ଗୋପାଳପୁରରେ ଲଜ୍ଜା: ପୁରୁଷ ବନ୍ଧୁଙ୍କୁ ମାଡ଼ ମାରି ଯୁବତୀଙ୍କୁ ଗଣବଳାତ୍କାର

ଗୋପାଳପୁର,୧୬।୬(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମିରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜନୈକା ଯୁବତୀଙ୍କୁ ଗଣବଳାତ୍କାର କରାଯାଇଥିବା ନେଇ ଗୋପାଳପୁର ଥାନାରେ ଅଭିଯୋଗ ହୋଇଛି। ଏନେଇ ଜିଲାରେ ହଇଚଇ ସୃଷ୍ଟି ହୋଇଛି।

ମିଳିଥିବା ସୂଚନା ମୁତାବକ, ବାହାର ଜିଲାର ଜନୈକା ଛାତ୍ରୀ ବ୍ରହ୍ମପୁର ଅଞ୍ଚଳର ଏକ ସରକାରୀ ମହାବିଦ୍ୟାଳୟରେ ଅଧ୍ୟୟନ କରୁଛନ୍ତି। ରବିବାର ସାରେ ଛାତ୍ରୀ ଜଣକ ପୁରୁଷ ବନ୍ଧୁଙ୍କ ସହ ଗୋପାଳପୁର ବେଳାଭୂମି ବୁଲିବାକୁ ଆସିଥିଲେ। ଉଭୟେ ଏକ ନିଛାଟିଆ ସ୍ଥାନରେ ବସିଥିବା ବେଳେ ସା ପ୍ରାୟ ୭ଟା ସମୟରେ ୩ଟି ବାଇକରେ ୧୦ଜଣ ଯୁବକ ପହଞ୍ଚି ପ୍ରଥମେ ପୁରୁଷ ବନ୍ଧୁଙ୍କୁ ମାଡ଼ ମାରି ଥିଲେ। ପରେ ଯୁବତୀଙ୍କୁ ଉଠାଇ ନେଇ ଜଣକ ପରେ ଜଣେ ଗଣବଳାତ୍କାର କରିଥିଲେ।

ଏଥିସହ ପୁରୁଷ ବନ୍ଧୁଙ୍କଠାରୁ ଫୋନ୍‌ ପେ ମାଧ୍ୟମରେ ୪ରୁ ୫ ଶହ ଟଙ୍କା ନେଇ ବିଭିନ୍ନ ଧମକଚମକ ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଏନେଇ ଯୁବତୀ ଏବଂ ପୁରୁଷ ବନ୍ଧୁ ଗୋପାଳପୁର ଥାନାରେ ପହଞ୍ଚି ଘଟଣା ସମ୍ପର୍କରେ ଜଣାଇବା ସହ ଅଭିଯୋଗ କରିଥିଲେ। ପୋଲିସ ଅଭିଯୁକ୍ତମାନଙ୍କୁ ଧରିବାକୁ ପିଛା କରିଥିଲା। ଗୋପାଳପୁର ଓଭରବ୍ରିଜ ନିକଟରେ ୪ଜଣ ଯୁବକ ଥିବାବେଳେ ପୋଲିସକୁ ଦେଖି ୩ଜଣ ସେଠାରୁ କୌଶଳ କ୍ରମେ ଚମ୍ପଟ ମାରିଥିଲେ। ହେଲେ ପୋଲିସ ଜଣଙ୍କୁ ବାକୁ କରିବାରେ ସକ୍ଷମ ହୋଇଥିଲା। ପରେ ପୋଲିସ ଯୁବକଙ୍କୁ ଥାନାକୁ ଆଣି ପଚରାଉଚରା କରି ଅନ୍ୟସମସ୍ତ ଅଭିଯୁକ୍ତଙ୍କ ପରିଚୟ ପାଇଥିଲା।

ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୭ଜଣ ଯୁବକଙ୍କୁ ଉଠାଇ ଆଣିଥିଲା। ୩ଜଣ ଯୁବକ ଛାତ୍ରୀଙ୍କୁ ଗଣବଳାତ୍କାର କରିଥିବା ନେଇ ପ୍ରାଥମିକ ତଦନ୍ତରୁ ପୋଲିସ ଜାଣିବାକୁ ପାଇଛି। ଏହି ଘଟଣାରେ ଅନ୍ୟ ଦୁଇ ବଳାତ୍କାରୀ ଯୁବକ ଫେରାର ଥିବା ଜଣାପଡ଼ିଛି। ସେମାନଙ୍କୁ ଖୁବଶୀଘ୍ର କାବୁ କରାଯିବ ବୋଲି ବ୍ରହ୍ମପୁର ଏସ୍‌ପି ଡା. ସର୍ବଣା ବିବେକ ଏମ୍‌ ସୂଚନା ଦେଇଛନ୍ତି।

ପୋଲିସ ଯୁବତୀଙ୍କ ଡାକ୍ତରୀ ମାଇନା ପାଇ ବ୍ରହ୍ମପୁର ବଡ଼ ମେଡିକାଲ ପଠାଇଥିବା ସୂଚନା ମିଳିଛି। ବ୍ରହ୍ମପୁର ଏସ୍‌ପି ବିବେକ ଏମ୍‌, ଅତିରିକ୍ତ ଏସପି, ବ୍ରହ୍ମପୁର ଏସଡିପିଓ, ଗୋପାଳପୁର ଥାନା ଅଧିକାରୀ ଓ ଅନ୍ୟ ପୋଲିସ ଅଧିକାରୀ ପୁରୁଷବନ୍ଧୁଙ୍କୁ ଗଣ ବଳାକତ୍ାର ହୋଇଥିବା ସ୍ଥାନକୁ ନେଇ ତଦନ୍ତ କରିଥିଲେ।

ସୂଚନାଯୋଗ୍ୟ, ଗତ ୩ ତାରିଖରେ ଗୋଳନ୍ଥରା ଥାନା ଅଞ୍ଚଳରେ ଦୁଇ ନାବାଳିକାଙ୍କୁ ଗଣବଳାକତ୍ାର ହୋଇଥିବା ବେଳେ କିଛିଦିନ ଅନ୍ତରରେ ପୁଣି ଏକ ଲଜ୍ଜାଜନକ ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଅନ୍ୟପଟେ ଗୋପାଳପୁର ବେଳାଭୂମିରେ ପୋଲିସ ପାଟ୍ରୋଲିଂ କରାଯାଉ ନ ଥିବା ଅଭିଯୋଗ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri