ପଡ଼ିଆରେ ଚରୁଥିବା ବେଳେ ହେଲା ବଜ୍ରପାତ

ଛତ୍ରପୁର,୧୮।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଚିକଲଖଣ୍ଡି ଗାଁ ନିକଟ ରାସ୍ତାରେ ଛେଳି ଚାଷୀମାନେ ଛେଳି ଚରାଇବା ବେଳେ ବଜ୍ରପାତ ଘଟି ୪୩ ଛେଳିଙ୍କ ମୃତ୍ୟୁ ଘଟିଛି। ଏକା ଥରକେ ଏତେ ସଂଖ୍ୟକ ଛେଳିଙ୍କ ଜୀବନ ଚାଲିଯାଇଥିବାରୁ ଚାଷୀ ଦୁଃଖରେ ଭାଙ୍ଗି ପଡିଛନ୍ତି।

ମିଳିଥିବା ସୂଚନା ମୁତାବକ, ୬ଜଣ ଚରାଳି ଛେଳି ଧରି ପୁରୁଣାପାଟଣାରୁ ଚିକଲଖଣ୍ଡି ଗ୍ରାମ ଡିପିଆର୍‌ସି ବିଲି୍ଡଂ ନିକଟ ପଡ଼ିଆକୁ ଯାଇଥିଲେ। ଅପରାହ୍ନ ୫ଟାରେ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। ସେତିକିବେଳେ ଛେଳିଗୁଡ଼ିକ ଗୋଠହୋଇ ଚରୁଥିବା ବେଳେ ବଜ୍ରପାତ ଘଟିଥିଲା।
ବଜ୍ରପାତରେ ୪୩ ଛେଳିଙ୍କ ମୃତ୍ୟୁ ଘଟିଛି।

ଖବର ପାଇ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଘଟଣାସ୍ଥଳରେ ପହଞ୍ଚି ଛେଳି ଚାଷୀଙ୍କୁ ଆଶ୍ୱସନା ଦେବା ସହ କିପରି ଚାଷୀ କ୍ଷତିପୂରଣ ପାଇବେ ସେ ନେଇ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ଏହି ଅବସରରେ ଛତ୍ରପୁର ବିଡ଼ିଓ ସମ୍ବିତ ସଂଗ୍ରାଜିତ ସାହୁଙ୍କ ସହ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଚିକଲଖଣ୍ଡି ଗ୍ରାମର କୈଳାଶ ଗୌଡ଼, ଆଶେୟା ପାତ୍ର, ଗେଦଲପଲ୍ଲୀ ଗ୍ରାମର ବି. ଦାଶରଥୀ, ଆର୍‌. ଧର୍ମା ପାତ୍ର ଓ ଏସ୍‌. ସନ୍ୟାସୀ ପାତ୍ର ଏବଂ ମଲାଡ଼ର ଡି.ହେମନ୍ତ ଛେଳି ଚାଷୀଙ୍କ ଛେଳିଗୁଡିକ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri