ଆଉ ୧୨ ଘଣ୍ଟା ବନ୍ଦ ରହିଲା ଇଣ୍ଟରନେଟ୍‌ ସେବା

ଭଦ୍ରକ, ୧୩।୬(ସନାତନ ରାଉତ): ଗୋ’ମାଫିଆଙ୍କ ସଂଘବଦ୍ଧ ଆକ୍ରମଣରେ ଭଦ୍ରକ ଜିଲା ତିହିଡି ବ୍ଲକ କଷଟି ଗ୍ରାମର ଗୋ ରକ୍ଷକ ସନ୍ତୋଷ ପରିଡାଙ୍କ ମୃତ୍ୟୁ ପରେ ଉତ୍ତେଜନା ଆଶଙ୍କା କରି ଜିଲାର ୫ଟି ସ୍ଥାନରେ ଗୁରୁବାର ସକାଳ ୬ରୁ ଶୁକ୍ରବାର ସକାଳ ୬ ଟା ପର୍ଯ୍ୟନ୍ତ ୨୪ ଘଣ୍ଟା ଇଣ୍ଟରନେଟ୍‌ ସେବା ବନ୍ଦ କରାଯାଇଥିଲା l ଏହାକୁ ଆଉ ୧୨ ଘଣ୍ଟା ବୃଦ୍ଧି କରାଯାଇ ଶୁକ୍ରବାର ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ବନ୍ଦ ରଖା ଯାଇଛି। ଜିଲାର ଭଦ୍ରକ ବ୍ଲକ, ପୌର ପାଳିକା, ଧାମନଗର ଏନ ଏ ସି ଓ ବ୍ଲକ, ତିହିଡି ବ୍ଲକ ଏହି ୫ ସ୍ଥାନରେ ଇଣ୍ଟେର୍ନେଟ ସେବା ବନ୍ଦ କରାଯାଇଛି l ଗୁରୁବାର ଅପରାହ୍ନ ୫ ଟାରେ ସନ୍ତୋଷଙ୍କ ମୃତଦେହ ଭଦ୍ରକରେ ପହଞ୍ଚିବା ପରେ ବହୁ ସଂଖ୍ୟାରେ ଲୋକେ ମୃତଦେହ ଅଟକାଇ ନେହେରୁ ଷ୍ଟାଡିଅମ ନିକଟରେ ୧୬ ନଂ ଜାତୀୟ ରାଜପଥ ଓ ସର୍ଭିସ ରୋଡ଼ ଅବରୋଧ କରିଥିଲେ l ମୃତକଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ ପାଇଁ ଅଡ଼ି ବସିଥିଲେ l ଏମପି ଅଭିମନ୍ୟୁ ସେଠୀ, ଭଦ୍ରକ ବିଧାୟକ ସୀତାଂଶୁ ଶେଖର ମହାପାତ୍ର, ଡିଆଇଜି ସତ୍ୟଜିତ ନାୟକ, ଜିଲାପାଳ ଦିଲ୍ଲୀପ ରାଉତରାଏ, ଏସପି ମନୋଜ ରାଉତ ପହଂଚି ଆଲୋଚନା କରି ସହାୟତା ରାଶି ବୃଦ୍ଧି କରିବା ପାଇଁ ପ୍ରତିଶୃତି ପ୍ରଦାନ ପରେ ରାସ୍ତା ଅବରୋଧ ହଟିଥିଲା l ପ୍ରକାଶ ଥାଉକି ଗତ ମେ ୩୦ ତାରିଖରେ ସନ୍ତୋଷଙ୍କ ସହିତ ଭଦ୍ରକ ଗ୍ରାମାଞ୍ଚଳ ଥାନା ଗୁଜିଦରଡ଼ା ଅଂଚଳର କିଛି ଗୋ ମାଫିଆଙ୍କ ର ତିହିଡି ଥାନା ସାଠିବାଙ୍କୀ ନିକଟରେ ବଚସା ହୋଇଥିଲା। ଗୋ ମାଫିଆ ତାଙ୍କ ସହଯୋଗୀମାନେ ସଙ୍ଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରିଥିଲେ l ୧୩ ଦିନ ଧରି ଗୁରୁତର ଅବସ୍ଥାରେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲ ଆଇ ସି ୟୁରେ ରହିବା ପରେ ବୁଧବାର ସନ୍ତୋଷଙ୍କର ମୃତ୍ୟୁ ଘଟିଥିଲା l
ପୋଲିସ ୧୨ ଜଣଙ୍କୁ ଏହି ମାମଲାରେ ଏପର୍ଯ୍ୟନ୍ତ ଗିରଫ କରି ସାରିଛି l ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସନ୍ତୋଷଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ସହାୟତା, ଜଣକୁ ଚାକିରୀ, ପିଲାମାନଙ୍କ ପାଠପଢା ଦାୟିତ୍ୱ ସରକାର ଗ୍ରହଣ କରିବେ ଘୋଷଣା କରିବା ସହ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି l

 

 


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ଦେଶ ଭାବେ ସୋସିଆଲ ମିଡିଆ ବ୍ୟାନ କଲା ଅଷ୍ଟ୍ରେଲିଆ, ଏତିକି ବର୍ଷରୁ କମ୍ ପିଲା…

ନୂଆଦିଲ୍ଲୀ,୯।୧୨: ପିଲାମାନଙ୍କୁ ସୋସିଆଲ ମିଡିଆର କୁପ୍ରଭାବରୁ ରକ୍ଷା କରିବା ପାଇଁ ଅଷ୍ଟ୍ରେଲିଆ ଏକ ଐତିହାସିକ ପଦକ୍ଷେପ ନେଇଛି। ବୁଧବାର ମଧ୍ୟରାତ୍ରିରୁ ଅଷ୍ଟ୍ରେଲିଆ ୧୬ ବର୍ଷରୁ କମ୍...

ବାରବାଟୀରେ ଭାରତର ବଡ଼ ବିଜୟ! ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ‘ସୂର୍ଯ୍ୟ’ ଟିମ୍

କଟକ,୯।୧୨: ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri