ଏଇ ଭାରତରେ

ଝିଅମାନଙ୍କୁ ରାସ୍ତାରେ ବୁଲେଟ୍‌ ଚଲାଇବାର ପ୍ରାୟତଃ କେହି ଦେଖି ନ ଥିବେ। ହେଲେ ମଧ୍ୟପ୍ରଦେଶର ଜବଲପୁରରେ ଏମିତି କିଛି ଦେଖିବା ନୂଆ କଥା ନୁହେଁ। ଝିଅମାନେ ବି ଏଠି ବୁଲେଟ୍‌ ଓ ବାଇକ୍‌ ଚଢ଼ି ଯିବାଆସିବାର ଅଭ୍ୟାସ ଚଳାଇଛନ୍ତି। ତେବେ ଯୁବତୀମାନଙ୍କୁ ଏହି ତାଲିମ ଦେଉଛନ୍ତି ସହରର ଦୁଇ ଯୁବତୀ ଶ୍ୱେତା ଦୁବେ ଓ ନୁପୂର ପଟେଲ। ଏହି ଦୁଇଜଣ ହେଉଛନ୍ତି ଦୁଇ ଘନିଷ୍ଠ ବାନ୍ଧବୀ। ଉଭୟ ମାଗଣାରେ ସହରର ସମସ୍ତ ମହିଳାଙ୍କୁ ବାଇକ୍‌ ଚଲାଇବା ତାଲିମ ଦେଉଛନ୍ତି। ସେମାନଙ୍କର ଏଭଳି କରିବା ପଛରେ ଏକମାତ୍ର ଉଦ୍ଦେଶ୍ୟ ହେଉଛି ମହିଳାଙ୍କ ଆତ୍ମବିଶ୍ୱାସ ବଢାଇବା ଓ ସେମାନଙ୍କୁ ସଶକ୍ତ କରିବା। କାରଣ ମହିଳାମାନେ ପ୍ରାୟତଃ ସ୍କୁଟି ଭଳି ଗିୟର ନ ଥିବା ଗାଡି ଚଲାଇଥାନ୍ତି। ଏଥିପାଇଁ ସେମାନେ କାର୍‌ ଶିଖିବା ସମୟରେ ଅଧିକ ଭୟଭୀତ ହୋଇଥାନ୍ତି। ସେମାନଙ୍କର ଏହି ଅସୁବିଧା ଦୂର କରି ଅଧିକ ସଶକ୍ତ କରିବା ଉଦ୍ଦେଶ୍ୟରେ ଉଭୟ ଏଭଳି ଏକ କାମ ହାତକୁ ନେଇଛନ୍ତି। ପ୍ରଥମେ ସୋସିଆଲ ମିଡିଆରେ ଏନେଇ ସୂଚନା ଦେଇଥିଲେ। ତା’ପରେ ବହୁସଂଖ୍ୟାରେ ମହିଳା ବାଇକ୍‌ ଶିଖିବା ପାଇଁ ଆଗ୍ରହ ଦେଖାଇଥିଲେ। ଏବେ ସମସ୍ତଙ୍କୁ ମାଗଣାରେ ସେମାନେ ଏହି ତାଲିମ ଦେଉଛନ୍ତି। ଝିଅମାନେ ବି ପୁଅମାନଙ୍କ ଭଳି ସବୁ କରିବା ପାଇଁ ସକ୍ଷମ। ଏହି ନାରା ଦେଇ ସେମାନେ ସବୁ ମହିଳାଙ୍କୁ ସଶକ୍ତ କରିବା ଉଦ୍ଦେଶ୍ୟରେ ଏହି କାମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ଦାନ ଅର୍ଥରେ ଚାଲିଛି ଅଞ୍ଚଳବାସୀଙ୍କ ସେବା

ଭଞ୍ଜନଗର,୨୬ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ କର୍ମଚାରୀମାନେ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। କର୍ମଚାରୀମାନେ ୨୦୧୦ରେ ମିଶି ଭଞ୍ଜନଗର ଜଳସେଚନ ବିଭାଜନ କର୍ମଚାରୀ...

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

କାନାଡ଼ାରେ ଆଉ ଜଣେ ଭାରତୀୟ ଯୁବକଙ୍କୁ ଗୁଳି, ଅଭିଯୁକ୍ତ ଫେରାର

ଓଟାଓ୍ବା,୨୬।୧୨: କାନାଡ଼ାର ଟୋରଣ୍ଟୋ ବିଶ୍ୱବିଦ୍ୟାଳୟର ସ୍କାରବୋରୋ କ୍ୟାମ୍ପସ ନିକଟରେ ଗୁଳିକାଣ୍ଡରେ ଜଣେ ଭାରତୀୟ ଛାତ୍ର ପ୍ରାଣ ହରାଇଛନ୍ତି। ଭାରତୀୟ କନସୁଲେଟ ଗୁରୁବାର (ଡିସେମ୍ବର ୨୫) ଦିନ...

ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଲୁଦୁ ଜଳପ୍ରପାତ, ୧୦୦ ଫୁଟ ଉପରୁ ପଡୁଛି ପାଣି, ଯିବାକୁ ଚାହୁଁଥିଲେ ଜାଣନ୍ତୁ…

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ରାଜ୍ୟର ପ୍ରମୁଖ ଜଳପ୍ରପାତଗୁଡ଼ିକ ମଧ୍ୟରୁ ଅନ୍ୟତମ ହେଉଛି କନ୍ଧମାଳ ଜିଲାର ଲୁଦୁ ଜଳପ୍ରପାତ। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଏହି ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

Gold Silver Price: ରେକର୍ଡ ଭାଙ୍ଗିଲା ସୁନା ଦର, ରୂପା ଏକାଥରେ ୮ ହଜାର…..

ନୂଆଦିଲ୍ଲୀ,୨୬।୧୨:  ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି କିନ୍ତୁ ସୁନା ଏବଂ ରୂପାର ଚମକ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ । ବର୍ଷର ଶେଷ ଦିନଗୁଡ଼ିକରେ...

ୟୁନୁସଙ୍କ ଗୋଟିଏ ଭୁଲ, ଯାହା ପାଇଁ ଦଣ୍ଡ ପାଉଛି ବାଂଲାଦେଶ

ଢାକା,୨୬।୧୨: ବାଂଲାଦେଶ ଆଜି ହିଂସା ଏବଂ ଉଗ୍ରବାଦର ନିଆଁରେ ଜଳୁଛି। ମହମ୍ମଦ ୟୁନୁସଙ୍କ ଦ୍ୱାରା କରାଯାଇଥିବା ଭୁଲର ପରିଣାମ ବାଂଲାଦେଶ ଏବେ ଭୋଗୁଛି। ହିନ୍ଦୁ ହୁଅନ୍ତୁ...

ଜୀବିକା ଆଗରେ ଫିକା ପଡ଼ିଛି ହାଡ଼ଭଙ୍ଗା ଶୀତ, ପନିପରିବା ଧରି ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): କନ୍ଧମାଳ ଜିଲାରେ ଲାଗି ରହିଛି ହାଡ଼ଭଙ୍ଗା ଶୀତ। କିଛିଦିନ ଧରି କ୍ରମାଗତ ତାପମାତ୍ରା କମ୍‌ ରହିବା ସହ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri