ଧାନକିଣାରେ ଅଚଳାବସ୍ଥା : ଧାନବସ୍ତା ପକାଇ ରାଜପଥ ଅବରୋଧ କଲେ ଚାଷୀ

ଅତାବିରା,୨୪।୬(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଉ ୫ଦିନ ପରେ ଦେଢମାସ ପୁରିବ  । ଏ଼ହାସତ୍ତ୍ବେ ଜିଲାରେ ଧାନ କିଣାବିକା ସମସ୍ୟା ଅସମାହିତ ରହିଛି। ବିକ୍ରି ପାଇଁ ଚାଷୀମାନେ ମଣ୍ଡିକୁ ଧାନ ଆଣୁଛନ୍ତି। ମାତ୍ର ଅନେକ ଚାଷୀଙ୍କ ଧାନକୁ କ୍ରୟ କରାଯାଉ ନାହିଁ। ଅନ୍ୟପକ୍ଷରେ ମଣ୍ଡିକୁ ଆସି ନ ଥିବା ଧାନ ବେପାରୀ ମାଧ୍ୟମରେ ସିଧାସଳଖ ଜିଲାର କେତେକ ରାଇସ୍ ମିଲକୁ ଯାଉଥିବା ଏବଂ ମଣ୍ଡିରେ ଫଲ୍ସ ଏଣ୍ଟ୍ରି କରାଯାଉଥିବା ଅଭିଯୋଗ ହୋଇଛି। ଏପରିକି ବିଭିନ୍ନ ମଣ୍ଡିରେ ବିକ୍ରି ଅପେକ୍ଷାରେ ପଡି ରହିଥିବା ଧାନକୁ ଉଠାଇବା ପାଇଁ ଚାଷୀମାନେ ବାରମ୍ବାର ବିଭାଗୀୟ ଅଧିକାରୀମାନଙ୍କ ଦୃଷ୍ଟି ଆକର୍ଷଣ ସହ ଆନ୍ଦୋଳନକୁ ମଧ୍ୟ ଓହ୍ଲାଉଛନ୍ତି। ତଥାପି ସ୍ଥାନୀୟ ପ୍ରଶାସନ ଏବଂ ଜନ ପ୍ରତିନିଧି ନିର୍ବିକାର ରହିଥିବା ଅଭିଯୋଗ କରି ଚାଷୀ ଅସନ୍ତୋଷ ବଢି ଚାଲିଛି। ଅପରପକ୍ଷରେ ବର୍ଷା ଆସି ଯାଇଥିବା ଯୋଗୁ ଜିଲାର ଚାଷୀମାନଙ୍କ ଚିନ୍ତା ବଢି ଯାଇଛି। ଏହି କ୍ରମରେ ମଙ୍ଗଳବାର ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ ଗୋଡଭଗା ମାର୍କେଟ ୟାର୍ଡ ସମ୍ମୁଖରେ ଧାନ ବସ୍ତା ପକାଇ ଚାଷୀମାନେ ୬ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି । ଫଳରେ ବରଗଡ – ସମ୍ବଲପୁର ରାସ୍ତାରେ ଯାତାୟତ ଠପ୍ ପଡିଛି। ରାସ୍ତାର ଉଭୟ ପାର୍ଶ୍ବରେ ବହୁସଂଖ୍ୟକ ଯାନବାହାନ ଅଟକି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ:  ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା 

ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...

ଭୁବନେଶ୍ୱରରେ ଖୋଲିବ ଆଉ ଦୁଇ ତହସିଲ୍, ଜମି କିଣାବିକା ପାଇଁ…

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ଆଉ ୨ ନୂଆ ତହସିଲ ଅଫିସ୍‌ ପ୍ରସ୍ତୁତ ହେବାକୁ ଯାଉଛି । ପୁରୁଣା ଭୁବନେଶ୍ବରରେ ଥିବା ତହସିଲ ଅଫିସ୍‌ରେ କ୍ରମାଗତ ଭାବେ ଚାପ ବଢ଼ିବାରେ...

ମୋବାଇଲ ଆପ ସତର୍କ ସଙ୍କେତରେ ଛାତ୍ରଙ୍କ ସଫଳତା

ନୂଆପଡ଼ା,୮ା୧୨ (ମକାରୁ ବେମାଲ): ଭାରତ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଦ୍ୱାରା ପରିଚାଳିତ ଅଟଳ ଟିଙ୍କରୀଙ୍କ ଲ୍ୟାବମାନଙ୍କର ଅନ୍‌ଲାଇନ ମାଧ୍ୟମରେ ଓସିଏସି ଦ୍ୱାରା...

Featured Video Play Icon

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...

ସ୍ତ୍ରୀଙ୍କ ମୁଣ୍ଡରେ ଟ୍ୟୁମର: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ

ନୂଆପଡ଼ା,୮ା୧୨(ମକାରୁ ବେମାଲ): ସ୍ତ୍ରୀଙ୍କ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଶେଷରେ ଅସହାୟ ହୋଇ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି ସ୍ବାମୀ । ଏଭଳି ଘଟଣା...

ନାଇଟ୍ କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୨୫ଜଣ

ଗୋଆ,୭।୧୨: ଗୋଆର ପ୍ରସିଦ୍ଧ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଆ ଆର୍ପୋରା ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ନିଆଁ...

ଜଣଙ୍କାକୁ ନୁହେଁ ଏକାବେଳକେ ଚାରି ଚାରି ଜଣଙ୍କୁ ଧକ୍କା ଦେଲା କାର :୨ ମୃତ, ୨ ଗୁରୁତର

ଖଜୁରୀପଡ଼ା,୮ା୧୨(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ସମ୍ବେପଦରଠାରେ ଏକ ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ସମ୍ବେପଦର ଗ୍ରାମର ବିଦ୍ୟାଧର...

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri