ପିକଅପ୍‌ ଭ୍ୟାନ୍‌ ଧକ୍କାରେ ଚାଲିଗଲା ବାପା-ପୁଅଙ୍କ ଜୀବନ

ବାଲିଗୁଡ଼ା,୯।୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଧୀନ ସୁଡ୍ରା ପଞ୍ଚାୟତ ଗାଲିଗୁରା ଗାଁ ନିକଟରେ ଏକ ପଣସ ବୋଝେଇ ପିକଅପ୍‌ ଭ୍ୟାନ ସହ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣାରେ ରୁତୁଙ୍ଗିଆ ପଞ୍ଚାୟତ ସିରିସପାଙ୍ଗା ଗ୍ରାମର ବାପା ହେମ କହଁର ଏବଂ ପୁଅ ନିଳମଣି କହଁରଙ୍କ ମୃତ୍ୟୁ ଘଟିଛି।

ମିଳିଥିବା ସୂଚନା ମୁତାବକ, ବାପା-ପୁଅ ଖମନ ଖୋଲ ଅଞ୍ଚଳକୁ କାମ କରିବାକୁ ଯାଇଥିଲେ। ସେଠାରୁ କାମ ସାରି ଘରକୁ ଫେରିବା ବେଳେ ସୁଡ୍ରା ଗାଲିଗୁରା ଗାଁ ନିକଟରେ ଏକ ପଣସ ବୋଝେଇ ପିକଅପ ଭ୍ୟାନ୍‌ ସହ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ବାପା ପୁଅ ଗୁରୁତର ଆହତ ହୋଇଥିଲେ । ସ୍ଥାନୀୟ ଲୋକେ ଦୁର୍ଘଟଣା ଘଟାଇଥିବା ପିକଅପ ଭ୍ୟାନକୁ ଅଟକ ରଖି ପୋଲିକୁ ଖବର ଦେଇଥିଲେ।

ପରେ ଉଭୟ ଗୁରୁତରଙ୍କୁ ଉଦ୍ଧାର କରି ବାଲିଗୁଡ଼ା ମେଡିକାଲ ପଠାଇଥିଲା। ହେଲେ ସେଠାରେ ବାପା ହେମ କହଁରକୁ ଡାକ୍ତର ମୃତ ଘୋଷଣା କରିଥିଲେ। ପୁଅ ନୀଳମଣିକୁ ଅଧିକ ଚିକିତ୍ସା ଲାଗି ଫୁଲବାଣୀ ମେଡିକାଲ ନିଆଯାଇଥିଲା। ହେଲେ ବାଟରେ ନୀଳମଣିଙ୍କ ମୃତ୍ୟୁ ଘଟିଥିଲା।

ଏହି ଖବର ପ୍ରଚାରିତ ହେବା ପରେ ପ୍ରତିବାଦରେ ସୋମବାର ବାଲିଗୁଡ଼ା ଉପଖଣ୍ଡ ମେଡିକାଲ ସମ୍ମୁଖରେ ମୃତକଙ୍କ ସମ୍ପର୍କୀୟ କ୍ଷତିପୂରଣ ଦାବି କରି ରାସ୍ତା ଅବରୋଧ କରିଥିଲେ । ସ୍ଥାନୀୟ ତହସିଲଦାର ଦୀପ୍ତି ପ୍ରକାଶ ବେହେରା, ପୋଲିସ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିଥିଲେ। ଏପରିକି ଦାବି ଅନୁଯାୟୀ କ୍ଷତି ପୂରଣ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ । ପରେ ରାସ୍ତା ଅବରୋଧ ହଟିଥିଲା। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

Govt Jobs: ବିନା ଇଣ୍ଟରଭ୍ୟୁରେ, ବିନା ପରୀକ୍ଷାରେ ଏମିତି ଉଠାନ୍ତୁ ସରକାରୀ ଚାକିରିର ସୁବିଧା

ନୂଆଦିଲ୍ଲୀ,୨୪।୧୨: ୟୁନାଇଟେଡ ଇଣ୍ଡିଆ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ ୧୫୩ଟି ପ୍ରଶାସନିକ ଅଧିକାରୀ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ସବୁଠାରୁ ଭଲ କଥା ହେଉଛି...

କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….

ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri