ସ୍ତ୍ରୀ-ବଡ଼ ପୁଅକୁ ହାଣିଲେ, ୨ ବର୍ଷର ପୁଅକୁ ଖୁଣ୍ଟରେ ପିଟି ଫେରାର ହୋଇଗଲେ ବ୍ୟକ୍ତି, ମୁମୂର୍ଷୁ ଅବସ୍ଥାରେ କଟକ ସ୍ଥାନାନ୍ତର

ଭୋଗରାଇ,୧୬ା୬(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଧୀନ ଆରୁହାବୃତ୍ତି ୨ (ଦହମୁଣ୍ଡା ) ଗ୍ରାମର ରବିବାର ବିଳମ୍ବିତ ରାତିରେ ଏକ ବୀଭତ୍ସ କାଣ୍ଡ ଘଟିଛି। ଉକ୍ତ ଗ୍ରାମର ପ୍ରଶାନ୍ତ ଜେନା ଓରଫ ପଲଟୁ ଜେନା (୪୪ ) ଘରୋଇ କଳହରୁ ଭାରସାମ୍ୟ ହରାଇ ସ୍ତ୍ରୀ ଦେୀରାଣୀ ଜେନା (୩୨) ବଡ଼ପୁଅ କାର୍ତ୍ତିକ( ୫ )କୁ ଏକ ଧାରୁଆ ଅସ୍ତ୍ରରେ ମୁଣ୍ଡ, ଗୋଡ଼ ଓ ହାତକୁ କାଟିବା ପରେ ସାନପୁଅ ଗଣେଶ (୨ )କୁ ଘର ସିମେଣ୍ଟ ଖୁଣ୍ଟକୁ ଠେଲିଦେଇ ଘରୁ ଫେରାର ହୋଇଯାଇଛନ୍ତି। ଘରେ ପଲଟୁଙ୍କ ମାତାପିତା ଥିବାବେଳେ ଏଭଳି ଅଭାବନୀୟ ଘଟଣା ପାଖ ପଡ଼ୋଶୀଙ୍କୁ ଚକିତ କରିଛି। ଘରେ ଚିତ୍କାର ଶୁଣି ପଡ଼ୋଶୀ ଛୁଟି ଆସିବା ସହିତ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପ୍ରଥେମେ କମର୍ଦ୍ଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାକୁ ଚିକିତ୍ସା ନିମନ୍ତେ ନିଆଯାଇଥିଲା। ସେଠାରେ ମହିଳା ଓ ୨ ଶିଶୁଙ୍କ ଅବସ୍ଥା ଉଦ୍‌ବେଗଜନକ ହେବାରୁ ସୋମବାର ସକାଳୁ କଟକ ବଡ଼ ଡାକ୍ତରଖାନାକୁ ପଠାଯାଇଛି। ଖବରଲେଖା ହେଲା ବେଳକୁ ସେଠାରେ ମା’ ଓ ବଡ଼ପୁଅର ଅବସ୍ଥା ସଙ୍କଟଜନକ ରହିଥିବାବେଳେ ସାନପୁଅର ଅବସ୍ଥା ସ୍ଥିତିଶୀଳ ରହିଥିବାର ସୂଚନା ମିଳିଛି। କମର୍ଦ୍ଦା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ପ୍ରାଥମିକ ତଦନ୍ତ ଜାରି ରଖିଛି।

ସୂଚନାନୁଯାୟୀ ଯୁବକ ବ୍ୟକ୍ତି ଜଣକ ପାଠୁଆ ହୋଇଥିବାବେଳେ ଜଣେ ଗରିବ କୃଷକ। ସେ କେବେ ନିଶାଗ୍ରସ୍ତ ନ ଥିବାବେଳେ ସ୍ତ୍ରୀଙ୍କ ଅଣ୍ଟା ଜନିତ ରୋଗରେ ବହୁ ଅର୍ଥ ମାଗିଯାଚି ଆଣି ୫ କୁଟୁମ୍ବ ପ୍ରତିପୋଷଣ କରିଥାନ୍ତି ବୋଲି ଗ୍ରାମବାସୀ କହିଛନ୍ତି l ଆର୍ଥିକ ସ୍ଥିତି ଅତ୍ୟନ୍ତ ଖରାଫ ଥିବାରୁ ଘରେ ସ୍ତ୍ରୀ ଓ ସ୍ବାମୀସହିତ କଳହ ଲାଗୁଥିବାର ପାଖ ପଡ଼ୋଶୀ କହିଛନ୍ତି। ପଲଟୁଙ୍କ ଏଭଳି କାଣ୍ଡକୁ ଗ୍ରାମବାସୀଙ୍କୁ ଆଶ୍ଚର୍ଯ୍ୟ କରିଥିବା ବେଳେ ପଲଟୁ ମୃତ କିମ୍ବା ଜୀବିତ ତାହା ସ୍ପଷ୍ଟ ଜଣାପଡ଼ିନାହିଁ l


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri