ପୁରୀଦେଇ ଗତି କରୁଛି ମୌସୁମୀ, ୧୩ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର, ୧୨।୬: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଥିବା ବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଭୁବନେଶ୍ୱର, ପୁରୀ, ଗଞ୍ଜାମ ଓ ନୟାଗଡ଼ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଦେଖାଦେଇଛି, ଯାହା ଗରମ ଓ ଗୁଳୁଗୁଳିରୁ କିଛିଟା ଆଶ୍ୱସ୍ତି ଦେଇଛି। ବଙ୍ଗୋପସାଗରରୁ ବହୁଥିବା ଆର୍ଦ୍ର ବାୟୁ ପ୍ରଭାବରେ ଆଗାମୀ ଦିନରେ ବର୍ଷା ବଢ଼ିବା ସମ୍ଭାବନା ରହିଛି।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁଯାୟୀ, ବର୍ଷା ଯୋଗୁଁ ରାଜ୍ୟର ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ସେଲସିୟସ ହ୍ରାସ ପାଇବ। ଗତ କିଛି ଦିନ ଧରି ରାଜ୍ୟରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ ଏହି ବର୍ଷା ଜନଜୀବନକୁ କିଛି ଆଶ୍ୱସ୍ତି ଦେବ ବୋଲି ଆଶା କରାଯାଉଛି। ଭୁବନେଶ୍ୱର ଓ କଟକରେ ଆକାଶ ମେଘାଚ୍ଛନ୍ନ ରହିଥିବା ସହ କିଛି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ବର୍ଷା ହେଉଛି।

ପାଣିପାଗ ବିଭାଗ ପକ୍ଷରୁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ୭ଟି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଲା, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ। ଏହି ଅଞ୍ଚଳରେ ବିଜୁଳି ଓ ୪୦ରୁ ୫୦ କିଲୋମିଟର ବେଗରେ ପବନ ସହିତ ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହିତ ଅନ୍ୟ ୧୯ଟି ଜିଲ୍ଲାକୁ ହାଲୁକାରୁ ମଧ୍ୟମ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି।

ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି। ଚଳିତ ବର୍ଷ ମୌସୁମୀ ର୍ନିଦ୍ଧାରିତ ସମୟର ୧୦ ଦିନ ପୂର୍ବରୁ ଓଡ଼ିଶା ଛୁଇଁଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଏହାର ପ୍ରଭାବରେ ରାଜ୍ୟରେ ଆଗାମୀ କିଛି ଦିନ ଯାଏଁ ବର୍ଷା ଜାରି ରହିବ ବୋଲି ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ଆମ୍ବୁଲାନ୍ସ ମିଳିଲାନି, ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ଟାଣି ଘରକୁ ନେଲେ ପୁଅ

ପାଟନା,୮।୧୨: ବିହାରର ନାୱାଦା ଜିଲାରେ ମାନବିକତାକୁ ଲଜ୍ଜା ଦେବା ଭଳି ଏକ ଘଟଣା ସାମ୍ନାକୁ ଆସିଛି। ଆମ୍ବୁଲାନ୍ସ ନ ମିଳିବାରୁ ଜଣେ ପୁଅ ରାତି ଅଧରେ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ଜାପାନରରେ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ, ସୁନାମି ସତର୍କତା ଜାରି

ନୂଆଦିଲ୍ଲୀ,୮।୧୨: ସୋମବାର ଜାପାନର ଉତ୍ତର ଉପକୂଳରେ ଏକ ଶକ୍ତିଶାଳୀ ୭.୨ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି, ଯାହାପରେ ଜାପାନ ପାଣିପାଗ ଏଜେନ୍ସି (JMA) ପକ୍ଷରୁ ସୁନାମି...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri