ଗୋପାଳପୁର ଗଣବଳାତ୍କାର: ରିପୋର୍ଟ ମାଗିଲେ ଏନ୍‌ସିଡବ୍ଲ୍ୟୁ

ଭୁବନେଶ୍ୱର,୧୮ା୬(ସତ୍ୟଜିତ୍‌ ରାଉତ/ସୁନିତ୍‌ ମିଶ୍ର): ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମିରେ ସୋମବାର ସନ୍ଧ୍ୟାରେ ଜଣେ ୨୦ବର୍ଷୀୟା କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣାକୁ ଗୁରୁତ୍ୱର ସହ ନେଇଛନ୍ତି ଜାତୀୟ ମହିଳା କମିଶନ(ଏନ୍‌ସିଡବ୍ଲ୍ୟୁ)। କମିଶନ ନିଜ ଆଡ଼ୁ ମାମଲା ରୁଜୁ କରି ଓଡ଼ିଶା ସରକାରଙ୍କଠାରୁ ରିପୋର୍ଟ ତଲବ କରିଛନ୍ତି। ୩ଦିନ ମଧ୍ୟରେ ଏହାର ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି। ଏନ୍‌ସିଡବ୍ଲ୍ୟୁ ଅଧ୍ୟକ୍ଷା ବିଜୟା ରାହତକର ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଓ୍ବା.ବି.ଖୁରାନିଆଙ୍କୁ ଏନେଇ ଚିଠି ଲେଖିବା ସହ ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ସହ ତଦନ୍ତ ପ୍ରକ୍ରିୟାକୁ ତ୍ୱରିତ କରିବାକୁ କହିଛନ୍ତି। ପୀଡ଼ିତାଙ୍କୁ ମାଗଣା ଚିକିତ୍ସା ସହ ମନସ୍ତାତ୍ତ୍ୱିକ ସହାୟତା ପ୍ରଦାନ ଉପରେ ମଧ୍ୟ ଗୁରୁତ୍ୱ ଦେଇଛନ୍ତି। ଏଥିସହ ପୀଡ଼ିତାଙ୍କୁ ଭାରତୀୟ ନାଗରିକ ସୁରକ୍ଷା ସଂହିତା(ବିଏନ୍‌ଏସ୍‌ଏସ୍‌)ର ଧାରା ୩୯୬ ଅନୁସାରେ ଉଚିତ କ୍ଷତିପୂରଣ ପ୍ରଦାନ କରିବାକୁ ରାଜ୍ୟ ସରକାରଙ୍କୁ କୁହାଯାଇଛି।
ଅନ୍ୟପକ୍ଷେ ଏହି ଘଟଣାରେ ଅପରାଧୀମାନଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନିଆଯିବ ବୋଲି ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏଭଳି ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ମାନବତା ବିରୋଧରେ ଏକ ଅପରାଧ। ଏଥିରେ ସମ୍ପୃକ୍ତ କୌଣସି ଅପରାଧୀଙ୍କୁ ଛଡ଼ାଯିବ ନାହିଁ। ଆଇନ ଅନୁମୋଦିତ ସବୁଠାରୁ କଠୋର ଦଣ୍ଡବିଧାନ କରାଯିବ। ମୁଖ୍ୟମନ୍ତ୍ରୀ ପୋଲିସକୁ ସମସ୍ତ ସନ୍ଦିଗ୍ଧ ଅପରାଧୀମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ସ୍ଥାନୀୟ ପୋଲିସ ୧୦ ଜଣଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୨।୧୪: ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ୱାଙ୍ଖଡେ ଷ୍ଟାଡିୟମ୍‌ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ

ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

୩ୟ T20: ଟସ୍ ଜିତି ଭାରତର ବୋଲିଂ ନିଷ୍ପତ୍ତି; ବୁମରା-ଅକ୍ଷର ବାଦ୍

ଧର୍ମଶାଳା,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ T20 ସିରିଜର ତୃତୀୟ ମୁକାବିଲା ରବିବାର ଧର୍ମଶାଳାରେ ଖେଳାଯାଉଛି। ଭାରତୀୟ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri