ଜଣେ ସାଲିସବିହୀନ ବ୍ୟକ୍ତିତ୍ୱ’

ଭଞ୍ଜନଗର,୯।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଶ୍ରୀଅରବିନ୍ଦ ଶକ୍ତିପୀଠ ପରିସରରେ ସୋମବାର ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୯୪ ତମ ଜୟନ୍ତୀ ପାଳିତ ହୋଇଯାଇଛି। ନନ୍ଦିନୀ ଶତପଥୀ ସ୍ମୃତି ସଂସଦ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ସଂସଦର ସଭାପତି କୃତିବାସ ବିଶ୍ବାଳ ଅଧ୍ୟକ୍ଷତା କରିଥିଲେ। ଏଥିରେ ଅତିଥି ଭାବେ କେନ୍ଦୁପଦର କଲେଜର ଅବସରପ୍ରାପ୍ତ ଅଧ୍ୟକ୍ଷ ଡ ସନ୍ତୋଷ କୁମାର ଆପଟ,ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ପ୍ରଶାସନିକ ଅଧିକାରୀ ପ୍ରାଧ୍ୟାପକ ବିଭାସ ଦାସ, ଅବସରପ୍ରାପ୍ତ ପ୍ରାଧ୍ୟାପକ ଦାମୋଦର ଷଡ଼ଙ୍ଗୀ, ଘୁମୁସର ଗବେଷଣା ପ୍ରତିଷ୍ଠାନର ସମ୍ପାଦକ ଅଧ୍ୟାପକ ତପନ ମିଶ୍ର, ନିମ୍ନ ମାଧ୍ୟମିକ ଶିକ୍ଷକ ସଂଘର ରାଜ୍ୟ ଉପଦେଷ୍ଟା ଜଗବନ୍ଧୁ ଜେନା, ମାଧ୍ୟମିକ ସ୍କୁଲ ଶିକ୍ଷକ ସଙ୍ଘ ଗଞ୍ଜାମ ଜିଲ୍ଲା ସଭାପତି ସନ୍ତୋଷ ଜେନା, ହିଞ୍ଜିଳିକାଟୁ କେନ୍ଦ୍ରୀୟ ବିଦ୍ୟାଳୟର ପୂର୍ବତନ ଶିକ୍ଷୟିତ୍ରୀ ଶୁଭସ୍ମିତା ଦାସ ପ୍ରମୁଖ ଅତିଥି ଭାବେ ଯୋଗଦେଇ ନିଜ ନିଜର ବକ୍ତବ୍ୟ ରଖିଥିଲେ।

ସଭାପତି ବିଶ୍ବାଳ କହିଥିଲେ ଯେ, ଯୌତୁକ ନିର୍ଯାତନା ନିରୋଧ ଆଇନ, ଓଡ଼ିଶା ଭୂସଂସ୍କାର ଆଇନ, ବେସରକାରୀ ଶିକ୍ଷାନୁଷ୍ଠାନ ଗୁଡିକୁ ପ୍ରତ୍ୟକ୍ଷ ଦରମା ପ୍ରଦାନ, କେନ୍ଦୁପତ୍ର ତୋଳାଳୀଙ୍କ ପାରିଶ୍ରମିକ ବୃଦ୍ଧି, ଉତ୍କଳ ଦିବସକୁ ସରକାରୀ ଉତ୍ସବ ଭାବେ ପାଳନ, ବାର୍ଦ୍ଧକ୍ୟ ଭତ୍ତା ପ୍ରଦାନ ଭଳି ଯୁଗାନ୍ତକାରୀ ନିଷ୍ପତ୍ତି ନନ୍ଦିନୀ ଦେବୀ ନେଇଥିଲେ। ସନ୍ତୋଷ ଜେନା କହିଥିଲେ ଡହ ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ ସମୟରେ ତାଙ୍କରି ନାମରେ ନନ୍ଦିନୀପଲ୍ଲୀ ଗ୍ରାମ ପ୍ରତିଷ୍ଠା ହୋଇଛି। ଭଞ୍ଜନଗର ଅଞ୍ଚଳରେ ଉକ୍ତ ପ୍ରକଳ୍ପ ଆଜି ଜଳସେଚନ କ୍ଷେତ୍ରରେ ପ୍ରମୁଖ ଭୂମିକା ନିଭାଉଛି। ଦାମୋଦର ଷଡ଼ଙ୍ଗୀ କହିଥିଲେ ରେଙ୍ଗାଲି ନଦୀ ବନ୍ଧ ଓ ଅପର କୋଲାବ ନନ୍ଦୀ ବନ୍ଧ ଯୋଜନା ତାଙ୍କରି ଶାସନ ସମୟରେ ହୋଇଥିଲା। ରାଉରକେଲାରେ ଏସିଆଟିକ ଅକ୍ସିଜେନ ପ୍ଲାଣ୍ଟ ସ୍ଥାପନ କରିଥିଲେ। ଯାହାକି ପରବର୍ତ୍ତୀ ପର୍ଯ୍ୟାୟରେ କରୋନା ସମୟରେ ଅକ୍ସିଜେନ ଯୋଗାଇବାରେ ପ୍ରମୁଖ ଭୂମିକା ନିଭାଇଥିଲେ ବୋଲି ଷଡଙ୍ଗୀ କହିଥିଲେ। ସନ୍ତୋଷ ଆପଟ କହିଥିଲେ, ନନ୍ଦିନୀ ଦେବୀ ଜଣେ ସାଲିସବିହୀନ ବ୍ୟକ୍ତିତ୍ୱ ଥିଲେ। ନୀତି ଓ ଆଦର୍ଶ ପାଇଁ ମୁଖ୍ୟମନ୍ତ୍ରୀ ପଦବୀ ୍ଯଯଯ ତ୍ୟାଗ କରିବାକୁ ସେ ପଛେଇନଥିଲେ। ତପନ ମିଶ୍ର କହିଥିଲେ
ନନ୍ଦିନୀ ଦେବୀଙ୍କ ସ୍ମୃତିରେ ଆଜି ଜାତୀୟ କନ୍ୟା ଦିବସ ପାଳିତ ହେଉଛି। ଛାତ୍ରୀ ଜୀବନରୁ ହିଁ ତାଙ୍କର ସଂଗ୍ରାମୀ ମାନସିକତା ପରିଲକ୍ଷିତ ହୋଇଥିଲା। ଯେଉଁଥିପାଇଁ ସେ ବ୍ରିଟିଶ ସରକାରଙ୍କ ଆକ୍ରୋଶର ଶିକାର ହେବାସହ ଜେଲ ଦଣ୍ଡ ଭୋଗିଥିଲେ ବୋଲି ବକ୍ତାମାନେ କହିଥିଲେ। ସମ୍ପାଦକ ବାବୁଲା ପ୍ରଧାନ ଧନ୍ୟବାଦ ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ରମେଶ ବେହେରା, ଗୋପାଳ ମିଶ୍ର ପ୍ରମୁଖ ସହଯୋଗ କରିଥିଲେ। ଏହି ଅବସରରେ ଆଶ୍ରମ ପରିସରରେ ଚାରାରୋପଣ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri