Posted inଜାତୀୟ

ମୁଁ ଉଠିଲା ବେଳକୁ, ମୋ ଚାରିପାଖରେ ଥିଲା ମୃତଦେହ’… ଭୟଙ୍କର କାହାଣୀ ବଖାଣିଲେ ବିମାନ ଦୁର୍ଘଟଣାରେ ବଞ୍ଚିଯାଇଥିବା ଏକମାତ୍ର ବ୍ୟକ୍ତି

ଅହମ୍ମଦାବାଦ,୧୩।୬: ଅହମ୍ମଦାବାଦର ଭୟାବହ ବିମାନ ଦୁର୍ଘଟଣାରେ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ କେବଳ ଜଣେ ମାତ୍ର ଯାତ୍ରୀ ବଞ୍ଚତ୍ୟାଇଥିବା ସ୍ପଷ୍ଟ ହୋଇଛି। ଏହାକୁ ଏକ ଚମତ୍କାରୀ ବୋଲି ବିଶ୍ୱାସ କରାଯାଉଛି। ତାଙ୍କ ନାମ ରମେଶ ବିଶ୍ୱାସକୁମାର ବୁଚାର୍ଭାଦା। ସେ ଶେଷ ମୁହୂର୍ତ୍ତରେ ବିମାନରୁ ଡେଇଁ ପଡ଼ିଥିଲେ ବୋଲି ଜଣାପଡ଼ିଛି। ରମେଶ ନିଜକୁ ଦୁର୍ଘଟଣାରୁ ଉଦ୍ଧାର କରିବା ପରେ ଆହତ ଅବସ୍ଥାରେ ଚାଲି ଚାଲି ଯାଉଥିବା ଦେଖାଯାଇଛି।
ଅହମ୍ମଦାବାଦ ପୋଲିସ କମିଶନର ଜିଏସ ମଲିକ କହିଛନ୍ତି, ପୋଲିସ ସିଟ 11A ରେ ଜଣେ ବଞ୍ଚିଥିବା ବ୍ୟକ୍ତିଙ୍କୁ ପାଇଛନ୍ତି। ବ୍ୟକ୍ତିଙ୍କୁ ହସ୍ପିଟାଲରେ ରଖାଯାଇଛି ଏବଂ ତାଙ୍କର ଚିକିତ୍ସା ଚାଲିଛି।

୪୦ ବର୍ଷୀୟ ବଞ୍ଚିଥିବା ବ୍ୟକ୍ତି ବିଶ୍ୱାସ କୁମାର ତାଙ୍କ ଲୋକଟାଙ୍କୁରା କାହାଣୀ ବଖାଣିଥିଲେ। ସେ କହିଥିଲେ, ଉଡ଼ାଣ ଆରମ୍ଭ ହେବାର ୩୦ ସେକେଣ୍ଡ ପରେ ଏକ ଜୋରରେ ଶବ୍ଦ ହୋଇଥିଲା ଏବଂ ତା’ପରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏସବୁ ବହୁତ ଶୀଘ୍ର ଘଟିଥିଲା। ଯେତେବେଳେ ମୁଁ ଉଠିଲି, ମୋ ଚାରିପାଖରେ ମୃତଦେହ ବିଛାଡ଼ି ହୋଇ ପଡ଼ିଥିଲା। ମୁଁ ଭୟଭୀତ ହୋଇ ସେଠାରୁ ଦୌଡ଼ି ପଳାଇଲି। ବିମାନର ଖଣ୍ଡଗୁଡ଼ିକ ମୋ ଚାରିପାଖରେ ବିଛାଡ଼ି ହୋଇ ପଡ଼ିଥିଲା। କେହି ଜଣେ ମୋତେ ଧରି ଆମ୍ବୁଲାନ୍ସରେ ହସ୍ପିଟାଲ ନେଇଗଲେ। ବିଶ୍ୱାସ ତାଙ୍କ ପରିବାରକୁ ଭେଟିବାକୁ ଭାରତ ଆସିଥିଲେ।

ବ୍ରିଟିଶ ନାଗରିକ ବିଶ୍ୱାସ କିଛି ଦିନ ପାଇଁ ତାଙ୍କ ପରିବାରକୁ ଭେଟିବାକୁ ଭାରତ ଆସିଥିଲେ ଏବଂ ତାଙ୍କ ଭାଇ ଅଜୟ କୁମାର ରମେଶ (୪୫)ଙ୍କ ସହିତ ବ୍ରିଟେନ ଫେରୁଥିଲେ। ବିଶ୍ୱାସ କହିଛନ୍ତି,ସେ ୨୦ ବର୍ଷ ଧରି ଲଣ୍ଡନରେ ରହୁଛନ୍ତି। ତାଙ୍କ ସ୍ତ୍ରୀ ଏବଂ ପିଲାମାନେ ମଧ୍ୟ ଲଣ୍ଡନରେ ରହୁଛନ୍ତି।

ଶେଷ ହସ୍ତଗତ ତଥ୍ୟ ଅନୁଯାୟୀ, ଅହମଦାବାଦ ସିଭିଲ ହସ୍ପିଟାଲକୁ ମୋଟ ୨୬୫ଟି ମୃତଦେହ ଆସିଥିବା ଡିସିପି କାନନ ଦେଶାଇ ଗଣମାଧ୍ୟମକୁ କହିଛନ୍ତି। ସେମାନଙ୍କ ମଧ୍ୟରେ ବିମାନ ଯାତ୍ରୀ, ହଷ୍ଟେଲ ଛାତ୍ର ଓ ସ୍ଥାନୀୟ ଲୋକେ ଥିବା କୁହାଯାଉଛି। ଅନେକ ଆହତ ହୋଇଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି। ଅନ୍ୟପକ୍ଷରେ ଦୁର୍ଘଟଣାର କାରଣ ଜଣାପଡ଼ି ନ ଥିବାବେଳେ ‘ବିମାନ ଦୁର୍ଘଟଣା ତଦନ୍ତ ବ୍ୟୁରୋ’ ଏହାର ତଦନ୍ତ ଚଳାଇଛି। ଅନେକ ସୁରକ୍ଷା ବୈଶିଷ୍ଟ୍ୟ ଥିବା ବୋଇଂ ୭୮୭-୮ ଡ୍ରିମ୍‌ଲାଇନର ବିମାନର ଏହା ପ୍ରଥମ ବଡ଼ ଦୁର୍ଘଟଣା ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri