ପୂର୍ବତନ ବିଧାୟକଙ୍କ କାର୍‌ ସହ ପିଟିହେଲା ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରିବାର ଲୋକେ ଆସୁଥିବା କାର୍‌

ବଇଣ୍ଡା,୧୫ା୬(ପରୀକ୍ଷିତ ସାହୁ): କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ହଣ୍ଡପା ବଜାର ନିକଟରେ ରବିବାର ଏକ ଇନୋଭା କାର୍‌ ପଛରେ ଏକ କାର୍‌ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ କାର୍‌ରେ ବସିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ସ୍ତ୍ରୀ ଉର୍ମିଳା ବିଶ୍ୱାଳ (୭୮)ତାଙ୍କ ଝିଅ ଅନିତା (୩୮), ନାତୁଣୀ ଅନବିକା ଧାମେ (୧୧) ସହ ଗାଡ଼ିର ଚାଳକ ସଞ୍ଜୟ ବେଉରା ଗୁରୁତର ହୋଇଛନ୍ତି l ସେମାନଙ୍କୁ ହଣ୍ଡପା ଆଇଆଇସି ନମିତା ନାୟକ ଉଦ୍ଧାର କରି ଚିକିତ୍ସା ପାଇଁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି l

ଘଟଣାରୁ ଜଣାପଡ଼ିଛି ଯେ, ସମ୍ବଲପୁରରୁ ଭୁବନେଶ୍ୱର ଅଭିମୁଖେ ପୂର୍ବତନ ବିଧାୟକ ଅମର ଶତପଥୀ ଓ ପ୍ରଭାତ ତ୍ରିପାଠୀ ଏକ ଇନୋଭା ନମ୍ବର (OD 05 BZ 4040) ଯୋଗେ ଯାଉଥିବା ବେଳେ ପଛରେ ଏକ କାର୍‌ ନମ୍ବର (OD 23 N 5225) ଯୋଗେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରିବାର ଲୋକେ ଭୁବନେଶ୍ୱର ଯାଉଥିଲେ। ହେଲେ ହଣ୍ଡପା ବଜାର ନିକଟରେ ଭାରସାମ୍ୟ ହରାଇ ଇନୋଭା ପଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଦୁଇ ପୂର୍ବତନ ବିଧାୟକଙ୍କର କୌଣସି କ୍ଷତି ହୋଇ ନ ଥିବା ହଣ୍ଡପା ପୋଲିସ ସୂଚନା ଦେଇଛି। ପୋଲିସ ତଦନ୍ତ ଚଳାଇଛି l


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri