୨ ଦିନରେ ସକ୍ରିୟ ହେବ ମୌସୁମୀ, ୭ଦିନ ବର୍ଷିବ; ଜାରି ହେଲା ଓ୍ବାର୍ନିଂ…

ଭୁବନେଶ୍ୱର,୧୪ା୬ (ଅନୁରାଧା ମହାରଣା) – ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେବଳ ଦକ୍ଷିଣ ଓଡ଼ିଶାରେ ସକ୍ରିୟ ରହିଛି। ରାଜ୍ୟର ଅନ୍ୟ ଅଞ୍ଚଳରେ ଗରମ ଓ ଗୁଳୁଗୁଳି ହେଉଛି। ତେବେ ଆସନ୍ତା ଦୁଇରୁ ତିନିଦିନ ମଧ୍ୟରେ ମୌସୁମୀ ଆହୁରି ସକ୍ରିୟ ହୋଇ ବର୍ଷା କରାଇବ। ମୌସୁମୀ ଋତୁରେ ଯେତିକି ବର୍ଷା ହୁଏ, ଚଳିତବର୍ଷ ଓଡିଶାରେ ସେତିକି କିମ୍ବା ତା’ଠୁ ଅଧିକ ବର୍ଷା ହେବ। ଯାହାଫଳରେ ଚାଷ ପାଇଁ ଅନୁକୂଳ ହେବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁସାରେ, ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏନେଇ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଶନିବାର ପହିଲି ରଜରେ ୩୦ ଜିଲାରେ ଝଡ଼ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଥିଲା। କିଛି ସ୍ଥାନରେ ବର୍ଷା ସାଙ୍ଗକୁ ବିଜୁଳି, ଘଡଘଡି ସହ ଝଟ୍‌କା ପବନ ହୋଇଥିବା ସୂଚନା ମିଳିଛି। ତେବେ ରଜର ଆଉ ଦୁଇଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।

ଅନ୍ୟପଟେ ବଙ୍ଗୋପସାଗରରେ ମୌସୁମୀ ବାୟୁ ସକ୍ରିୟ ହେଉଥିବାରୁ ଏହା ପ୍ରଭାବରେ ରାଜ୍ୟରେ ବର୍ଷା ହେବ। ସମୁଦ୍ର ମଧ୍ୟରୁ ଜଳୀୟବାଷ୍ପ ପ୍ରବେଶ କରୁଥିବାରୁ ମୌସୁମୀ ସକ୍ରିୟ ହେବାକୁ ସକ୍ଷମ ହେଉଛି। ଆଗାମୀ ଦୁଇଦିନ ମଧ୍ୟରେ ବିଦର୍ଭ, ଛତିଶଗଡ ଏବଂ ଓଡିଶାର ଆହୁରି କିଛି ଅଞ୍ଚଳକୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ଥିବାବେଳେ ଗୁଜରାଟ, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ବିହାରକୁ ପରବର୍ତ୍ତୀ ୩ ଦିନ ମଧ୍ୟରେ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ରହିଛି। ଏହାସହିତ ପଶ୍ଚିମ କେନ୍ଦ୍ରୀୟ ଆରବସାଗରରୁ ଦକ୍ଷିଣ ଓଡ଼ିଶା ଉପକୂଳ ଯାଏ ଏକ ଟ୍ରପ୍‌ ଲାଇନ୍‌ ଲମ୍ବିଛି, ଯାହାକି ବର୍ଷା କରାଇବାରେ ସହାୟକ ହେବ। ଏହା ପ୍ରଭାବରେ ଆଗାମୀ ୭ ଦିନ ଯାଏ ରାଜ୍ୟରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri