Posted inରାଜ୍ୟ

ଜାଲ୍‌ ସାର୍ଟିଫିକେଟ୍‌ ଦେଇ GDS ଚାକିରି, ୫ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୧୧।୬: ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହା ସହିତ ଏହି ମାମଲାରେ ମୋଟ ଗିରଫ ସଂଖ୍ୟା ୨୫କୁ ବୃଦ୍ଧି ପାଇଛି।

ଗିରଫ ହୋଇଥିବା ପାଞ୍ଚ ଅଭିଯୁକ୍ତ ହେଉଛନ୍ତି ବଲାଙ୍ଗୀର ଥାନା ମୁରିବାହଲର କୁଳମଣି ରାଣା (୨୪), ବଲାଙ୍ଗୀର ସଦର ଥାନା କୁଟମଦୋଳାର ଅଜାଉଦିନ କୁମ୍ଭାର (୨୮), ଜଗନ୍ନାଥ ପଡାର ରଜତ କୁମାର ନାଏକ (୩୨), ବଲାଙ୍ଗୀର ଥାନା ଅଞ୍ଚଳର ସୁଧିର ଭୁଏ (୨୭) ଏବଂ ସୁବର୍ଣ୍ଣପୁର ଅଞ୍ଚଳର ତୋଫାନ ବାଗ (୪୫) ।

ପୂର୍ବରୁ ଏହି ମାମଲାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ଝାଡ଼ଖଣ୍ଡର ଅଭିଜିତ କୁମାର ଭକତ, ବଲାଙ୍ଗୀର ଟାଉନ ରିଲାଏନ୍ସ ଏଜୁକେସନ କମ୍ପ୍ଲେକ୍ସର ମାଲିକ ମନୋଜ ମିଶ୍ର ଏବଂ ଆଲୋକ ରଞ୍ଜନ ଉଦଗାତାଙ୍କ ସମେତ ଏହି ରାକେଟ ସହିତ ଜଡିତ ଅନ୍ୟ ୧୭ ଜଣଙ୍କୁ ଗିରଫ କରାଯାଇଥିଲା।

ଉଲ୍ଲେଖଯୋଗ୍ୟ ଯେ, ୨୦୨୩ ଜାନୁଆରୀ ମାସରେ ଗ୍ରାମୀଣ ଡାକ ସେବକ (ଜିଡିଏସ୍)ରେ ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରକାଶ ପାଇଥିଲା। ଏହି ଚାକିରି ନିମନ୍ତେ ହଜାର ହଜାର ସଂଖ୍ଯାରେ ଆଶାୟୀ ପରୀକ୍ଷାର୍ଥୀ ଆବେଦନ କରିଥିଲେ। ତେବେ କିଛି ପରୀକ୍ଷାର୍ଥୀ ଜାଲ ଶିକ୍ଷାଗତ ପ୍ରମାଣ ପତ୍ର ପ୍ରଦାନ କରି ଚାକିରୀ ପାଇବାକୁ ଉଦ୍ୟମ କରୁଥିବା ସଂକ୍ରାନ୍ତରେ ବଲାଙ୍ଗୀର ଡିଭିଜନର ଡାକଘର ସୁପରିଣ୍ଟେଣ୍ଡେଣ୍ଟ ରାଜେନ୍ଦ୍ର କୁମାର ପଟ୍ଟନାୟକ ବଲାଙ୍ଗୀର ଟାଉନ ଥାନାରେ ଅଭିଯୋଗ କରିଥିଲେ।

ପୋଲିସ ଘଟଣାର ତଦନ୍ତ ଆରମ୍ଭ କରି ଏହି ଘଟଣାରେ ଏକ ସଂଗଠିତ ନେଟୱାର୍କ କାର୍ଯ୍ୟ କରୁଥିବା ସମ୍ପର୍କରେ ଜାଣିବାକୁ ପାଇଥିଲା। ତେବେ ମାମଲାଟି ଅତ୍ୟନ୍ତ ସମ୍ବେଦନଶୀଳ ଥିବାରୁ ପରବର୍ତ୍ତୀ ସମୟରେ ଏହାକୁ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଥିଲା। କ୍ରାଇମବ୍ରାଞ୍ଚର ଅତିରିକ୍ତ ଏସପି ବିକାଶ ରଞ୍ଜନ ବେହୁରାଙ୍କ ନେତୃତ୍ଵରେ ଏକ ଟିମ ଗଠନ କରାଯାଇ ମାମଲାର ତଦନ୍ତ ଆରମ୍ଭ କରାଯାଇଥିଲା।

ଅଭିଯୁକ୍ତମାନେ ବିଭିନ୍ନ ବିଶ୍ୱବିଦ୍ୟାଳୟ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ପ୍ରତିଷ୍ଠାନରୁ ନକଲି ପ୍ରମାଣପତ୍ର ପ୍ରସ୍ତୁତ କରି ଚାକିରୀ ଆଶାୟୀଙ୍କୁ ଯୋଗାଉ ଥିବା ସମ୍ପର୍କରେ ତଦନ୍ତକାରୀ ଟିମ ଜାଣିବାକୁ ପାଇଥିଲେ। ଏହି ଠକେଇ ମାମଲାରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତ ମାନଙ୍କୁ ଗିରଫ କରିବାକୁ ପୋଲିସର ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri