ବିଭିନ୍ନ ସମସ୍ୟାକୁ ନେଇ ତାତିଲେ ଲୋକେ: ବୃଦ୍ଧାଙ୍କ ମୃତ୍ୟୁରୁ ଉତ୍ତେଜନା, ରାସ୍ତା ଅବରୋଧ

ଦାରିଙ୍ଗବାଡ଼ି,୧୮ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଗଦାପୁର ପଞ୍ଚାୟତରେ ମଙ୍ଗଳବାର ଜଣେ ବୃଦ୍ଧା ନାଳରେ ପଡ଼ି ମୃତ୍ୟୁବରଣ କରିଛନ୍ତି। ମୃତକ ହେଲେ ଉକ୍ତ ଅଞ୍ଚଳର ଶାନ୍ତି ବଳିୟାର ସିଂ। ସ୍ଥାନୀୟ ଲୋକେ ତାଙ୍କୁ ନାଳରୁ ଉଦ୍ଧାର କରି ଗଦାପୁର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ ତେବେ ସେଠାରେ ଫର୍ମାସିଷ୍ଟ କିମ୍ବା ଡାକ୍ତର କେହି ନଥିଲେ ସ୍ବାସ୍ଥ୍ୟକେନ୍ଦ୍ରରେ ମଧ୍ୟ ତାଲା ଝୁଲୁଥିଲା। ଫଳରେ ବୃଦ୍ଧାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ସେଠାରେ ବୃଦ୍ଧାଙ୍କ ମୃତଦେହ ବ୍ୟବଚ୍ଛେଦ ହୋଇପାରି ନ ଥିଲା। ଫଳରେ ମୃତଦେହ ଗଦାପୁରରୁ ବ୍ରାହ୍ମଣୀଗାଁ ଓ ସେଠାରୁ ପୁଣି ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ମଧ୍ୟାହ୍ନରେ ଅଣାଯାଇଛି। ଏହାକୁ ନେଇ ଗଦାପୁର ଅଞ୍ଚଳରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ସହ ଡାକ୍ତର ନିୟମିତ ଡ୍ୟୁଟି କରୁ ନ ଥିବା ଅଭିଯୋଗ ହେବା ସହ ଗଦାପୁର ଅଞ୍ଚଳରେ ପାଣି ସମସ୍ୟା ମଧ୍ୟ ଲାଗିରହିଛି। ଯଦି ପାଣି ଥାଆନ୍ତା ତେବେ ବୃଦ୍ଧା ଜଣକ କାହିଁକି ନାଳକୁ ଗାଧୋଇବାକୁ ଯାଇ ମୃତ୍ୟୁବରଣ କରିଥାନ୍ତେ ବୋଲି ଅଭିଯୋଗ ହୋଇଛି।

ସେହିପରି ଅଞ୍ଚଳରେ ମୋବାଇଲ ନେଟ୍‌ଓ୍ବର୍କ ସେବା ବାରମ୍ବାର ଅଚଳ ଏବଂ ଦୀର୍ଘଦିନ ହେଲା ଡାକ୍ତର ପଦବୀ ଖାଲି ଯୋଗୁ ବୁଧବାର ଶହ ଶହ ଲୋକ ଗଦାପୁର ବଜାର ଛକରେ ଏକାଠି ହୋଇ ବିକ୍ଷୋଭ ପ୍ରଦର୍ଶନ କରିବା ସହ ସମସ୍ତ ଚଳାଚଳ କରୁଥିବା ଗାଡ଼ିମୋଟରକୁ ଅଟକ ରଖିଛନ୍ତି। ବିଭିନ୍ନ ଛକରେ ଟାୟାର ଜାଳି ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଏମିତିକି ଗଦାପୁରଠାରୁ ଯାଉଥିବା ସମସ୍ତ ପ୍ରକାର ସରକାରୀ ଏବଂ ବେସରକାରୀ ବସ୍‌କୁ ଯିବାକୁ ଦେଉନାହାନ୍ତି। ସେମାନଙ୍କ ଦାବି ପୁରଣ ନ ହେବା ପର୍ଯ୍ୟନ୍ତ ଏଭଳି ଆନ୍ଦୋଳନ ଜାରି ରହିବ ବୋଲି ଉତ୍ତ୍ୟକ୍ତ ଲୋକେ ଦାବି କରିଛନ୍ତି।

ପ୍ରକାଶ ଯେ, ଦାରିଙ୍ଗବାଡ଼ି ବ୍ଲକ ହେଡ୍‌କ୍ୱାର୍ଟରଠାରୁ ଗଦାପୁରର ଦୂରତା ପ୍ରାୟ ୪୦ କିମି। ସେଠାରେ ଏକମାତ୍ର ବିଏସ୍‌ଏନ୍‌ଏଲ୍‌ର ମୋବାଇଲ ସେବା ରହିଥିବା ବେଳେ ନିୟମିତ ଏହି ସେବା ଲୋକଙ୍କୁ ମିଳୁନି। ଫଳରେ ସ୍ବାସ୍ଥ୍ୟସେବା ପାଇଁ ଆମ୍ବୁଲାନ୍ସ ଡକାଇବା ସମ୍ଭବ ହେଉନାହିଁ। ସେହିପରି କ୍ଷୁଦ୍ର ବ୍ୟାଙ୍କ ସେବା ସହ ଅନଲାଇନ କାର୍ଯ୍ୟ ପାଇଁ ଅଞ୍ଚଳବାସୀ ବହୁ ସମସ୍ୟାର ସମ୍ମୁଖୀନ ଭୋଗୁଛନ୍ତି। ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ନିଯୁକ୍ତି ଦିଆଯାଇଥିଲେ ମଧ୍ୟ ତାଙ୍କୁ ପଡ଼ୋଶୀ ଗଜପତି ଜିଲା ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଡେପୁଟେଶନରେ ପଠାଯାଇଛି। ଫାର୍ମାସିଷ୍ଟ ଅଛନ୍ତି କିନ୍ତୁ ସେ ନିୟମିତ ଗଦାପୁରରେ ରହୁନାହାନ୍ତି ଆସି ଡ୍ୟୁଟି କରି ସେ ବ୍ରାହ୍ମଣୀଗାଁରେ ରହିଛନ୍ତି। ଫଳରେ ସେଠାରେ ରୋଗୀ ସେବା ବ୍ୟାହତ ହୋଇଛି। ପୋଲିସ ବୃଦ୍ଧାଙ୍କ ନାଳରେ ବୁଡି ମୃତ୍ୟୁ ଘଟଣାକୁ ନେଇ ଏକ ଅପମୃତ୍ୟୁ ମାମଲା (୬/୨୫)ରୁଜୁ କରି ଅଧିକ ତଦନ୍ତ ଚଳାଇଛି। ଘଟଣାସ୍ଥଳରେ ଦାରିଙ୍ଗବାଡି ବିଡିଓ ପ୍ରୀତିରଞ୍ଜନ ରଥ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଇନ୍‌ଚାର୍ଜ ଡାକ୍ତର ଜାକେଶ ସାମନ୍ତରାୟ, ବ୍ରାହ୍ମଣୀଗାଁ ଆଇଆଇସି ବିଜୟ କୁମାର ହାଇବୁରୁ, ସବଇନ୍ସପେକ୍ଟର ଅମରେନ୍ଦ୍ର ସୁବୁଦ୍ଧି ସଦଳବଳ ଗଦାପୁରରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛନ୍ତି। ଖବର ଲେଖାହେବା ସୁଦ୍ଧା ଆନ୍ଦୋଳନ ଅବ୍ୟାହତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ଟୋକୀମରା ପର୍ବ ପାଇଁ ହାଟରେ ଜନସମୁଦ୍ର: ବିପଦପୂର୍ଣ୍ଣ ସ୍ଥାନରେ ଚାଲିଛି କିଣାବିକା, ପ୍ରଶାସନିକ ଅବହେଳାକୁ…

ଥୁଆମୂଳ ରାମପୁର,୨୪।୧୨(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ଅଞ୍ଚଳର ଆଦିବାସୀମାନଙ୍କ ପାରମ୍ପରିକ ମୁଖ୍ୟ ପର୍ବ “ଟୋକୀମରା”ପାଇଁ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ ବିଦେଶୀ...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri