ସରି ଆସୁଛି ଖରାଛୁଟି: ୨୦ରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୧୬ା୬: ସରି ଆସୁଛି ଖରାଛୁଟି। ୫୮ଦିନ ପରେ ଆସନ୍ତା ୨୦ ତାରିଖରେ ସ୍କୁଲ ଖୋଲିବାକୁ ଯାଉଛି। ପୂର୍ବଭଳି ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବ। ଶିକ୍ଷୟିତ୍ରୀ ଶିକ୍ଷକ ସକାଳ ୯ଟା ୩୦ ସୁଦ୍ଧା ସ୍କୁଲରେ ପହଞ୍ଚତ୍ବେ ଏବଂ ଅପରାହ୍ନ ସାଢ଼େ ୪ଟା ଯାଏ କ୍ୟାମ୍ପସରେ ଉପସ୍ଥିତ ରହିବେ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିବାବେଳେ ପିଲାଙ୍କ ପାଠପଢ଼ା ପାଇଁ ସ୍କୁଲଗୁଡ଼ିକୁ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଅତ୍ୟଧିକ ଖରା ଓ ଗରମ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୨ରୁ ବିଦ୍ୟାଳୟଗୁଡ଼ିକ ପାଇଁ ଖରାଛୁଟି ଘୋଷଣା କରିଥିଲେ। ୨୩ ତାରିଖରୁ ସ୍କୁଲ ବନ୍ଦ ରହିଥିଲା। ତେବେ ସ୍କୁଲ ଖୋଲିବା ପରେ ପିଲାଙ୍କ ପାଠପଢ଼ା ଯେପରି ସ୍ବାଭାବିକ ହେବ ଓ ୨୦୨୫-୨୬ ଶିକ୍ଷାବର୍ଷ ଠିକ୍‌ ଭାବେ ପରିଚାଳିତ ହୋଇପାରିବ ସେନେଇ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ/ପ୍ରଧାନଶିକ୍ଷକଙ୍କ ଉପରେ ଅଧିକ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ସେହିପରି ଶିକ୍ଷୟିତ୍ରୀଶିକ୍ଷକ, ଅଫିସ କର୍ମଚାରୀ, ସଫେଇ କର୍ମଚାରୀ, ରୋଷେୟା ଜୁନ୍‌ ୧୯ରୁ ବିଦ୍ୟାଳୟରେ ଯୋଗଦେବାକୁ ଜିଲା ଶିକ୍ଷା ଅଧିକାରୀଙ୍କ ପକ୍ଷରୁ ଚିଠି କରାଯାଇଛି। ସେମାନେ ବିଦ୍ୟାଳୟରେ ଯୋଗଦେଇ କ୍ଲାସରୁମ୍‌ ଏବଂ ବିଦ୍ୟାଳୟ ପରିସର ସଫା କରିବେ। ବର୍ଷା ଯୋଗୁ କ୍ୟାମ୍ପସ ପରିସରରେ ଉଠିଥିବା ଗଛଲତା ସଫା କରିବା, ପାଣି ଟାଙ୍କି ସଫା କରିବା, ପିଲାଙ୍କ ବସିବା ବେଞ୍ଚ୍‌ ଓ ଚେୟାରକୁ ଠିକ୍‌ ଭାବେ ପ୍ରସ୍ତୁତ ରଖିବାକୁ କୁହାଯାଇଛି। ସେହିପରି ପରିସ୍ରାଗାର, ଇ-ଲାଇବ୍ରେରୀ, ରୋଷେଇ ଘରଗୁଡ଼ିକୁ ମଧ୍ୟ ସଫା କରିବା ସହିତ ମଧ୍ୟାହ୍ନଭୋଜନ ପାଇଁ ଥିବା ସାମଗ୍ରୀ ସବୁକୁ ଯାଞ୍ଚ କରିବାକୁ ପ୍ରଧାନ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଅନ୍ୟପକ୍ଷରେ ଖରାଛୁଟି ବୃଦ୍ଧି କରାଯିବ ବୋଲି ଏବେ ବିଭିନ୍ନ ସୋସିଆଲ ମିଡିଆରେ ପୋଷ୍ଟ ଓ ଭିଡିଓ ଭାଇରାଲ ହେଉଛି। ଏହାକୁ ନେଇ ଛାତ୍ରୀଛାତ୍ର ଓ ଅଭିଭାବକ ଦ୍ୱନ୍ଦ୍ୱରେ ପଡିଛନ୍ତି। ବିଭିନ୍ନ ସୋସିଆଲ ମିଡିଆ ପୋଷ୍ଟରେ ହଇଜା, କୋଭିଡ୍‌ ଓ ଗୁଳୁଗୁଳି ଆଦି ଭିନ୍ନ ଭିନ୍ନ କାରଣ ଦର୍ଶାଯାଉଛି। ତେବେ ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କୌଣସି ବିଜ୍ଞପ୍ତି ପ୍ରକାଶ ପାଇ ନ ଥିବାବେଳେ ଏହା ଏକ ଗୁଜବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri