ମୌଳିକ ସୁବିଧାରୁ ବଞ୍ଚିତ ମହୁଲପଡ଼ାବାସୀ

ନୂଆପଡ଼ା,୨୫।୬ (ମକାରୁ ବେମାଲ) : ନୂଆପଡ଼ା ଜିଲା କୋମନା ବ୍ଲକ ସିଲ୍‌ଭା ପଞ୍ଚାୟତ ପଟପରପାଲି ଗାଁର ମହୁଲପଡ଼ାବାସୀ ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ମୌଳିକ ସୁବିଧାରୁ ବଞ୍ଚତ୍ତ ହୋଇ ଅଭିଶପ୍ତ ଜୀବନ ବିତାଉଛନ୍ତି। ସୂଚନା ଅନୁଯାୟୀ ମହୁଲପଡ଼ାରେ ୧୦ରୁ ଊର୍ଦ୍ଧ୍ୱ ପରିବାର ବସବାସ କରୁଛନ୍ତି। ପଡ଼ାରେ ଗୋଟିଏ ନଳକୂଅ ଥିଲେ ମଧ୍ୟ ସେଥିରୁ ଫ୍ଲୋରାଇଡ ଯୁକ୍ତ ପାଣି ବାହାରୁଥିବାରୁ ତାହାକୁ ନିଷିଦ୍ଧ ଘୋଷଣା କରାଯାଇଛି। ଫଳରେ ପଡାବାସୀ ଖୋଲା କୂଅ, ପୋଖରୀ, ନଈ, ନାଳ ପାଣି ବ୍ୟବହାର କରି ବିଭିନ୍ନ ରୋଗର ଶିକାର ହେଉଛନ୍ତି। ଗାଁକୁ ଭଲ ରାସ୍ତାଟିଏ ନାହିଁ। କଚ୍ଚା ରାସ୍ତାଟି ବର୍ଷାଦିନେ କାଦୁଅ ହେଉଥିବାରୁ ପଡାବାସୀ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପ୍ରାଥମିକ ବିଦ୍ୟାଳୟ ଦୂର କଥା ଅଙ୍ଗନୱାଡି କେନ୍ଦ୍ରଟିଏ ନ ଥିବାରୁ କୋମଳମତି ଶିଶୁ ପ୍ରାକ୍‌ ଶିକ୍ଷାରୁ ବଞ୍ଚତ୍ତ ହୋଇଛନ୍ତି। ବିଜୁଳି ପାଇଁ ଅନେକ ଥର ଜିଲା ପ୍ରଶାସନ ଓ ବିଦ୍ୟୁତ୍‌ ବିଭାଗଠାରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ବିଭିନ୍ନ ସରକାରୀ ଯୋଜନା ଓ ଆବାସ ଗୃହ ସାତସପନ ହୋଇଛି। ପଡ଼ାର ତୋଷନ ଶବରଙ୍କ ରାଶନ କାର୍ଡ ନୂଆପଡା ସଦର ବ୍ଲକ ଜାମପାଣି ପଞ୍ଚାୟତରେ ଥିବାରୁ ରାଶନ ସାମଗ୍ରୀ ପାଇଁ ସେ ପ୍ରତି ମାସରେ ୨୫ରୁ ୩୦ କିଲୋମିଟର ଯାଇ ହଇରାଣ ହେଉଛନ୍ତି। ଏହିସବୁ ସମସ୍ୟା ବିଷୟରେ ପଡାବାସୀ ନିର୍ବାଚିତ ଜନପ୍ରତିନିଧିଙ୍କଠାରୁ ଆରମ୍ଭ କରି ବିଡିଓ, ଜିଲା ପ୍ରଶାସନକୁ ଲିଖିତ ଭାବରେ ଜଣାଇଥିଲେ ମଧ୍ୟ ସମାଧାନ ହୋଇପାରି ନାହିଁ। ଏ ନେଇ ଏକ ବୈଠକ କରି ଆଗାମୀ ଦିନରେ ରାଜରାସ୍ତାକୁ ଓହ୍ଲାଇବା ପାଇଁ ପଡ଼ାର ପିଲାସିଂ ଶବର, ରୂପସିଂ ଶବର, ସୁନାତନ ଶବର, ତୋଷନ ଶବର, ଭୂରେଶ୍ୱର ଶବର, ଭୃଞ୍ଜରାଜ ଶବର, ଭିତେଶ୍ୱର ଶବର, ଲକ୍ଷ୍ମୀବନ୍ତ ଶବର, ସରବତି ଶବର, ଚଣ୍ଡବ ଶବର ପ୍ରମୁଖଙ୍କଠାରୁ ସୂଚନା ମିଳିଛି। ଏ ସଂକ୍ରାନ୍ତରେ କୋମନା ବିଡିଓ ବିନୟ କୁମାର ଭୋଇଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସମ୍ଭବ ହୋଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri