ପୂର୍ବ ସରକାରଙ୍କୁ ସିଧା ସିଧା ଏମିତି ଶୁଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ୨୪ ବର୍ଷ ଶାସନ ଭିତରେ…

ଆସିକା,୨୩ା୬(ସୁରେନ୍ଦ୍ର ନାଥ ସାହୁ): ଭାଜପା ସରକାର ଶାସନର ଏକ ବର୍ଷ ପୂର୍ତ୍ତି ଉତ୍ସବ ଅବସରରେ ସୋମବାର ଗଞ୍ଜାମ ଜିଲା ଆସିକା ବିଜ୍ଞାନ ମହାବିଦ୍ୟାଳୟ ପଡ଼ିଆରେ ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ ‘ଯୁବଶକ୍ତି ସମାବେଶ’ ଅନୁଷ୍ଠିତ ହୋଇଥିଲା। ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଯୁବ ସମାବେଶରେ ଛାତ୍ରୀଛାତ୍ରଙ୍କୁ ଦିଗ୍‌ଦର୍ଶନ ଦେଇଥିଲେ। ଗଞ୍ଜାମ ମାଟି ପାଇଁ ଆଜି ପବିତ୍ରର ଦିନ। ଗଞ୍ଜାମର ଯୁବଶକ୍ତି ସବୁଠୁ ଆଗରେ। କଳା, ସାହିତ୍ୟ, ସଂସ୍କୃତି ପାଇଁ ଗଞ୍ଜାମର ସ୍ବତନ୍ତ୍ର ପରିଚୟ ରହିଛି। ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ଗଞ୍ଜାମର ପ୍ରମୁଖ ଭୂମିକା ଥିଲା। କବି ସମ୍ରାଟ ଉପେନ୍ଦ୍ରଙ୍କ ସ୍ମରଣ ବିନା ଜିଲାରେ କୌଣସି କାର୍ଯ୍ୟ ସଫଳ ହୁଏ ନାହିଁ। ଟ୍ରିପଲ ଇଞ୍ଜିନ ସରକାର ଗଞ୍ଜାମରେ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜଗନ୍ନାଥଙ୍କ ପ୍ରତି ଭଲ ପାଇବା ଥିବା ଯୋଗୁ ସେ ଆମେରିକା ନ ଯାଇ ଓଡ଼ିଶା ଆସିଥିଲେ। ବିଗତ ସରକାର ପ୍ରାଥମିକ ଶିକ୍ଷାକୁ ଅବହେଳା କରୁଥିଲେ। କିନ୍ତୁ ଆମ ସରକାର ଆସିବା ପରେ ଶିକ୍ଷାର ଉନ୍ନତି ପ୍ରତି ସ୍ବତନ୍ତ୍ର ଧ୍ୟାନ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ରାଜ୍ୟରେ ନୂତନ ଶିକ୍ଷାନୀତି ଲାଗୁ ହୋଇଛି। ଓଡ଼ିଶାର ଯୁବପିଢ଼ି ବିଶ୍ୱରେ କିଭଳି ନିଜର ଦକ୍ଷତା ପ୍ରଦର୍ଶନ କରିବେ ସେଥିପାଇଁ ପଦକ୍ଷେପ ନିଆଯାଇଛି। ରାଜ୍ୟରେ ୩୧୪ଟି ନୂତନ ଷ୍ଟାଡିୟମ ନିର୍ମାଣ ହେବ। ଏଥିପାଇଁ ୪୧୨୪ କୋଟି ଟଙ୍କା ଖର୍ଚ୍ଚ ହେବ। ନୂତନ ସରକାରୀ ନିଯୁକ୍ତି ପ୍ରତି ଗୁରୁତ୍ୱ ଦିଆଯାଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ କିଛି ପୂର୍ବତନ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ସିଧା ଟାର୍ଗେଟ କରିଥିଲେ। ଜଣେ ମୁଖ୍ୟମନ୍ତ୍ରୀଙ୍କୁ ଗଞ୍ଜାମ ଜିଲାବାସୀ ବିଶ୍ୱାସ ୨୪ ବର୍ଷ ଶାସନ କ୍ଷମତାରେ ବସାଇଲେ। ଜିଲା ଓ ରାଜ୍ୟବାସୀଙ୍କୁ କିଛି ଲାଭ ମିଳିଲା ନାହିଁ। ବରଂ କିଛି ଦକ୍ଷିଣ ଭାରତୀୟ ଆସି ସବୁ ଲୁଟିନେଲେ। ଗଞ୍ଜାମର ଯୁବଶକ୍ତି ସବୁଠୁ ଆଗରେ। ଗଞ୍ଜାମ ଜିଲାର ବିକାଶ ପାଇଁ ଆମ ସରକାର ସର୍ବାଧିକ ଗୁରୁତ୍ ଦେଉଛନ୍ତି। ଆଜି ୫୫୦ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରାଯାଇଛି। ଆଗାମୀ ଦିନରେ ତାହାର ସୁଫଳ ଜିଲାବାସୀ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ସଭାରେ କହିଥିଲେ। ମୁଖ୍ୟମନ୍ତ୍ରୀ ଆଜି ହେଲିକପ୍ଟରରେ ଆସିବାର ଥିଲା। କିନ୍ତୁ ପାଗ ଖରାପ ଯୋଗୁ କାର୍‌ ଯୋଗେ ଆସି ସଭାରେ ସାଢ଼େ ୧୧ଟାରେ ପହଞ୍ଚିଥିଲେ। ଏହାପୂର୍ବରୁ ଛାତ୍ରୀଛାତ୍ରଙ୍କ ମନୋରଞ୍ଜନ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା। ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସିଥିବା ପାରମ୍ପରିକ ନୃତ୍ୟ ଦଳ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।
ଜିଲାର ବିଭିନ୍ନ କଲେଜରୁ ହଜାର ହଜାର ଛାତ୍ରୀଛାତ୍ର ସମାବେଶରେ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ଏବଂ ଉଚ୍ଚଶିକ୍ଷା ତଥା ଯୁବସେବା ବ୍ୟାପାର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବାଣିଜ୍ୟ, ପରିବହନ, ଇସ୍ପାତ ଓ ଖଣି ବିଭାଗୀୟ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମତ୍ସ୍ୟ ଓ ପଶୁସମ୍ପଦ ବିକାଶ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ, ଆସିକା ଏମ୍‌ପି ଅନିତା ଶୁଭଦର୍ଶନୀ ପଟ୍ଟନାୟକ, କନ୍ଧମାଳ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ, ବ୍ରହ୍ମପୁର ଏମ୍‌ପି ଡ. ପ୍ରଦୀପ ପାଣିଗ୍ରାହୀ, ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ, ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ, ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର, ବ୍ରହ୍ମପୁର ବିଧାୟକ କେ. ଅନିଲ କୁମାର, ଆସିକା ବିଧାୟକ ସରୋଜ ପାଢ଼ୀ, ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ ପ୍ରମୁଖ ଯୋଗ ଦେଇଥିଲେ। ସଭାସ୍ଥଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା। ସଭାସ୍ଥଳରେ ଜିଲାର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ଆସିକା ମା’ ଖମ୍ବେଶ୍ୱରୀ ମନ୍ଦିର ଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri