ଦୋକାନରୁ ଜିନିଷ କିଣି ଘରକୁ ଫେରିବାବେଳେ ନାବାଳିକାଙ୍କୁ ଯୌନ ଅସଦାରଣ, ଅଭିଯୁକ୍ତଙ୍କୁ ୪ ବର୍ଷ ଜେଲ

ସମ୍ବଲପୁର/ଜମନକିରା,୨୧ା୬ (ପ୍ରମୋଦ ବହିଦାର/ରବିନ୍ଦ୍ର ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅନ୍ତର୍ଗତ ମାଧଡିହୀ ଗ୍ରାମରେ ନାବାଳିକାଙ୍କୁ ଯୌନ ଅସଦାଚରଣ ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ସମ୍ବଲପୁର ଅତିରିକ୍ତ ଜିଲା ଜଜ୍‌ ତଥା ପୋକ୍‌ସୋ ଅଦାଲତ ସ୍ବତନ୍ତ୍ର ବିଚାରପତି ଅଭିଳାଷ ସେନାପତି ୧୫ଜଣ ସାକ୍ଷ୍ୟଙ୍କ ବୟାନ ଓ ଅନ୍ୟାନ୍ୟ ତଥ୍ୟ ପ୍ରମାଣ ଅନୁଧ୍ୟାନ ପୂର୍ବକ ଏହି ମାମଲାର ବିଚାର କରି ଅଭିଯୁକ୍ତ ମାଧଡିହୀ ଗ୍ରାମର ପ୍ରଶାନ୍ତ ପ୍ରଧାନ ଓରଫ କେଏଁଟୁ(୨୨)ଙ୍କୁ ଦଫା ୪୫୨ ଓ ୮ ପୋକ୍‌ସୋ ଆଇନ୍‌ରେ ୪ବର୍ଷ ସଶ୍ରମ କାରାଦଣ୍ଡ ଓ ୫୦ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅର୍ଥ ଅନାଦେୟ ଅଭିଯୁକ୍ତଙ୍କୁ ଅଧିକ ୬ ମାସ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେହିପରି ଦଫା ୩୨୩ରେ ୧ ବର୍ଷ ସଶ୍ରମ କାରାଦଣ୍ଡ ଓ ୧ ହଜାର ଟଙ୍କା ଜରିମାନା ତଥା ଜରିମାନା ଅର୍ଥ ଅନାଦେୟ ଅଭିଯୁକ୍ତଙ୍କୁ ୧ ମାସ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ବିଚାରିପତି। ତେବେ ସମସ୍ତ ଦଣ୍ଡବିଧାନକୁ ଅଭିଯୁକ୍ତ ସମାନ୍ତରାଳ ଭାବେ ଏକ ସଙ୍ଗେ ଭୋଗିବାକୁ ବିଚାରପତି ତାଙ୍କ ରାୟରେ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ ଯେ, ମାଧଡିହୀ ଗ୍ରାମରେ ପରିବାର ସହିତ ରହୁଥିବା ପୀଡ଼ିତା ୧୫ ବର୍ଷ ବୟସ୍କା ନାବାଳିକା ଗତ ୨୦୨୩ ସେପ୍ଟେମ୍ବର ୧୭ ତାରିଖ ଅପରାହ୍ନରେ ନିକଟସ୍ଥ ଦୋକାନରୁ ଜିନିଷ କିଣି ଘରକୁ ଫେରୁଥିଲେ। ଏହି ସମୟରେ ସେହି ଗ୍ରାମର ଅଭିଯୁକ୍ତ ପ୍ରଶାନ୍ତ ପ୍ରଧାନ ରାସ୍ତାରେ ନାବାଳିକାକୁ ଏକାକୀ ଦେଖି ପ୍ରଥମେ ତାଙ୍କୁ ଅସଦାଚରଣ କରି ଅଶ୍ରାବ୍ୟ ଭାଷାରେ ଗାଳିଗୁଲଜ କରିଥିଲେ। ଏହାବାଦ ତାଙ୍କୁ ଘରକୁ ନେଇ ଯୌନ ଅସଦାରଣ କରିଥିଲେ। ମାତ୍ର ଏହି ସମୟରେ ପୀଡ଼ିତାଙ୍କ ମାତା ଘରେ ପହଞ୍ଚତ୍ ଯିବାରୁ ତାଙ୍କୁ ଦେଖି ଅଭିଯୁକ୍ତ ସେଠାରୁ ଫେରାର ହୋଇଯାଇଥିଲେ। ମାତାଙ୍କୁ ଦେଖି ପୀଡ଼ିତା ସମସ୍ତ କଥା କହିଥିଲେ। ଏପରିକି ଏହା ପୂର୍ବରୁ ମଧ୍ୟ ଅଭିଯୁକ୍ତ ତାଙ୍କୁ ଦୁଇଥର ଏଭଳି ଅସଦାଚରଣ କରିଥିଲେ ବୋଲି ପୀଡ଼ିତା ତାଙ୍କ ମାତାଙ୍କୁ କହିଥିଲେ। ଝିଅଠାରୁ ସମସ୍ତ ବିଷୟ ଶୁଣିଲା ପରେ ପୀଡ଼ିତାଙ୍କୁ ସାଙ୍ଗରେ ଧରି ତାଙ୍କ ମାତା ଜମନକେରା ଥାନାକୁ ଯାଇ ଏନେଇ ଏତଲା ଦେଇଥିଲେ। ତାଙ୍କ ଏତଲା ଓ ପୀଡ଼ିତାଙ୍କ ବୟାନ ଆଧାରରେ ଜମନକେରା ଥାନାରେ କେସ୍‌ ନମ୍ବର ୧୨୦/୨୩ରେ ଦଫା ୩୪୧, ୨୯୪, ୪୫୨, ୩୨୩, ୩୫୪, ୩୫୪(ଏ), ୩୫୪(ବି) ଏବଂ ୮ ପୋକ୍‌ସୋ ଆଇନ୍‌ର ଏକ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଥିଲା। ତଦନ୍ତବେଳେ ପୋଲିସ ଅଭିଯୁକ୍ତ ପ୍ରଶାନ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପୋଲିସ ଚାର୍ଜସିଟ୍‌ ଦାଖଲ ପରେ କୋର୍ଟରେ ଏହି ମାମଲାର ଶୁଣାଣି ଆରମ୍ଭ ହୋଇଥିଲା। ହେଲେ ଅଭିଯୁକ୍ତ ଜାମିନ୍‌ରେ ରହିଥିଲେ। ଶୁକ୍ରବାର ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯିବା ପରେ ବିଚାରପତି ସେନାପତି ମାମଲାର ରାୟ ପ୍ରକାଶ କରି ଉକ୍ତ ଦଣ୍ଡବିଧାନ କରିଥିଲେ। ଏହାବାଦ ବିଚାରପତିଙ୍କ ନିର୍ଦ୍ଦେଶକ୍ରମେ ଅଭିଯୁକ୍ତଙ୍କୁ ସମ୍ବଲପୁର ମଣ୍ଡଳ ଜେଲ୍‌କୁ ପଠାଇ ଦିଆଯାଇଛି। ଅଦାଲତରେ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ସରାକରୀ ଓକିଲ ସନ୍ତୋଷ କୁମାର ପଣ୍ଡା ଏହି ମାମଲାକୁ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri