ଝିଅ ଜନ୍ମହେବାରୁ ମାରିଦେଲେ

ଜଳେଶ୍ୱର,୧୯।୬(ନବୀନ ସାହୁ): ଜଳେଶ୍ୱର ପୌରପାଳିକାର ଉପାଧ୍ୟକ୍ଷା ପୁଷ୍ପପ୍ରିୟା କାମିଳାଙ୍କ ପୁଅ ରିତେଶ କାମିଳା ୨୦୨୨ରେ ନିକଟସ୍ଥ ଚକବିଷ୍ଣୁ ଗ୍ରାମର ଜଳଧର ପ୍ରଧାନଙ୍କ କନ୍ୟା ନମିତା(୨୪)ଙ୍କୁ ଭଲ ପାଇ ବୈଦିକ ରୀତିନୀତିରେ ବିବାହ କରିଥିଲେ। ଘରେ ଶାଶୁ, ଶ୍ୱଶୁର, କକା, କାକୀ ଶାଶୁ, ନଣନ୍ଦ ଏବଂ ସ୍ବାମୀଙ୍କ ସହିତ ନମିତା ଏକ ଯୌଥ ପରିବାରରେ ରହୁଥିଲେ। ସ୍ବାମୀ ରିତେଶଙ୍କ ଜଳେଶ୍ୱର ବଜାରରେ ଏକ ବାସନ ଦୋକାନ ରହିଛି। ନମିତା ୧୦ ଦିନ ତଳେ ଏକ ଶିଶୁକନ୍ୟାକୁ ଜନ୍ମ ଦେଇଥିଲେ। ସେ ଶିଶୁକନ୍ୟା ଜନ୍ମ ଦେଇଥିବାରୁ ଶାଶୁ ଘର ଲୋକେ ଏହାକୁ ସହଜରେ ଗ୍ରହଣ କରିପାରି ନ ଥିଲେ। ବୁଧବାର ପୂର୍ବାହ୍ନ ୧୦ଟାରେ ନମିତାଙ୍କୁ ତାଙ୍କ ଶୋଇବା ଘରେ ଝୁଲନ୍ତା ଅବସ୍ଥାରେ ଶ୍ୱଶୁର ଘର ଲୋକ ଦେଖିବାକୁ ପାଇଥିଲେ। ନମିତାଙ୍କୁ ଉଦ୍ଧାର କରି ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ନମିତା ଦଉଡ଼ି ଲଗାଇ ଆତ୍ମହତ୍ୟା କରିଥିବା ଶ୍ୱଶୁର ଘର ଲୋକେ କହୁଥିବାବେଳେ ବାପଘର ଲୋକେ ଏହାକୁ ଏକ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରିଛନ୍ତି। ଝିଅ ଜନ୍ମ ଦେବା ପରଠାରୁ ନମିତାଙ୍କୁ ଶ୍ୱଶୁର ଘର ଲୋକେ ନିର୍ଯାତନା ଦେଇ ଆସୁଥିଲେ। ଏପରି କି ତାଙ୍କୁ ହତ୍ୟା କରି ଆତ୍ମହତ୍ୟାର ରୂପ ଦେବାକୁ ଚେଷ୍ଟା କରିଛନ୍ତି ବୋଲି ନମିତାଙ୍କ ସମ୍ପର୍କୀୟା ଭଉଣୀ ସୁମିତ୍ରା ପାଲ ଜଳେଶ୍ୱର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ଦଫା ୮୦ (ଯୌତୁକଜନିତ ମୃତ୍ୟୁ), ୮୫ (ଶ୍ୱଶୁର ଘର ଲୋକଙ୍କ ଦ୍ୱାରା ନିର୍ଯାତନା), ୧୦୮ (ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା), ୧୦୩ (ହତ୍ୟା), ୩(୫) (ଏକାଧିକ ବ୍ୟକ୍ତିଙ୍କ ସମ୍ପୃକ୍ତି)ରେ ଏକ ମାମଲା(ନଂ.୨୮୦/୨୫) ରୁଜୁ କରି ମୃତାଙ୍କ ସ୍ବାମୀ, ଶ୍ୱଶୁର ଏବଂ ଦାଦା ଶ୍ୱଶୁରଙ୍କୁ ଅଟକ ରଖି ପଚରାଉଚରା କରୁଛି। ଘଟଣାର ସମସ୍ତ ଦିଗକୁ ନେଇ ତଦନ୍ତ କରାଯାଉଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଘଟଣାର ପ୍ରକୃତ ତଥ୍ୟ ମିଳିପାରିବ ବୋଲି ଥାନା ଅଧିକାରୀ ଜୟନ୍ତ ବେହେରା କହିଛନ୍ତି। ଏହି ଘଟଣା ସମ୍ପର୍କରେ ପୌର ଉପାଧ୍ୟକ୍ଷା କିମ୍ବା ତାଙ୍କ ପରିବାର କାହାରି ପ୍ରତିକ୍ରିୟା ମିଳିପାରି ନାହିଁ। ମିଳିଥିବା ସୂଚନା ଅନୁସାରେ ଗତ ୫ରୁ ୬ବର୍ଷ ପୌର ଉପାଧ୍ୟକ୍ଷା ପୁଷ୍ପପ୍ରିୟାଙ୍କ ବଡ଼ବୋହୂଙ୍କ ମଧ୍ୟ ସନ୍ଦେହଜନକ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri