ବଙ୍ଗୋପସାଗରରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି: ୨୪ ଘଣ୍ଟାରେ ଆହୁରି…

ଭୁବନେଶ୍ୱର,୧୭।୬: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି।

ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ପାଶର୍‌ବବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପତନଠାରୁ ବାୟୁମଣ୍ଡଳର ୩.୧ କିମିରୁ ୭.୬ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ସମେତ ବିଦର୍ଭ ଓ ଛତିଶଗର କିଛି ଅଞ୍ଚଳକୁ ମୌସୁମୀ ଅଗ୍ରସର ହେବାକୁ ପାଗ ଅନୁକୂଳ ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ସୋମବାର ଚାନ୍ଦବାଲିରେ ସର୍ବାଧିକ ୪୭.୪ ମିମି ବର୍ଷା ହୋଇଥିବାବେଳେ ରାଉରକେଲାରେ ୩୫.୮ ମିମି, ଝାରସୁଗୁଡ଼ା ୨୮.୬ ମିମି, ଭଦ୍ରକ ୧୯.୧ ମିମି, କେନ୍ଦୁଝର ୧୫.୬ ମିମି, ବରଗଡ଼ ୧୩.୭ ମିମି, ଯାଜପୁର ୮.୫ ମିମି, ବାଲେଶ୍ୱର ୮.୨ ମିମି ଏବଂ ଦାରିଙ୍ଗିବାଡିରେ ୨.୦ ମିମି ବର୍ଷା ରେକର୍ଡ ହୋଇଛି। ମଙ୍ଗଳବାର କଳାହାଣ୍ଡି, କଟକ ଓ ଜଗତସିଂହପୁର ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଟକା ପବନ ବହିବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିପାଇଁ ଏସବୁ ଜିଲାକୁ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ପ୍ରବଳ ବର୍ଷା ନେଇ ୧୭ ଜିଲାକୁ ୟେଲୋ ଓ୍ବାର୍ନିଂ ରହିଛି। ଏହି ସବୁ ଜିଲା ମଧ୍ୟରେ କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, ନୟାଗଡ଼, ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଗଜପତି, କୋରାପୁଟ ଓ ମାଲକାନଗିରି ରହିଛି। ରାଜ୍ୟର ପ୍ରାୟ ୨୭ ଜିଲାକୁ ବଜ୍ରପାତ ନେଇ ୟେଲୋ ଓ୍ବାର୍ନିଂ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri