ଦେଶୀମଦ ଭାଟିରେ ପଶି ବଟି ମାଗିବା ଅଭିଯୋଗ: ଖବରଦାତାଙ୍କ ନାମରେ ମାମଲା ରୁଜୁ କଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରକାରୀ ଲାଇସେନ୍ସ ପ୍ରାପ୍ତ ଦେଶୀମଦ ଭାଟି ଭିତରକୁ ଜବରଦସ୍ତ ପ୍ରବେଶ କରି ଉପସ୍ଥିତ କର୍ମଚାରୀଙ୍କୁ ଭୟଭୀତ କରି ବଟି ମାଗିବା ସହ ଧମକ ଦେବା ଅଭିଯୋଗରେ ଏକ ନିର୍ଦ୍ଦିଷ୍ଟ ବୈଦ୍ୟୁତିକ ଚ୍ୟାନେଲର ଖବରଦାତାଙ୍କ ନାଁରେ ପୋଲିସ ମାମଲା ନଂ.୨୧୧/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଛି। ସେ ହେଲେ ଜିତେନ୍ଦ୍ର ଗୌଡ଼।

ସୂଚନାନୁଯାୟୀ, ମଦଭାଟି କର୍ମଚାରୀ ଜି. ଶ୍ୟାମବାବୁ ରେଡ୍ଡୀ ସୋମବାର ମଧ୍ୟାହ୍ନରେ ନିମପଲ୍ଲି ଗ୍ରାମ ନିକଟ ମଦଭାଟିରେ କାମ କରୁଥିବା ବେଳେ ଜିତେନ୍ଦ୍ର ତାଙ୍କ ଅନ୍ୟଜଣେ ସହଯୋଗୀଙ୍କ ସହ ସେଠାକୁ ଯାଇ ନିଜକୁ ଖବରଦାତାର ପରିଚୟ ଦେଇ ମାସିକ ବଟି ଦେବାକୁ କହିଲେ। ସେ ତାଙ୍କୁ ଚିହ୍ନି ନ ଥିବା ସହ ବଦନାମ କରିଦେବା କହି ଆପତ୍ତି ଜନକ ଭାଷାରେ ଗାଳି ଗୁଲଜ କରିଥଲେ। ପ୍ରତିବାଦ କରିବାରୁ ତାଙ୍କୁ ଆକ୍ରମଣ କରିଥିଲେ। ଅନ୍ୟ କର୍ମଚାରୀ ମାନେ ଘଟଣାସ୍ଥଳକୁ ଦୌଡ଼ି ଆସିବାରୁ ଜିତେନ୍ଦ୍ର ଏବଂ ତାଙ୍କ ସାଙ୍ଗରେ ଥିବା ଅନ୍ୟ ଜଣେ ଯୁବକ ଲାଲ ରଙ୍ଗର ବାଇକ (ନଂ. ଓଡ଼ି୦୭ କ୍ୟୁ-୬୧୪୨) ଯୋଗେ ପଳାଇଥିଲେ ବୋଲି ଏତଲାରେ ଉଲ୍ଲେଖ ରହିଛି। ଅପରପକ୍ଷରେ ଜିତେନ୍ଦ୍ର ବେଆଇନ ମଦବ୍ୟବସାୟ ବିରୋଧରେ ଖବର ପ୍ରସାରଣ କରିବା ପରେ ମଦଭାଟିକୁ ଯାଇ କେତୋଟି ଗ୍ରାମପଞ୍ଚାୟତରେ ଆଉଟ୍‌୍‌ ଲେଟ୍‌ ରହିଛି ବୋଲି କହିଥିଲେ। ଏପରିକି ସେଠାରେ ଉପସ୍ଥିତ ଜି.ଶ୍ୟାମବାବୁ ରେଡ୍ଡୀ ଏବଂ ଭୀମ ରେଡ୍ଡୀଙ୍କୁ ପଚାରିବାରୁ ତୁ କଣ ଖବର ପ୍ରସାରଣ କରିବୁ ତୋ ଲେଖା ଆମେ ରାଇଟ କରି ଜୀବନରେ ମାରିଦେବୁ ବୋଲି ଧମକ ଦେଇଥିବା ନେଇ ସେ ପାଲଟା ଏତଲା ଦେଇଛନ୍ତି। ପୋଲିସ ଏତଲାକୁ ଭିତ୍ତିକରି ଥାନା ମାମଲା ନଂ.୨୧୨/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

ପାହାଡ ପାର୍ଶ୍ୱରୁ ମୋରମ ତାଢି ନେଉଯାଉଥିଲେ, ରୋକିଲେ ଗ୍ରାମବାସୀ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ବଡ଼କାଏମା ପଞ୍ଚାୟତରେ ଥିବା ଐତିହାସିକ କାଏମା ପାହାଡ ପାର୍ଶ୍ୱରୁ ମୋରମ ତାଡ଼ି ନେଇ ଅନ୍ୟ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri