ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ୧୪ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୧୦ା୬(ଅନୁରାଧା ମହାରଣା):ଦକ୍ଷିଣ ପୂର୍ବ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୋମବାର ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଘନୀଭୂତ ହୋଇ ଆସନ୍ତା ୧୪ରୁ ୧୬ ତାରିଖ ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ତେଣୁ ୧୨ ତାରିଖ ପରଠାରୁ ରାଜ୍ୟ ପାଗରେ ପରିବର୍ତ୍ତନ ହେବା ସହିତ ୧୪ ତାରିଖଠାରୁ ଧୀରେ ଧୀରେ ବର୍ଷାର ବିସ୍ତୃତି ବଢ଼ିପାରେ। ଏଥିସହ ପାଣିପାଗ ବିଭାଗ ପକ୍ଷରୁ ଆସନ୍ତା ୧୩ ପର୍ଯ୍ୟନ୍ତ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ବିଭିନ୍ନ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହେବ। ଫଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟ ଭିତରକୁ ପ୍ରବାହିତ ହେବ। ଏହାପରେ ୧୪ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ, ଯାହା ମୌସୁମୀକୁ ଆହୁରି ସକ୍ରିୟ କରିବ। ତେବେ ଲଘୁଚାପ ସୃଷ୍ଟି ହେଲେ ମୌସୁମୀ କେଉଁ ଦିଗରେ ଗତି କରିବ ଓ କେଉଁ ଜିଲାରେ ଏହାର ପ୍ରଭାବ କିଭଳି ରହିବ ତାହା ସ୍ପଷ୍ଟ ହୋଇନାହିଁ। ଗତ କିଛିିଦିନ ଧରି ରାଜ୍ୟରେ ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଦିନରେ ଉଚ୍ଚ ତାପମାତ୍ରା ସାଙ୍ଗକୁ ଗୁଳୁଗୁଳି ଅଣାୟତ୍ତ ପରିସ୍ଥିତି ସୃଷ୍ଟି କରୁଛି। ହେଲେ ଅପରାହ୍ନରେ କିଛି ଜିଲାର କେତେକ ସ୍ଥାନରେ ବର୍ଷା ସାମୟିକ ଆଶ୍ୱସ୍ତି ପ୍ରଦାନ କରୁଛି। ତେବେ ମଙ୍ଗଳବାର ୧୪ ଜିଲାରେ ଘଡ଼ଘଡ଼ି ଓ ବିଜୁଳି ସାଙ୍ଗକୁ ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରିଛି ପାଣିପାଗ ବିଭାଗ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

ସର୍ଭିସ ରୋଡ୍‌ ଜାମ୍‌, ଘଣ୍ଟାଘଣ୍ଟା ଧରି ଅଟକିଲା ଗାଡ଼ିମୋଟର

ଧର୍ମଶାଳା,୨୯ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ଥିବା ସର୍ଭିସ ରୋଡ୍‌ଟି ବାରମ୍ବାର ଜାମ୍‌ ରହୁଥିବା ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri