ଜନତା ମଇଦାନରେ ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ତ୍ରୁଟିଶୂନ୍ୟ ପ୍ରସ୍ତୁତି ପାଇଁ ଦେଲେ ନିର୍ଦ୍ଦେଶ

ଭୁବନେଶ୍ୱର,୧୯ା୬: ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ସମାରୋହ ଉପଲକ୍ଷେ ଭୁବନେଶ୍ୱର ଜନତା ମଇଦାନଠାରେ ଆୟୋଜିତ ସଭାସ୍ଥଳର ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି।
ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ସଭାସ୍ଥଳ ବୁଲି ଦେଖିବା ସହ, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଯେପରି କୌଣସି ତ୍ରୁଟି ନ ରହିବ ସେଥିପ୍ରତି ସଜାଗ ରହିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଆଜି ବିଳମ୍ବିତ ସନ୍ଧ୍ୟା ସୁଦ୍ଧା ସମସ୍ତ କାର୍ଯ୍ୟ ସମ୍ପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜ୍ୟ ପୂର୍ତ୍ତ ଓ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉଷେଣ୍ଡି ପ୍ରସ୍ତୁତି କାର୍ଯ୍ୟ ବୁଲି ଦେଖିଥିଲେ।

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ଅତିରିକ୍ତ ମୁଖ୍ୟଶାସନ ସଚିବ ଶିଳ୍ପ ବିଭାଗ ହେମନ୍ତ ଶର୍ମା ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତୁତି କାର୍ଯ୍ୟର ସବିଶେଷ ସୂଚନା ପ୍ରଦାନ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହା ନିର୍ଦ୍ଦେଶକ ଓ୍ବାଇ.ବି ଖୁରାନିଆ, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଁମାର ସେନାର ଏୟାର ଷ୍ଟ୍ରାଇକ୍‌ରେ ହସ୍ପିଟାଲ ଧ୍ୱଂସ: ୩୪ ରୋଗୀ, ମେଡିକାଲ କର୍ମଚାରୀଙ୍କ ମୃତ୍ୟୁ

ୟାଙ୍ଗୋନ୍,୧୧ା୧୨: ମ୍ୟାଁମାରରେ ଚାଲିଥିବା ଗୃହଯୁଦ୍ଧ ମଧ୍ୟରେ ସେନା ପକ୍ଷରୁ କରାଯାଇଥିବା ଏକ ଏୟାର ଷ୍ଟ୍ରାଇକ୍‌ରେ ଏକ ହସ୍ପିଟାଲ୍ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ ହୋଇଯାଇଛି। ଆରାକାନ୍ ଆର୍ମି...

ବୋଲର, ବ୍ୟାଟରଙ୍କ ଖରାପ ପ୍ରଦର୍ଶନ: ଦ୍ୱିତୀୟ T20ରେ ଭାରତର ଶୋଚନୀୟ ପରାଜୟ

ମୁଲାନପୁର,୧୧ା୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୫୧ ରନରେ ଶୋଚନୀୟ ଭାବେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ...

ଆମେରିକାରେ ରହଣି ସମୟରେ ସନ୍ତାନ ଜନ୍ମ କଲେ ଭିସା ବାତିଲ, ପ୍ରଭାବିତ ହେବେ ଅନେକ ଭାରତୀୟ

ନୂଆଦିଲ୍ଲୀ,୧୧ା୧୨: ଆମେରିକାରେ ନାଗରିକତ୍ୱ ହାସଲ କରିବା ପାଇଁ ‘ଜନ୍ମ ପର୍ଯ୍ୟଟନ’କୁ ବନ୍ଦ କରିବା ଲକ୍ଷ୍ୟରେ ଆମେରିକା ଭିସା ନିୟମକୁ କଡ଼ାକଡ଼ି କରିଛି। ଭାରତରେ ଥିବା ଆମେରିକା...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

ଟାରିଫ୍ ଧମକ ପରେ ଟ୍ରମ୍ପଙ୍କୁ ଫୋନ୍ କଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ଏସବୁ କଥା

ନୂଆଦିଲ୍ଲୀ,୧୧।୧୨: ଆମେରିକା ମଧ୍ୟରେ ଚାଲିଥିବା ବାଣିଜ୍ୟିକ ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଟେଲିଫୋନ ଯୋଗେ କଥାବାର୍ତ୍ତା...

ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟକୁ ନେଇ ରାଗିଗଲେ ଆଉଟସୋର୍ସିଂ କର୍ମଚାରୀ, ଦେଲେ ଆନ୍ଦୋଳନ ଧମକ

ଭୁବନେଶ୍ୱର,୧୧।୧୨: ଓଡ଼ିଶାର ଆଉଟସୋର୍ସିଂ କର୍ମଚାରୀମାନେ ତଥ୍ୟ ଗୋପନୀୟତା ଭଙ୍ଗ ହେବାର ଆଶଙ୍କା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦେଇଥିବା ମନ୍ତବ୍ୟକୁ ତୀବ୍ର ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri