ଜନଶୁଣାଣି ଶିବିରରେ ୯୩ ଅଭିଯୋଗ ପଞ୍ଜୀକୃତ

କର୍ଲାମୁଣ୍ଡା,୧୬ା୬(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ପରିସର ରାଜୀବ ଗାନ୍ଧୀ ସେବା ଭବନଠାରେ ସୋମବାର ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଦୟାମୟ ପାଢ଼ୀ, ଜିଲା ପଞ୍ଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ, କେସିଙ୍ଗା ଏସ୍‌ଡିପିଓ ସମ୍ବିତ କୁମାର ମାଝୀ, ବିଡିଓ ଦେବେନ୍ଦ୍ର ସାମଲ, ଜିଲା ମୁଖ୍ୟ କୃଷି ଅଧିକାରୀ ମଳୟ କୁମାର ପରିଡ଼ା, ବ୍ଲକ୍‌ କୃଷି ଅଧିକାରୀ ଜିତେନ୍ଦ୍ର କୁମାର ସିଂ, ସହକାରୀ ଯନ୍ତ୍ରୀ ସନ୍ଦୀପ କୁମାର ନାଏକ ପ୍ରମୁଖ ଉପସ୍ଥିତ ଥିଲେ।

ଶିବିରରେ ମୋଟ ୯୩ଜଣ ଆବେଦନକାରୀ ଅଭିଯୋଗପତ୍ର ଦାଖଲ କରିଥିଲେ। ବ୍ଲକ୍‌ର କୁଶୁର୍ଲା କଲୋନିପଡାରେ ଦୀର୍ଘ ୩୭ବର୍ଷ ଧରି ୧୬ ପରିବାର ଘର ପାଇ ବସବାସ କରୁଥିଲେ ହେଁ ସ୍ଥାୟୀ ପଟ୍ଟା ନ ପାଇବା, ରିଷିଡାର ଦକ୍ଷଶୀଳ ସେଠ ନାମକ ଚାଷୀ ଉଦ୍ୟାନ ବିଭାଗରୁ ଦେଢ଼ ଏକର ଜାଗାରେ ଆମ୍ବ ବଗିଚା କରି ସହାୟତା ରାଶି ପାଇ ନ ଥିବା, ସିଲେଟପଡ଼ାଠାରୁ କୁଶୁର୍ଲା ରାସ୍ତା ମରଣଯନ୍ତା ପାଲଟିଥିବା, ମୃତ୍ତିକା ବିଭାଗ ପକ୍ଷରୁ କାର୍ଯ୍ୟାଦେଶ ପାଇ ଚହଲା ଖୋଳି ହିତାଧିକାରୀ ପଇସା ପାଇ ନ ଥିବା ଇତ୍ୟାଦି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ତେବେ ଜିଲାପାଳ କିମ୍ବା ଏସ୍‌ପି ଶିବିରରେ ଯୋଗଦେଇ ନ ଥିବାରୁ ଜନ ଅସନ୍ତୋଷ ଦେଖାଦେଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ଚାଲିଥିଲା ଜୁଆ ଖେଳ, ଅଚାନକ ଚଢାଉ କଲା ପୋଲିସ, ଆଉ ତା’ପରେ…

ଛତ୍ରପୁର, ୨୧।୧ ( ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ପୋଲିସ ପକ୍ଷରୁ ଚିକଲଖଣ୍ଡିଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଅଚାନକ ଚଢ଼ାଉ କରି ୮...

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା

ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri