ନବୀନଙ୍କ ସ୍ବାସ୍ଥ୍ୟକୁ ନେଇ ଡାକ୍ତର ଦେଲେ ବଡ଼ ସୂଚନା, କହିଲେ ଦୁଇଦିନ ପାଇଁ…

ଭୁବନେଶ୍ୱର,୨୨ା୬: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଛି ବଡ଼ ଅପ୍‌ଡେଟ୍‌। ନବୀନ ପଟ୍ଟନାୟକଙ୍କ ସଫଳ ଅସ୍ତ୍ରୋପଚାର ସମ୍ପନ୍ନ ହୋଇଥିବା ରବିବାର ଡାକ୍ତର ରମାକାନ୍ତ ପଣ୍ଡା ସୂଚନା ଦେଇଛନ୍ତି।

ସେ କହିଛନ୍ତି, ନବୀନଙ୍କ ସର୍ଭାଇକାଲ ଆର୍ଥାରାଇଟ୍ସର ସଫଳ ଅସ୍ତ୍ରୋପଚାର ହୋଇଛି। ନବୀନ ଏବେ ମୁମ୍ବାଇର କୋକିଳା ବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଅଛନ୍ତି। ତାଙ୍କୁ ଦୁଇ ଦିନ ପାଇଁ ଅବଜରଭେସନରେ ରଖାଯିବ ବୋଲି ଡାକ୍ତର ପଣ୍ଡା କହିଛନ୍ତି।

ଅପରେଶନ ନେଇ ପୂର୍ବରୁ ନବୀନ ନିଜେ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ସୂଚନା ଦେଇଥିଲେ। ନବୀନ ତାଙ୍କ ପୋଷ୍ଟରେ ଲେଖଥିଲେ। ଯେ, ସେ ସର୍ଭାଇକାଲ ଆର୍ଥ୍ରାଇଟିସ୍‌ର ଚିକିତ୍ସା ପାଇଁ ମୁମ୍ବାଇ ଯାଉଛନ୍ତି। ତାଙ୍କର ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡା ମୁମ୍ବାଇରେ ତାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବେ। ସେ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଏବଂ ଓଡ଼ିଆ ଭାଇଭଉଣୀଙ୍କ ଶୁଭେଚ୍ଛା କାମନା କରିଥିଲେ।

ନବୀନ ଆହୁରି ଲେଖିଥିଲେ, “ମୁଁ ଶୀଘ୍ର ସୁସ୍ଥ ହୋଇ ଫେରି ଓଡ଼ିଶାର ସମସ୍ତଙ୍କ ସେବା ଜାରି ରଖିବାକୁ ଅପେକ୍ଷା କରିଛି।” ଏହି ପୋଷ୍ଟ ମାଧ୍ୟମରେ ସେ ନିଜର ସ୍ୱାସ୍ଥ୍ୟଗତ ଅବସ୍ଥା ସମ୍ପର୍କରେ ସ୍ପଷ୍ଟ ସୂଚନା ଦେବା ସହ ଜନସାଧାରଣଙ୍କ ଆଶୀର୍ବାଦ ଭିକ୍ଷା କରିଥିଲେ।

ଏହି ଖବର ଓଡ଼ିଶାରେ ନବୀନଙ୍କ ଅନୁଗାମୀଙ୍କ ମଧ୍ୟରେ ଚର୍ଚ୍ଚାର ବିଷୟ ହୋଇଛି। ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରି ଅନେକ ସମର୍ଥକ ସୋସିଆଲ ମିଡିଆରେ ଶୁଭେଚ୍ଛା ଜଣାଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

ପିକ୍‌ନିକ୍‌ ସ୍ପଟ୍‌ ଶାନ୍ତିବନ: ମନ ଭିତରେ ଆପେ ଆପେ ସୃଷ୍ଟି ହୋଇଯାଏ ଆଧ୍ୟାତ୍ମିକ ଭାବନା

କର୍ଲାମୁଣ୍ଡା,୮ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଓ ମ. ରାମପୁର ବ୍ଲକ୍‌ ମସ୍କାଦାଣ୍ଡି ଗ୍ରାମ ସୀମାରେ ରହିଛି ଶାନ୍ତିବନ ଗ୍ରାମ୍ୟ ଜଙ୍ଗଲ।...

ହ୍ୟୁମାନଙ୍କ ଗୀତ ଶୁଣି ଷ୍ଟେଜ୍‌ରେ କାନ୍ଦି ପକାଇଲେ ମା’-ସ୍ତ୍ରୀ-ଝିଅ

ବଲାଙ୍ଗୀର,୮ା୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶାର ସୁନାମଧନ୍ୟ ଗାୟକ ହ୍ୟୁମାନ ସାଗରଙ୍କ ଉଦ୍ଦେଶ୍ୟରେ ଟିଟିଲାଗଡ଼ର ବୟଜ ହାଇସ୍କୁଲ ପଡ଼ିଆରେ ଓଡ଼ିଶା କଳାକାର ଏକତା ମଞ୍ଚ ପକ୍ଷରୁ ରବିବାର...

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri