ସୁଭଦ୍ରା ୩ୟ କିସ୍ତିକୁ ନେଇ ଆସିଲା ବଡ଼ ଖବର: ଏହି ଦିନ ଖାତାକୁ ଆସିବ ଟଙ୍କା

ଭୁବନେଶ୍ୱର,୨୬। ୬(ସୁନିତ୍‌ ମିଶ୍ର): ସୁଭଦ୍ରା ଯୋଜନାର ୩ୟ କିସ୍ତି ଆସନ୍ତା ରାଖୀ ପୂର୍ଣ୍ଣିମା ଅଗଷ୍ଟ ୯ରେ ହିତାଧିକାରୀମାନଙ୍କୁ ମିଳିବ। ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ସୁଭଦ୍ରା ସୋସାଇଟିର ୪ର୍ଥ ପରିଚାଳନା ପରିଷଦ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି। ସୁଭଦ୍ରା ଯୋଜନାର ଅଦ୍ୟାବଧି ପ୍ରଶାସନିକ ଓ ଆନୁଷଙ୍ଗିକ ଖର୍ଚ୍ଚକୁ ମଧ୍ୟ ଏହି ବୈଠକରେ ଅନୁମୋଦନ ଦିଆଯାଇଛି। ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ପବ୍ଲିକ୍‌ ଆଡମିନିଷ୍ଟ୍ରେଶନ(ଆଇଆଇପିଏ) ନୂଆଦିଲ୍ଲୀ ଦ୍ୱାରା ଓଡ଼ିଶାର ଜିଲାଗୁଡିକରେ ସୁଭଦ୍ରାର ପ୍ରଭାବ ବିଷୟରେ ହେବାକୁ ଥିବା ଅଧ୍ୟୟନର ପ୍ରସ୍ତୁତି ଓ ପ୍ରକ୍ରିୟା ଉପରେ ଉପସ୍ଥାପନ କରାଯାଇଛି। ଏହି ପରିପ୍ରେକ୍ଷୀରେ ସବୁ ବର୍ଗର ସୁଭଦ୍ରା ହିତାଧିକାରୀଙ୍କ ଉପରେ ସୁଭଦ୍ରା ସହାୟତାର ପ୍ରଭାବ, ଏହାର ଉପଯୋଗ ଓ ଡିଜିଟାଲ ଆର୍ଥିକ ଅନ୍ତର୍ଭୁକ୍ତୀକରଣ ସମ୍ବନ୍ଧରେ ବିଶଦ ଆଲୋଚନା କରାଯାଇଛି। ପୂର୍ବରୁ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ ଆଇଆଇଏମ୍‌ ସମ୍ବଲପୁର ସହଯୋଗରେ ଜୁଲାଇ ପ୍ରଥମ ସପ୍ତାହରୁ କଲେଜ ଝିଅ(ସୁଭଦ୍ରା ସମୀକ୍ଷା)ମାନଙ୍କ ଦ୍ୱାରା କ୍ଷେତ୍ର ସର୍ବେକ୍ଷଣ କରାଯିବାର ନିଷ୍ପତ୍ତି ନିଆଯାଇଛି। ଏହି ପରିପ୍ରେକ୍ଷୀରେ ଆଇଆଇଏମ୍‌ ସମ୍ବଲପୁର ତଥ୍ୟ ଅଧ୍ୟୟନ, ଉପକରଣ, ତାଲିମ ଏବଂ ବିଶ୍ଳେଷଣ ପାଇଁ ସମସ୍ତ ପ୍ରକାର ସହଯୋଗ ଯୋଗାଇଦେବ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri