ବିଞ୍ଜିଗିରିର ବିକାଶ ପାଇଁ ମିଳିଲା ୧୫ କୋଟି

ଭଞ୍ଜନଗର,୨୨।୬(ବାବୁଲା ପ୍ରଧାନ): ଘୁମୁସର ବୀର ଚକରା ବିଷୋୟୀ ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ। ତେଣୁ ଉକ୍ତ ଗ୍ରାମକୁ ଦୁଇଦିନ ତଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଭାସି ମାଧ୍ୟମରେ ସ୍ମାରକୀ ଗ୍ରାମ ଭାବେ ଘୋଷଣା କରିଥିଲେ। ଉକ୍ତ ଗ୍ରାମର ବିକାଶ ପାଇଁ ଶନିବାର ରାଜ୍ୟ ସରକାର ୧୫ କୋଟି ଟଙ୍କା ଅନୁଦାନ ଦେଇଛନ୍ତି। ଯାହାକୁ ନେଇ ଗ୍ରାମବାସୀ ଖୁସିବ୍ୟକ୍ତ କରିଛନ୍ତି। ଏଥିସହ ଗ୍ରାମବାସୀଙ୍କ ପକ୍ଷରୁ ଗ୍ରାମରେ ଏକ ଧନ୍ୟବାଦ ସଭା ଅୟୋଜନ କରାଯାଇଥିଲା।

ସଭାରେ ଗ୍ରାମବାସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଏବଂ ପ୍ରଶାସନିକ ଅଧିକାରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ଆୟୋଜିତ ସଭାରେ ବିଧାୟକ ନାୟକ ଯୋଗଦେଇ ବିଞ୍ଜିଗିରି ଗ୍ରାମକୁ ସ୍ମାରକୀ ଗ୍ରାମ ଭାବେ ପ୍ରଧାନମନ୍ତ୍ରୀ ଘୋଷଣା କରିବା ସହ ଉକ୍ତ ଗ୍ରାମର ବିକାଶ ପାଇଁ ବର୍ତ୍ତମାନ ୧୫ କୋଟି ଟଙ୍କା ଆସିଛି ବୋଲି କହିଥିଲେ। ତେଣୁ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କୁ ନିର୍ବାଚନ ମଣ୍ଡଳୀ ପକ୍ଷରୁ ବିଧାୟକ ଧନ୍ୟବାଦ ଜଣାଇଥିଲେ ।

ସେ କହିଥିଲେ ଯେ, ଆମ ଅଞ୍ଚଳରେ ପୃଥିବୀ ପ୍ରସିଦ୍ଧ ବୀର, କବି ଥିଲେ। କିନ୍ତୁ ବିଗତ ସରକାର ସେମାନଙ୍କ ଉପଯୁକ୍ତ ପ୍ରଚାର ପ୍ରସାର କରି ନ ଥିଲେ। ତେଣୁ ଘୁମୁସର ଇତିହାସ ବର୍ତ୍ତମାନର ଯୁବପିଢୀ ଭୁଲିବାକୁ ବସିଥିଲେ। ହେଲେ ରାଜ୍ୟରେ ଭାଜପା ସରକାର କ୍ଷମତାକୁ ଆସିବା ପରେ ବିଭିନ୍ନ ଐତିହ୍ୟ ସ୍ଥଳୀଗୁଡ଼ିକର ପୁନରୁଦ୍ଧାର ପାଇଁ ପଦକ୍ଷେପ ନିଆଯାଇଛି।

ଏଥିସହ ଘୁମୁସର ଇତିହାସର ମୁକସାକ୍ଷୀ ଚକରା ଘାଟି, ଘାଟିଶୁଲା, ରଣଘଣ୍ଟା ଅଞ୍ଚଳର ବିକାଶ ପାଇଁ ପଦକ୍ଷେପ ନିଆଯାଇଛି। ବର୍ତ୍ତମାନ ଚକରା ଘାଟିର ଉନ୍ନତିକରଣ ପାଇଁ ୮ କୋଟି ଟଙ୍କା ଖର୍ଚ୍ଚ ହେଉଛି। ଆଗାମୀ ଦିନରେ ଆହୁରି ଅଧିକ ଅନୁଦାନ ଆସିବ। ଏଥିସହ ଅନ୍ୟାନ୍ୟ ସ୍ଥାନଗୁଡ଼ିକର ଉନ୍ନତିକରଣ ପାଇଁ ପଦକ୍ଷେପ ନିଆଯାଇଛି। ସେହିପରି ବିଞ୍ଜିଗିରି ଗ୍ରାମର ବିକାଶ ପାଇଁ ସରକାର ୧୫ କୋଟି ଟଙ୍କା ଦେଇଛନ୍ତି। ଆଗାମୀ ଦିନରେ ଆବଶ୍ୟକ ପଡିଲେ ଆହୁରି ଅଧିକ ଅନୁଦାନ ଆସିବ। ଏଥିସହ ସାନକୋଦଣ୍ଡା ପଞ୍ଚାୟତର ବିକାଶ ଦାୟିତ୍ୱ ଆଜିଠୁ ନେଉଥିବା ବିଧାୟକ ନାୟକ ସଭାରେ ଘୋଷଣା କରିଥିଲେ।

ସଭାରେ ଅନ୍ୟମାନଙ୍କ ମଧ୍ୟରେ ଏମ୍‌ପି ପ୍ରତିନିଧି ସନ୍ତୋଷ ତିଆଡି, ରବିନ୍ଦ୍ର ଗୌଡ଼, ବରିଷ୍ଠ ଭାଜପା ନେତା ସୁବାସ ଚନ୍ଦ୍ର ପ୍ରଧାନ, ମୁରଲୀଧର ପଣ୍ଡା, ସରପଞ୍ଚ ଲକ୍ଷ୍ମଣ ନାୟକ, ପୁର୍ବତନ ସରପଞ୍ଚ ରାଧାମୋହନ ଗୌଡ,ରାଜେନ୍ଦ୍ର ଗୌଡ଼, ପୂର୍ଣ୍ଣ ଚନ୍ଦ୍ର ବିଷୋୟୀ, ଅଜିତ କୁମାର ଗୌଡ଼, ଗୌରହରି ଗୌଡ଼, ପ୍ରତାପ ଚନ୍ଦ୍ର ନାଇକ, ଶଙ୍କର ପ୍ରଧାନ, ଗୁରୁମୂର୍ତ୍ତି ପ୍ରଧାନ, ଦୁର୍ଗା ପ୍ରସାଦ ତ୍ରିପାଠୀ, କାଳୀ ଚରଣ ପାତ୍ର, ହରି ବେହେରା, ଜିତେନ୍ଦ୍ର ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri