ଦଳିତଙ୍କୁ ନିର୍ଯାତନା ଘଟଣା: ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପ୍ରତିଶ୍ରୁତି ଦେଲେ ଉପ ଜିଲାପାଳ

ଭଞ୍ଜନଗର,୨୪।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଦୁଇଟି ଘଟଣାକୁ ବର୍ତ୍ତମାନ ଜାତୀୟକରଣ କରିଛନ୍ତି ବିରୋଧି କଂଗ୍ରେସ ସମେତ ଅନ୍ୟାନ୍ୟ ଦଳ। ଗୋଟିଏ ହେଲା ଗୋପାଳପୁର ଗଣ ବଳାତ୍କାର ମାମଲା। ଅନ୍ୟଟି ହେଲା ଧରାକୋଟ ବ୍ଲକ ଖାରିଗୁମ୍ମା ଘଟଣା। ଉକ୍ତ ଗ୍ରାମରେ ଦୁଇ ଜଣକୁ କିଛି ଲୋକ ମାଡ଼ ମାରି ଲଣ୍ଡା କରିଥିଲେ। ଏଥିସହ ଗାଈ ଭଳି ଆଣ୍ଠେଇ ଘାସ ଖାଇବାକୁ ଦେଇଥିବା ଅଭିଯୋଗ ହୋଇଛି। ଯାହାକି ଅତ୍ୟନ୍ତ ଲଜ୍ୟାଜନକ ଘଟଣା। ଏହାଦ୍ବାରା ରାଜ୍ୟ ଓ ଦେଶର ଛବି ବାହାରେ ଖରାପ ହେଉଛି। ଯାହାକି ଚିନ୍ତାଜନକ ବିଷୟ। ଏହିଭଳି ପରିସ୍ଥିତିରେ ଜିଲ୍ଲା ପ୍ରଶାସନ ଘଟଣା ଗୁଡିକୁ ଗୁରୁତର ସହ ନେଇ ଅଭିଯୁକ୍ତ ମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଉଛି।

ସୂଚନାଯୋଗ୍ୟ ଯେ, ଧରାକୋଟ ତହସିଲ ଅନ୍ତର୍ଗତ ଖାରିଗୁମା ଗ୍ରାମରେ ଗତ ରବିବାର ଅପରାହ୍ନ ରେ ସିଙ୍ଗିପୁର ଗ୍ରାମର ବାବୁଲା ନାୟକ ଓ ବୁଲୁ ନାୟକଙ୍କୁ କେତେକ ବ୍ୟକ୍ତି ନିର୍ଯାତନା ଦେଇଥିଲେ। ଏହି ଘଟଣା ଜିଲ୍ଲା ପ୍ରଶାସନର ନଜରକୁ ଆସିବା କ୍ଷଣି ଜିଲା ପ୍ରଶାସନ ଏହାରି ଉପରେ ତ୍ବରିତ ପଦକ୍ଷେପ ନେଇଛି। ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କ ନେତୃତ୍ୱରେ ମଙ୍ଗଳବାର ଧରାକୋଟ ତହସିଲଦାର ଲମ୍ବୋଦର ମାରାଣ୍ଡି, ଅତିରିକ୍ତ ତହସିଲଦାର ଗଣେଶ୍ୱର ଦଳାଇ,ବିଡ଼ିଓ ଶୁସିଲ ପଟ୍ଟନାୟକ,ଅତିରିକ୍ତ ଜିଲା ମଙ୍ଗଳ ଅଧିକାରୀ ନିହାର ରଞ୍ଜନ ମହାନ୍ତି, ବ୍ଲକ ମଙ୍ଗଳ ଅଧିକାରୀ ଅନନ୍ୟା ପଣ୍ଡା, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ କାଳୁ ଚରଣ ସ୍ବାଇଁ, ରାଜସ୍ବ ନିରୀକ୍ଷକ ରଞ୍ଜନ କୁମାର ବରାଡ ପ୍ରମୁଖ ସିଙ୍ଗିପୁର ଗ୍ରାମର ବାବୁଲା ନାୟକ ଓ ବୁଲୁ ନାୟକଙ୍କ ପରିବାରକୁ ଭେଟି ତାଙ୍କ ପ୍ରତି ଘଟିଥିବା ଘଟଣା ବାବଦରେ ପଚାରି ବୁଝିଥିଲେ। ପ୍ରଶାସନ ତୁମ ସାଥିରେ ଅଛି। ଭୟଭୀତ ନହୋଇ ନିର୍ଭୟରେ ରୁହ ବୋଲି ପୀଡିତଙ୍କ ପରିବାରକୁ କହିଥିଲେ। ଏହା ପରେ ଉପଜିଲାପାଳ ଉମା ଶଙ୍କର ବେହେରା ବାବୁଲା ଓ ବୁଲୁଙ୍କ ପରିବାରକୁ ରେଡକ୍ରସ ପାଣ୍ଠିରୁ ୧୦ ହଜାର ଲେଖାଏଁ ମୋଟ ୨୦ ହଜାର ଟଙ୍କା ସହାୟତା ପ୍ରଦାନ କରିଥିଲେ।

ଏହି ଘଟଣାରେ ଧରାକୋଟ ପୋଲିସ ଏକ ମାମଲା ରୁଜୁ କରି ୯ ଜଣ ଙ୍କୁ ଗିରଫ କରିଛି। ପୀଡିତ ଦୁଇ ଜଣଙ୍କୁ ଡାକ୍ତରୀ ଚିକିତ୍ସା ପରେ ପୁଲିସ ସୁରକ୍ଷିତ ଭାବ ସେମାନଙ୍କ ଗାଁ ସିଙ୍ଗିପୁରରେ ଛାଡିଛି। ବର୍ତମାନ ଉଭୟଙ୍କ ସ୍ବାସ୍ଥ୍ୟବସ୍ଥା ଭଲ ଥିବା ଜଣାପଡିଛି। ଏହି ଘଟଣାରେ ସଂପୃକ୍ତ ଥିବା ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଭଞ୍ଜନଗର ଉପଜିଲ୍ଲାପାଳ ଉମା ଶଙ୍କର ବେହେରା ଏକ ପ୍ରେସ ବିବୃତିରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri