ସ୍କୁଟିକୁ ଧକ୍କା ଦେଲା ଟ୍ରକ : ମହିଳା ମୃତ, ଓଭର ବ୍ରିଜ ନିର୍ମାଣ ଦାବିରେ ରାସ୍ତା ରୋକ

ଛତ୍ରପୁର, ୨୧।୬(ଦିଲ୍ଲୀପ ସାମଲ): ଚମାଖଣ୍ଡି ଥାନା ଅଧୀନ ପୁକୁଡିବନ୍ଧ ଛକ ନିକଟ ଜାତୀୟ ରଜପଥରେ ଶନିବାର ଏକ ସ୍କୁଟିକୁ ଧକ୍କା ଦେଲା ଟ୍ରକ l ଫଳରେ ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି l ମୃତ ମହିଳା ଜଣକ ଫୁଲଟା ଗ୍ରାମର ପୁଷ୍ପାଞ୍ଜଳି ଶାସମଲ ବୋଲି ସୂଚନା ମିଳିଛି l ପୁଷ୍ପାଞ୍ଜଳି ତାଙ୍କ ସ୍ବାମୀ ସାହେବ ଶାସମାଲଙ୍କ ସହ ଏକ ଓଡି ୦୭ ଏଏସ ୪୬୪୪ନଂ ସ୍କୁଟି ଯୋଗେ ଭାଟକୁମରଡ଼ା ଗ୍ରାମରୁ ନିଜ ଗ୍ରାମ ଅଭିମୁଖେ ଯାଉଥିବା ବେଳେ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଓଡି ୦୫ କ୍ୟୁ ୬୩୧୨ ନଂ ଟ୍ରକ ତାଙ୍କ ଗାଡ଼ିକୁ ଧକ୍କା ଦେଇଥିଲା l ଘଟଣା ସ୍ଥଳରେ ମୃତକଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ କରିବା, ପୁକୁଡିବନ୍ଧ ଛକରେ ଟ୍ରାଫିକ ବ୍ୟବସ୍ଥା କରିବା ଓ ତୁରନ୍ତ ଓଭର ବ୍ରିଜ ନିର୍ମାଣ କରିବା ଦାବି ନେଇ ସ୍ଥାନୀୟ ବାସିନ୍ଦାଙ୍କ ଦ୍ୱାରା ଟାୟାର ଜାଳି ରାଜରାସ୍ତା ଅବରୋଧ କରାଯାଇଥିଲା l ୧ ଘଣ୍ଟା ରୁ ଅଧିକ ସମୟ ଉଭୟ ପାର୍ଶ୍ୱରେ ରାସ୍ତାଜାମ ହୋଇ ରହିଥିଲା, ଏହାର ସୂଚନା ପାଇ ଛତ୍ରପୁର ତହସିଲଦାର ସମ୍ବିତ ସଂଗ୍ରାମଜୀତ ସାହୁ, ଛତ୍ରପୁର ଏସଡ଼ିପିଓ ଚନ୍ଦନ ଘଡ଼ାଇ, ଚମାଖଣ୍ଡି ଥାନା ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ସହିତ ରେଡ଼କ୍ରସ ପାଣ୍ଠିରୁ ୩୦ ହଜାର ଟଙ୍କା କ୍ଷତିପୂରଣ ପ୍ରଦାନ କରିଥିଲେ l ପରେ ଯାତାୟତ ସ୍ବାଭାବିକ ହୋଇଥିଲା l ସୂଚନା ଥାଉ କି, ପକୁଡିବନ୍ଧ ଛକ ନିକଟରେ ଦୈନିକ ଛୋଟ ବଡ଼ ଦୁର୍ଘଟଣା ଘଟୁଥିବା ବେଳେ ଏହି ସ୍ଥାନରେ ଏକ ଓଭର ବ୍ରିଜ ନିର୍ମାଣ କରିବା ନିହାତି ଜରୁରୀ ହୋଇପଡିଛି ବୋଲି ଦାବି ହେଉଛି। ଏଣୁ ଓଭର ବ୍ରିଜ ନିର୍ମାଣ ପର୍ଯ୍ୟନ୍ତ ଏଠାରେ ଟ୍ରାଫିକ ବ୍ୟବସ୍ଥା କରିବା ଲାଗି ଦାବି ହେଉଛି l


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri