ଧର୍ମଗଡ଼ ଉପଜିଲାପାଳ IAS ଧୀମାନ ଚକ୍‌ମା ସସ୍‌ପେଣ୍ଡ୍‌, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଧର୍ମଗଡ଼ ଉପଜିଲାପାଳ ଓ ୨୦୨୧ ବ୍ୟାଚର IAS ଅଫିସର ଧୀମାନ ଚକ୍‌ମାଙ୍କୁ ସସ୍ପେଣ୍ଡ୍ କରାଯାଇଛି। ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଥିବା ପରେ ମୁଖ୍ୟମନ୍ତ୍ରୀ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନା ଅନୁଯାୟୀ ଜଣେ କ୍ରସର ମାଲିକଙ୍କ ଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ରବିବାର ଭିଜିଲାନ୍ସ ହାତରେ ଧରା ପଡ଼ିଥିଲେ କଳାହାଣ୍ଡି ଜିଲା ଧର୍ମଗଡ଼ ଉପଜିଲାପାଳ ଧୀମାନ ଚକମା। ଏହି ଘଟଣାରେ ମଙ୍ଗଳବାର ରାଜ୍ୟ ସରକାର ମୋହନ ଚରଣ ମାଝୀ କାର୍ଯ୍ୟନୁଷ୍ଠାନ ନେଇ ଉପଜିଲାପାଳ ଚକମାଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି। ଯାହାକୁ ନେଇ ରାଜ୍ୟରେ ଏବେ ଚର୍ଚ୍ଚାର ବିଷୟ ହୋଇଛି।

୨୦୨୧ ବ୍ୟାଚ୍‌ର ଏହି ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଧୀମାନ ଚକମା ଧର୍ମଗଡ଼ରେ ଗତ ୨୦୨୪ ଜାନୁୟାରୀରୁ ଉପଜିଲାପାଳ ଭାବେ ଅବସ୍ଥାପିତ ଥିଲେ। ହେଲେ ରବିବାର ରାତିରେ ଜଣେ କ୍ରସର ମାଲିକଙ୍କ ଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ। ଏହାସହ ଭିଜିଲାନ୍ସ ତାଙ୍କ ଘରୁ ଛାନ ଭିନ ବେଳେ ନଗଦ ୪୭ ଲକ୍ଷ ୪୭ ହଜାର ୬ ଶହ ଟଙ୍କା ଜବତ କରିଥିଲା। ପରେ ଉପ ଜିଲାପାଳ ଚକମାଙ୍କୁ ଭବାନୀପାଟଣା ଭିଜିଲାନ୍ସ ଅଫିସକୁ ଅଣାଯାଇ ସେଠାରେ ଜେରା କରାଯାଇଥିଲା।

ଏହି ସମୟରେ ସେ ଜବତ ଟଙ୍କାର ସଠିକ ଉତ୍ତର ଦେଇ ପାରି ନ ଥିବାରୁ ସୋମବାର ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା। ତେବେ ତାଙ୍କର ଜାମିନ ନାମଞ୍ଜୁର ହେବାରୁ ଭବାନୀପାଟଣା ଜିଲା ମୁଖ୍ୟ ଜେଲ (କାରଗାରା)କୁ ପଠା ଯାଇଥିଲା। ଗତ ଦୁଇଦିନ ତଳେ ଧର୍ମଗଡ ଉପଖଣ୍ଡର ସବ ମାଜିଷ୍ଟ୍ରେଟ ଥିବା ଯୁବ ଆଇଏଏସ୍‌ ଅଫିସର ଧିମାନ ଚକମା ଏବେ କିନ୍ତୁ ଭବାନୀପାଟଣା ଜେଲରେ ବିଚାରାଧିନ ଅଭିଯୁକ୍ତ ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri