ପୁସ୍ତକ ନ ଥାଇ ୨୧ରେ ଖୋଲିବ କେନ୍ଦ୍ରୀୟ ବିଦ୍ୟାଳୟ, ସଜଡ଼ା ଚାଲିଛି ଭିତ୍ତିଭୂମି

ଭଞ୍ଜନଗର,୧୯ା୬(ବାବୁଲା ପ୍ରଧା): ଗ୍ରୀଷ୍ମ ଛୁଟି ସରିବା ପରେ ଆସନ୍ତା ୨୧ ତାରିଖରୁ କେନ୍ଦ୍ରୀୟ ବିଦ୍ୟାଳୟଗୁଡ଼ିକ ଶିକ୍ଷାଦାନ ପାଇଁ ଖୋଲିବ। ଏହାପୂର୍ବରୁ ବିଦ୍ୟାଳୟଗୁଡ଼ିକର ଭିତ୍ତିଭୂମି ସଜଡ଼ା ଚାଲିଛି। ଅପରପକ୍ଷେ ଚଳିତ ଶିକ୍ଷାବର୍ଷଠାରୁ ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀ ପୁସ୍ତକ ବଦଳିଛି। କିନ୍ତୁ ଚଳିତ ଶିକ୍ଷାବର୍ଷ ଆରମ୍ଭ ହେବାର ୩ ମାସ ବିତିବାକୁ ବସିଲାଣି କିନ୍ତୁ ନୂଆ ପୁସ୍ତକ ଆଜି ସୁଦ୍ଧା ବଜାରକୁ ଆସିନାହିଁ। ଚଳିତ ବର୍ଷ ଠାରୁ ପଞ୍ଚମ ଏବଂ ଅଷ୍ଟମ ଶ୍ରେଣୀରେ ବୋର୍ଡ଼ ପରୀକ୍ଷା ସହ ପାସ ଫେଲ ବ୍ୟବସ୍ଥା ଅଛି। କିନ୍ତୁ ନୂଆ ପୁସ୍ତକ ବଜାରକୁ ଆସି ନ ଥିବା ଯୋଗୁ ଛାତ୍ରୀଛାତ୍ରଙ୍କ ପାଠପଢ଼ାରେ ବ୍ୟାହତ ହୋଇଛି। ଯାହାକୁ ନେଇ ଅଭିଭାବକ ଏବଂ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଦୃଷ୍ଟି ଦେଇ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାର ଆବଶ୍ୟକତା ରହିଛି। ଅନ୍ୟପଟେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ କମାନୁ ବିଦ୍ୟାଳୟର ଭିତ୍ତିଭୂମି ସଜାଡ଼ିବା ପାଇଁ ଆବଶ୍ୟକୀୟ ପଦକ୍ଷେପ ନେଇଛନ୍ତି। ବହୁଦିନ ଧରି ବିଦ୍ୟାଳୟର ଯେଉଁ ଶୌଚାଳୟ ସମସ୍ୟା ଥିଲା ତାହାର ସମାଧାନ କରାଯାଇଛି। ପ୍ରାୟ ୧୫ ଲକ୍ଷ ଟଙ୍କା ବ୍ୟୟରେ ନୂତନ ଶୌଚାଳୟ ନିର୍ମାଣ ହୋଇଛି। ସେହିଭଳି ବିଦ୍ୟାଳୟର ଅନ୍ୟାନ୍ୟ ସମସ୍ୟାଗୁଡ଼ିକୁ ମଧ୍ୟ ସମାଧାନ ପାଇଁ ପଦକ୍ଷେପ ନିଆଯାଇଛି। ବିଦ୍ୟାଳୟ ଚେୟାରମ୍ୟାନ ତଥା ଉପଜିଲାପାଳ ଉମାଶଙ୍କର ବେହେରାଙ୍କ ସହଯୋଗରେ ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ବିଭାଗ ପକ୍ଷରୁ ବିଦ୍ୟାଳୟର ଶୌଚାଳୟ ସମେତ କିଛି ସମସ୍ୟା ଦୂର କରାଯାଇଛି। ତେଣୁ ବିଦ୍ୟାଳୟ ଖୋଲିବା ପୂର୍ବରୁ ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ବିଭାଗ ସହକାରୀ ଯନ୍ତ୍ରୀ ନିହାର ରଞ୍ଜନ ସାଇଁ ଗୁରୁବାର ବିଦ୍ୟାଳୟ ପରିଦର୍ଶନ କରି ଶୁକ୍ରବାର ସୁଦ୍ଧା ବିଦ୍ୟାଳୟର ସମସ୍ତ କାମ ସାରି ହସ୍ତାନ୍ତର କରାଯିବ ବୋଲି ଅଧ୍ୟକ୍ଷଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।

ସୂଚନାଯୋଗ୍ୟ, ଆଜକୁ ୧୫ ବର୍ଷ ପୂର୍ବେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ପୁରାତନ ଛାତ୍ରାବାସରେ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିଥିଲା। ବିଦ୍ୟାଳୟର ସ୍ଥାୟୀ କୋଠା ନ ଥିବାରୁ ବର୍ତ୍ତମାନ ସ୍ଥାୟୀ କୋଠା କାମ ଆରମ୍ଭ ହେବାକୁ ଯାଉଛି। ରାଜସ୍ବ ବିଭାଗ ପକ୍ଷରୁ ୩ ବର୍ଷ ପୂର୍ବେ ଆଇଟିଆଇ ସମ୍ମୁଖରେ ପ୍ରାୟ ୯ ଏକର ଜମି କେନ୍ଦ୍ରୀୟ ବିଦ୍ୟାଳୟକୁ ଦିଆଯାଇଥିଲା। ଉକ୍ତ ଜମିରେ ୩୫ କୋଟି ଟଙ୍କା ବ୍ୟୟରେ ସ୍ଥାୟୀ କୋଠା ନିର୍ମାଣ ହେବ। କିଛିଦିନ ପରେ ଉକ୍ତ କାମର ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। କାମ ଆରମ୍ଭ ହେବାର ଦୁଇରୁ ତିନି ବର୍ଷ ମଧ୍ୟରେ କୋଠା କାମ ସରିବ। ଏହାପରେ ସେଠାରେ ଯୁକ୍ତ ୨ ପର୍ଯ୍ୟନ୍ତ କ୍ଲାସ ଖୋଲିବ। ବର୍ତ୍ତମାନ ଅସ୍ଥାୟୀ କ୍ୟାମ୍ପସ୍‌ରେ
୧୦ମ ଶ୍ରେଣୀ ପର୍ଯ୍ୟନ୍ତ କ୍ଲାସ ହେଉଛି। ବିଦ୍ୟାଳୟ ସ୍ଥାୟୀ କୋଠାକୁ ଯିବା ପୁର୍ବରୁ ଏଠାରେ ମଧ୍ୟ ଯୁକ୍ତ ୨ କ୍ଲାସ୍‌ ଖୋଲିବା ପାଇଁ ପଦକ୍ଷେପ ନେବାକୁ କିଛି ଅଭିଭାବକ ଅଧ୍ୟକ୍ଷଙ୍କୁ ନିବେଦନ କରିଛନ୍ତି। ଭିତ୍ତିଭୂମିକୁ ଦେଖି ଆଗାମୀ ଦିନରେ ଏନେଇ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ଅଧ୍ୟକ୍ଷ ଅଭିଭାବକମାନଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ୨୦୨୫ର ଶେଷ ୨୦ ତାରିଖ, ପଡୁଛି ଅଶୁଭ ଯୋଗ; ରାତି ଭିତରେ ଘଟିଯିବ…

ଏହି ବର୍ଷର ଶେଷ ୨୦ ତାରିଖ, ଅର୍ଥାତ ୨୦ ଡିସେମ୍ୱର, ୨୦୨୫ ରେ ଏକ ଅତ୍ୟନ୍ତ ଅଶୁଭ ଯୋଗ ସୃଷ୍ଟି ହେଉଛି, ଯାହା ଯୋଗୁଁ ଲୋକମାନଙ୍କୁ...

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ଏମିତି ଦେଶ, ଯେଉଁଠି ଦେଖିବାକୁ ମିଳନ୍ତି ନାହିଁ ପିମ୍ପୁଡ଼ି, କାରଣ ଜାଣିଲେ…

ପିମ୍ପୁଡ଼ି ସବୁଠି ଦେଖାଯାନ୍ତି। ପୃଥିବୀରେ ଏପରି କୌଣସି ସ୍ଥାନ ନାହିଁ, ଯେଉଁଠାରେ ପିମ୍ପୁଡ଼ି ନାହାନ୍ତି। ସାରା ବିଶ୍ୱରେ ବିଭିନ୍ନ ପ୍ରକାରର ପିମ୍ପୁଡ଼ି ଦେଖିବାକୁ ମିଳିଥାନ୍ତି। ସେମାନଙ୍କ...

ରେଞ୍ଜରଙ୍କ ଘରୁ ମିଳିଲାଣି ପୁଳାପୁଳା ଟଙ୍କା : ୬୭ ଲକ୍ଷର ଜମା

ଜଗତ୍‌ସିଂହପୁର,୨୦।୧୨: ଜଗତସିଂହପୁର ରାହାମା ରେଞ୍ଜର ରାଜେନ୍ଦ୍ର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ମିଳିଲାଣି ୬୭ ଲକ୍ଷ ବ୍ୟାଙ୍କ ଓ ପୋଷ୍ଟାଲ ଜମା। ଆୟ ବର୍ହିଭୂତ...

ପୁଅକୁ ନେଇ ଏମିତି କହିଦେଲେ ବିକି କୌଶଳ: ବଢୁଛି ଚର୍ଚ୍ଚା

ନିକଟରେ ଅଭିନେତା ବିକି କୌଶଳ ବାପା ହୋଇଛନ୍ତି। ଏଥିପାଇଁ ତାଙ୍କ ଖୁସି କହିଲେ ନ ସରେ। ସ୍ତ୍ରୀ ତଥା ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ସହ ସେ...

ମସ୍କଙ୍କ ବଡ଼ ବିଜୟ! ୭ ବର୍ଷର ଲଢ଼େଇ ଶେଷ, କୋର୍ଟ ଫେରାଇଲେ…..

ନୂଆଦିଲ୍ଲୀ,୨୦ା୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ୍ ମସ୍କ ଏକ ବଡ଼ ବିଜୟ ହାସଲ କରିଛନ୍ତି । ସାତ ବର୍ଷର ଆଇନଗତ ଲଢ଼େଇ ପରେ, ଡେଲାୱେର୍...

ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ: କହିଲେ ଯମ ଅଜାଣତରେ…

ଜୟପୁର,୨୦।୧୨: ରାଜସ୍ବ ନିରୀକ୍ଷକଙ୍କୁ ପାଠ ପଢ଼ାଇଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି ଯମ ଅଜାଣତରେ ମଣିଷର ମୃତ୍ୟୁ ହୁଏନି। ଏହା ସହ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri